ବଦଳିଲା ସ୍କୁଲ ଖୋଲିବା ସମୟ

ଭୁବନେଶ୍ୱର,୩ା୩(ବ୍ୟୁରୋ): ସକାଳୁଆ ସ୍କୁଲ ପାଇଁ ସରକାରଙ୍କ ତରଫରୁ ଗତ ଶୁକ୍ରବାର ଦିଆଯାଇଥିବା ସମୟକୁ ମଙ୍ଗଳବାର ପରିବର୍ତ୍ତନ କରିଦିଆଯାଇଛି। ନବମ ଓ ଏକାଦଶ ପିଲାଙ୍କ ପାଇଁ ସକାଳ ୭ରୁ ୯ଟା ପର୍ଯ୍ୟନ୍ତ ପାଠପଢ଼ା ହେବ। ସେହିପରି ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ ସକାଳ ୮ରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପାଠପଢ଼ା ହେବ। ପୂର୍ବରୁ ସ୍କୁଲ ସକାଳ ୭ରୁ ଅପରାହ୍ନ ୧ଟା ଯାଏ ଖୋଲିବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ମହାମାରୀ କରୋନା ଲାଗି ଶିକ୍ଷାନୁଷ୍ଠାନ ବର୍ଷେରୁ ଅଧିକ ସମୟ ଧରି ବନ୍ଦ ରହିଥିଲା। ହେଲେ ଭୀଷଣ ଖରାର ପ୍ରକୋପ ଦେଖି ରାଜ୍ୟ ସରକାର ଚିନ୍ତାରେ ଏଭଳି ନିଷ୍ପତ୍ତି ନେଇଛନ୍ତି। ଗଲା ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଭାଗୀୟ ସମସ୍ତ ନିର୍ଦ୍ଦେଶକ ଏବଂ ଜିଲା ଶିକ୍ଷା ଅଧିକାରୀଙ୍କୁ ଚିଠି କରି ମାର୍ଚ୍ଚ ୧ରୁ ସକାଳୁଆ ସ୍କୁଲ ହେବା ନେଇ ସୂଚନା ଦିଆଯାଇଥିଲା। ଏହାସହ ନବମ ଏବଂ ଏକାଦଶ ପିଲାଙ୍କ ପାଇଁ ପାଠପଢ଼ା ସକାଳ ୮ଟା ୩୦ରୁ ୧୦ଟା ଯାଏ ନିର୍ଦ୍ଧାରଣ କରାଯାଇଥିଲା। ସେହିପରି ଦଶମ ଏବଂ ଦ୍ୱାଦଶ ପିଲାଙ୍କ ପାଠପଢ଼ା ଲାଗି ୧୧ଟାରୁ ୪ଟା ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ ହୋଇଥିଲା। ହେଲେ ଏହାକୁ ନେଇ ଅଭିଭାବକ ଓ ଓଷ୍ଟା ଆପତ୍ତି ଉଠାଯାଇଥିଲେ। ଗ୍ରୀଷ୍ମ ପ୍ରବାହ ପାଇଁ ଯଦି ସକାଳୁଆ ସ୍କୁଲ କରାଯାଉଛି ତେବେ ଗୋଟାଏ ପରେ ସ୍କୁଲ ଖୋଲିଲେ ପିଲା ଏବଂ ଶିକ୍ଷକଙ୍କ ଜୀବନ ପ୍ରତି ବିପଦ ରହିଥିବା ଦର୍ଶାଇଥିଲେ। ଏହା ପରେ ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ ନେଇ ଆଲୋଚନା ଚଳାଇଥିବା ଗତ ସୋମବାର ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଥିଲେ। ଏହାର ଦିନକ ପରେ ସ୍କୁଲ ଖୋଲିବା ନୂଆ ସମୟ ଘୋଷଣା କରାଯାଇଛି।
ସୂଚନାଯୋଗ୍ୟ, ଭୁବନେଶ୍ୱରରେ ଶୁକ୍ରବାର ସର୍ବାଧିକ ତାପମାତ୍ରା ୪୦.୪ ଡିଗ୍ରୀ ସେଲସିୟସ ଥିବା ଦେଖି ସରକାର ତୁରନ୍ତ ସ୍କୁଲ ସମୟ ପରିବର୍ତ୍ତନର ନିଷ୍ପତ୍ତି ନେଇଥିଲେ। କେତେବର୍ଷ ଧରି ଫେବୃୟାରୀରେ ଖରାର ପ୍ରକୋପ ୪୦ ଡିଗ୍ରୀ ରହିବା କେହି ଦେଖିବାକୁ ପାଇ ନ ଥିଲେ। ପ୍ରାୟତଃ ପ୍ରତ୍ୟେକ ବର୍ଷ ଏପ୍ରିଲରେ ସ୍କୁଲ ସକାଳୁଆ ଆରମ୍ଭ ହୋଇଥାଏ। ଅନ୍ୟପଟେ କରୋନା ମହାମାରୀର ପ୍ରକୋପ ପାଇଁ ବର୍ଷେ କାଳ ସ୍କୁଲ, କଲେଜ ବନ୍ଦ ରହିବା ପରେ ପ୍ରଥମେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଥିଲେ। ଏହାପରେ ନବମ ଏବଂ ଏକାଦଶ ପିଲାଙ୍କ ସ୍କୁଲ ଯିବା ଲାଗି ନିଷ୍ପତ୍ତି ହୋଇଥିଲା। ହେଲେ ପ୍ରାଥମିକ ସ୍କୁଲ ଖୋଲିବା ନେଇ ଏଯାଏ କୌଣସି ନିଷ୍ପତ୍ତି ହୋଇନାହିଁ। ଫେବୃୟାରୀରେ ଯେପରି ଖରାର ପ୍ରକୋପ ରହିଲାଣି ତାକୁ ଦେଖି ଏବେଠାରୁ ସରକାର ସବୁ ପ୍ରକାର ବ୍ୟବସ୍ଥା ଗ୍ରହଣ ଆରମ୍ଭ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri