ଆରମ୍ଭ ହେଲା ଅନ୍‌ଲାଇନ୍‌ ବିଲ୍‌ଡିଂ ପ୍ଲାନ୍‌ ଅନୁମୋଦନ ବ୍ୟବସ୍ଥା

ଭୁବନେଶ୍ୱର,୧୩।୨(ବ୍ୟୁରୋ): ଅନ୍‌ଲାଇନ ବିଲ୍ଡିଂ ପ୍ଲାନ୍‌ ଅନୁମୋଦନ ବ୍ୟବସ୍ଥା(ଓବିପିଏଏସ୍‌)କୁ ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଶୁକ୍ରବାର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ସହରାଞ୍ଚଳରେ ବସବାସ କରୁଥିବା ନାଗରିକମାନଙ୍କୁ ଅତ୍ୟାଧୁନିକ ଆଇସିଟି ସୁବିଧା ସେବା ଯୋଗାଇବା ପାଇଁ ଏହି ବ୍ୟବସ୍ଥା ଆରମ୍ଭ କରାଯାଇଛି। ଓବିପିଏଏସ୍‌ ଦ୍ୱାରା ସ୍ବୟଂଚାଳିତ କୋଠାବାଡି ନକ୍ସାର ଅନୁମତି, ଦେୟ ପ୍ରଦାନ, ବିଲ୍ଡିଂ ଅନୁମତି ଆବେଦନ ପ୍ରକ୍ରିୟା, ପ୍ଲିନ୍ଥଠାରୁ ଛାତ ଯାଏ ଯାଞ୍ଚ ତଦାରଖ ପ୍ରମାଣପତ୍ର ଆଦି ହୋଇପାରିବ। ଏହି ଅବସରରେ ମନ୍ତ୍ରୀ କହିଛନ୍ତି ଯେ ଓବିପିଏଏସ ନାଗରିକ, ସ୍ଥପତି ଏବଂ ବୈଷୟିକ ବ୍ୟକ୍ତିଙ୍କ ଆବଶ୍ୟକତାକୁ ପୂରଣ କରିବ। ଏହା ବିଲ୍‌ଡିଂ ଅନୁମୋଦନ ସହିତ ସ୍ବୟଂଚାଳିତ ଫି’ ହିସାବ, ଆଦାୟ ଏବଂ ଉପଭୋକ୍ତା-ଅନୁକୂଳ ବ୍ୟବସ୍ଥା ସହିତ ଅନ୍‌ଲାଇନ ଦେୟକୁ ସହଜ କରିବ। ଉତ୍ତମ ସେବା ଯୋଗାଇବା କ୍ଷେତ୍ରରେ ବୈଷୟିକ ଜ୍ଞାନକୌଶଳ ବ୍ୟବହାର କରି ଲୋକଙ୍କ ଆବଶ୍ୟକତା ପୂରଣ କରିବା ମୁଖ୍ୟମନ୍ତ୍ରୀଙ୍କର ଲକ୍ଷ୍ୟ ରହିଥିବା ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri