Posted inଖେଳ

ଅଲିମ୍ପିକ୍ସ ଭିଲେଜ ଖୋଲିଲା

ଟୋକିଓ, ୧୪ା୭(ଏପି)- ଜରୁରିକାଳୀନ ପରିସ୍ଥିତି ମଧ୍ୟରେ ଅଲିମ୍ପିକ୍ସ ଭିଲେଜ ମଙ୍ଗଳବାର ଖୋଲାଯାଇଛି। ଆଥ୍‌ଲେଟମାନଙ୍କର ଦୈନିକ କୋଭିଡ୍‌ ଟେଷ୍ଟ ହେବ। ଘର ଛାଡ଼ିବା ପୂର୍ବରୁ ଦୁଇଥର ଏବଂ ପୁଣି ପହଞ୍ଚତ୍ବା ପରେ ଆଉଥରେ ସେମାନଙ୍କର ଟେଷ୍ଟ ହେବ। ଭିଲେଜରେ ସେମାନଙ୍କୁ ମାସ୍କ ପରିଧାନ କରିବାକୁ ହେବ। କରୋନା ଟିକା ନେଇଥଲେ ମଧ୍ୟ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ହେବ। ନିୟମିତ ଭାବେ ହାତକୁ ଧୋଇବାକୁ ପଡ଼ିବ। ସେମାନେ ଅବସ୍ଥାନ କରୁଥିବା ରୁମ୍‌ରେ ଯେପରି ଅବାଧ ବାୟୁ ଚଳାଚଳ ରୁହେ ସେଥିପ୍ରତି ଧ୍ୟାନ ଦେବାକୁ ପଡ଼ିବ। ଅଲିମ୍ପିକ୍ସ ଜୁଲାଇ ୨୩ରୁ ଆରମ୍ଭ ହେବ। ଏଥିରେ ୧୧,୦୦୦ ଆଥଲେଟ ଭାଗ ନେବେ ବୋଲି ଆଶା କରାଯାଉଛି। ସେହିପରି ଅଗଷ୍ଟ ୨୪ରୁ ଆରମ୍ଭ ହେବାକୁଥିବା ପାରାଲିମ୍ପିକ୍ସରେ ୪,୪୦୦ ପ୍ରତିଯୋଗୀ ଅଂଶଗ୍ରହଣ କରିବେ ବୋଲି ଆଶା କରାଯାଉଛି। ଅନ୍ତର୍ଜାତୀୟ ଅଲିମ୍ପିକ କମିଟିର କହିବା ଅନୁସାରେ ଭିଲେଜରେ ଅବସ୍ଥାନ କରିବାକୁ ଥିବା ୮୦% ଊର୍ଦ୍ଧ୍ୱଙ୍କ ଟିକାକରଣ ସମ୍ପୂର୍ଣ୍ଣ ହୋଇସାରିଥିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ଭାରତ ନା ପାକିସ୍ତାନ କିଏ ଜିତିବ ସ୍ବର୍ଣ୍ଣ ପଦକ? 2026 ଏସୀୟ କ୍ରୀଡାର ଫାଇନାଲରେ ମୁହାଁମୁହିଁ ହେବେ ଏମାନେ, ବୁଝନ୍ତୁ ଗଣିତ

ନୂଆଦିଲ୍ଲୀ,୧।୧୦: ୨୦୨୬ ଏସୀୟ କ୍ରୀଡ଼ାର ଫାଇନାଲ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଯାଉଛି। କ୍ରିକେଟ ପଡ଼ିଆରେ ପୁଣିଥରେ ପରସ୍ପରର ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ…

ଏସିଆନ ଗେମ୍ସରେ ପ୍ରଥମ ଥର ପାଇଁ ଘଟିବ ଏମିତି, ଗୋଲ୍ଡ ମେଡାଲ ପାଇଁ ମହାଲଢେଇ, ଜାଣନ୍ତୁ କେବେ…

ନୂଆଦିଲ୍ଲୀ, ୧।୧୦: ଜାପାନର ଆଇଚି-ନାଗୋୟାରେ ଚାଲିଥିବା ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବେ। ଉଭୟ ଦଳ ନିଜ ନିଜ…

ତୃତୀୟ ଦିନିକିଆ ପୂର୍ବରୁ ଟିମ୍ ଇଣ୍ଡିଆକୁ ଝଟକା, ସିରିଜରୁ ବାଦ୍ ପଡ଼ିଲେ…

ନୂଆଦିଲ୍ଲୀ,୩୦ା୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦୁଇଟି ମ୍ୟାଚ୍ ଶେଷ ହୋଇଛି । ପ୍ରଥମ ଦୁଇଟି ମ୍ୟାଚ୍ ଜିତି ଟିମ୍ ଇଣ୍ଡିଆ ସିରିଜ୍‌କୁ…

ଶେଷ ମିନିଟ୍‌ରେ ଗୋଲ୍, ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ ହକି ସେମିଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ପରାସ୍ତ କରିଛି ଭାରତ । ଗୁରୁବାର (୧ ଅକ୍ଟୋବର) ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?