ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଝାରସୁଗୁଡ଼ାରେ ବିଜେଡି ବିପୁଳ ଭୋଟ୍‌ରେ ବିଜୟ ଲାଭ କରିବା ପରେ ବିଜେଡି ବିଜୟ ଉତ୍ସବ ପାଳନ କରିଛି। ଆଜି ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡରେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ନବୀନ କହିଛନ୍ତି, ବିଜେଡି ମା’ମାନଙ୍କୁ ହାଣ୍ଡିଶାଳରୁ ବାହାରକୁ ଆଣି ସଶକ୍ତ କରିଛି। ବିରୋଧୀ କିନ୍ତୁ ମା’ ଭଉଣୀମାନଙ୍କୁ ଗାଳିଗୁଲଜ କରୁଛନ୍ତି। ଅସମ୍ମାନ କରୁଛନ୍ତି। ପଦ୍ମପୁର ଉପନିର୍ବାଚନ ବେଳେ ବିରୋଧୀ ନକାରାତ୍ମକ ରାଜନୀତିର ଫର୍ମୁଲା ଆପଣାଇ ଗୋଟିଏ ଝିଅକୁ ଯେମିତି ଗାଳି କରୁଥିଲେ ଝାରସୁଗୁଡ଼ାରେ ସମାନ ଆଚରଣ ପ୍ରଦର୍ଶନ କରିଥିଲେ। ଲୋକ ଏହାର ଜବାବ ଦେଇଛନ୍ତି। ମା’ମାନଙ୍କୁ ଅସମ୍ମାନକୁ ଓଡ଼ିଶାବାସୀ କେବେ ହେଲେ ବରଦାସ୍ତ  କରିବେ ନାହିଁ।

ଆହୁରି ମଧ୍ୟ କହିଛନ୍ତି, ମୁଁ ଝାରସୁଗୁଡ଼ାବାସୀଙ୍କ ନିକଟରେ ଋଣୀ। ଏ ବିଜୟ ଝାରସୁଗୁଡ଼ାବସୀଙ୍କର। ନବଦାସଙ୍କ ବିକାଶ କାର୍ଯ୍ୟକୁ ଆହୁରି ଆଗକୁ ନିଆଯିବ। ଓଡ଼ିଶାର ଲୋକମାନଙ୍କ ପାଖରେ ବିଜେଡି ସବୁବେଳେ ଠିଆ ହୋଇଛି। ମହିଳାଙ୍କ ପାଇଁ ବିଜେଡି କାର୍ଯ୍ୟ କରୁଛି। ଆମର ଝିଅମାନେ ଆମର ଗର୍ବ। ବିଜୁ ଜନତା ଦଳ ସବୁବେଳେ ସମାଜର ବିଭିନ୍ନ କ୍ଷେତ୍ରରେ ମା’ମାନଙ୍କ ଯୋଗଦାନକୁ ଉତ୍ସାହିତ କରିଆସିଛି। ସେମାନଙ୍କ ଅଧିକାର ପାଇଁ ଦୃଢ଼ ଭାବରେ ସେମାନଙ୍କ କଥା କହିବା ପାଇଁ ମିଶନ ଶକ୍ତି ଭଳି ପ୍ଲାଟଫର୍ମ ଯୋଗାଇ ଦେଇଛି । ମା’ ମାନଙ୍କର ସଶକ୍ତିକରଣରେ ବିଜେଡି ବିଶ୍ୱାସ କରେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମେ ସମସ୍ତେ ମିଳିମିଶି ଓଡ଼ିଶାର ଉନ୍ନତି ପାଇଁ ଆମ ଗଣତାନ୍ତ୍ରିକ ମୂଲ୍ୟବୋଧ ଓ ଆମ ସଂସ୍କୃତି ଏବଂ ମା’ମାନଙ୍କ ସମ୍ମାନ ଓ ଅଧିକାର ସୁରକ୍ଷା ପାଇଁ କାମ କରିଚାଲିବା । ଶଙ୍ଖ ଭବନରେ ଆୟୋଜିତ ଝାରସୁଗୁଡା ବିଜୟ ଉତ୍ସବରେ ନବୀନଙ୍କ ଉପସ୍ଥିତି ପାଇଁ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କୃତଜ୍ଞତା ଜଣାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପର୍ଯ୍ୟବେକ୍ଷକ ଦେବୀ ପ୍ରସାଦ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ ଓ ସାରଦା ନାୟକନିଜର ଅଭିଭାଷଣ ରଖିଥିଲେ। ଦୀପାଳି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। କହିଥିଲେ, ମୋ’ ଉପରେ ଏତେ ବିଶ୍ୱାସ ରଖିଥିବାରୁ ଝାରସୁଗୁଡ଼ାବାସୀଙ୍କୁ ଧନ୍ୟବାଦ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri