ଉପାନ୍ତ ଅଞ୍ଚଳବାସୀ ଦେଖିଲେ ହକି ବିଶ୍ୱକପ୍‌ର ଉଦ୍‌ଘାଟନୀ ଉତ୍ସବ

ଚିତ୍ରକୋଣ୍ଡା,୧୧ା୧(ଡି.ଏନ୍‌.ଏ.): ବୁଧବାର ପୁରୁଷ ହକି ବିଶ୍ୱକପ୍‌ ୨୦୨୩ର ଉଦଘାଟନୀ ଉତ୍ସବ କଟକ ବାରବାଟୀ ଷ୍ଟାଡିୟମରୁ ସିଧାପ୍ରସାରଣ ହେଉଥିବାରୁ କେହି ଯେମିତି ବାଦ୍‌ ନ ପଡ଼ିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ପ୍ରତ୍ୟେକ ବ୍ଲକରେ ଏଲ୍‌ଇଡି/ଏଲ୍‌ସିଡିର ସୁବିଧା ଯୋଗାଇଛନ୍ତି। ଫଳରେ ଏହା ମାଧ୍ୟମରେ ବାରବାଟୀ ଷ୍ଟାଡିୟମରୁ ସିଧାପ୍ରସାରଣ ହେଉଥିବା ଉତ୍ସବଟିକୁ ଆଜି ମାଲକାନଗିରି ଚିତ୍ରକୋଣ୍ଡା ବ୍ଲକସ୍ତରୀୟ ବିଜୁ ଜନତା ଦଳ ପକ୍ଷରୁ ହକି ବିଶ୍ୱକପ ଉଦ୍‌ଘାଟନୀ ଉତ୍ସବ ଦେଖି ଖୁସି ହୋଇଛନ୍ତି।

ଚିତ୍ରକୋଣ୍ଡା ବ୍ୟାଙ୍କ ଲାଇନ୍‌ସ୍ଥିତ ଲାଲ୍‌ ବାହାଦୂର ଶାସ୍ତ୍ରୀ ସ୍ପୋଟର୍‌ସ କ୍ଲବର ଭଲିବଲ୍‌ ପଡ଼ିଆରେ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଭାବରେ ଟେଣ୍ଟ କରାଯାଇ ବସିବା ବ୍ୟବସ୍ଥା କରାଯାଇଛି। ସମସ୍ତ ଜନସାଧାରଣ ମନଭରି ଏହାକୁ ଉପଭୋଗ କରୁଛନ୍ତି। ଏଥିରେ ଚିତ୍ରକୋଣ୍ଡା ବ୍ଲକ ପଞ୍ଚାୟତ ସମତି ଅଧ୍ୟକ୍ଷା ସୁଶ୍ରୀ ରାଜେଶ୍ୱରୀ ଖିଲ, ଚିତ୍ରକୋଣ୍ଡା ସରପଞ୍ଚ ହରିମୋହନ ଖିଲ, ସମିତିସଭ୍ୟ ରାଜ କମଲ ପୁରୋହିତ, ବିଧାୟକ ପ୍ରତିନିଧି ଅମିତ ଅଗ୍ରଓ୍ବାଲ, ଯୁବ ସମ୍ପାଦକ ଗଣେଶ ଖରା, ଲାଲ୍‌ ବାହାଦୂର ଶାସ୍ତ୍ରୀ ସ୍ପୋଟର୍‌ସ କ୍ଲବ ସଭାପତି ନାରାୟଣ ଦାସ ଓ ବରିଷ୍ଠ କର୍ମୀ ଦେବେନ୍ଦ୍ର ଦାସଙ୍କ ସହ ୫୦୦ରୁ ଊର୍ଦ୍ଧ୍ୱ ଲୋକ ହକି ବିଶ୍ୱକପ୍‌ ଉଦ୍‌ଘାଟନୀ ଉତ୍ସବ ଦେଖି ଖୁସି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୂଚନାଦାତା ସନ୍ଦେହରେ ଯୁବକଙ୍କୁ ମାଓବାଦୀଙ୍କ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁରରେ ମାଓବାଦୀମାନେ ଜଣେ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି। ଗୁରୁତର ଅବସ୍ଥାରେ ଆହତ ବ୍ୟକ୍ତିଙ୍କୁ ସୁରକ୍ଷା କର୍ମୀମାନେ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି।...

ଆତ୍ମସମର୍ପଣ କଲେ ୩ ମାଓବାଦୀ

ମାଲକାନଗିରି, ୮ା୫(ଦୁଯେର୍ର୍‌ୟାଧନ ପାତ୍ର):  ଛତିଶଗଡ଼ ଦାନ୍ତେୱାଡା ଜିଲା ପୋଲିସ ନିକଟରେ ୩ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସୂଚନାନୁଯାୟୀ, ହିଂସାର ବାଟ ଛାଡି ସମାଜର ମୁଖ୍ୟ...

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଖଇରପୁଟରେ ବୁଧବାର ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଭାଜପା କର୍ମୀମାନେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ନେଇ ମୁଦୁଲିପଡ଼ା...

ପାଣି ସମସ୍ୟା ସମାଧାନ ନ କଲେ ଭୋଟ ବର୍ଜନ ଚେତାବନୀ

ଚିତ୍ରକୋଣ୍ଡା,୬।୫(କ୍ଷିରୋଦ ବେହେରା):ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ହେଡ୍‌କ୍ୱାର୍ଟର୍‌ ତଥା କଲୋନୀ ପାଖରେ ପାଣି ସମସ୍ୟାକୁ ନେଇ ଲୋକଙ୍କ ବିରୋଧ ପ୍ରଦର୍ଶନ ଚାଲିଛି। ଚିତ୍ରକୋଣ୍ଡାରେ ଥିବା ବାଲିମେଳା...

ପୋଲିସ-ମାଓବାଦୀ ଗୁଳି ବିନିମୟ: ଦୁଇ ମହିଳାଙ୍କ ସମେତ ୭ ମାଓବାଦୀ ମୃତ

ମାଲକାନଗିରି,୩୦।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ ମହିଳାଙ୍କ ସହ ୭ ମାଓବାଦୀଙ୍କ ମୃତ୍ୟୁ...

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ...

ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri