କ୍ୟାବିନେଟ୍‌ ନିଷ୍ପତ୍ତିକୁ ୬୬୨ ବର୍ଗ କଲେଜ ସଂଘର ବିରୋଧ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଅଧ୍ୟାପକ ଓ କର୍ମଚାରୀଙ୍କ ପାଇଁ ସ୍ଥିରୀକୃତ ପଦ୍ଧତିକୁ ନିଖିଳ ଓଡ଼ିଶା ୬୬୨ ବର୍ଗ ବେସରକାରୀ କଲେଜ ଅଧ୍ୟାପକ କର୍ମଚାରୀ ସଂଘ ତୀବ୍ର ବିରୋଧ କରିଛି। ୬୬୨ ବର୍ଗର ଅଧ୍ୟାପକ ଓ କର୍ମଚାରୀଙ୍କୁ ଉପେକ୍ଷା କରାଯାଇଥିବା ଅଭିଯୋଗ ଆଣି ଏହି କ୍ୟାବିନେଟ୍‌ ନିଷ୍ପତ୍ତିର ପୁନର୍ବିଚାର କରିବାକୁ ସଂଘ ଦାବି କରିଛି। ଏହା ବିରୋଧରେ ସଂଘ ବ୍ୟାପକ ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇଛି। ଅଧ୍ୟାପକ ଓ କର୍ମଚାରୀମାନେ ଶନିବାରଠାରୁ କଳାବ୍ୟାଜ ପିନ୍ଧି କଲେଜରେ କାର୍ଯ୍ୟ କରୁଛନ୍ତି। ୨୫ ତାରିଖରେ ଜିଲାପାଳଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯିବ। ଫେବୃୟାରୀ ୩ରେ ମହାସମାବେଶ ଓ ଆମରଣ ଅନଶନ ଆରମ୍ଭ ହେବ। ଆବଶ୍ୟକସ୍ଥଳେ ଯୁକ୍ତ୨ ଓ ଯୁକ୍ତ୩ ପରୀକ୍ଷାରେ ଅସହଯୋଗ ଓ ମୂଲ୍ୟାୟନ ବର୍ଜନ କରାଯିବ ବୋଲି ସଂଘ ଚେତାଇ ଦେଇଛି। ସଂଘ ପକ୍ଷରୁ କୁହାଯାଇଛି, ପୂର୍ବରୁ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଅବିକଳ ୭ମ କମିଶନ ବେତନ ଆଧାରରେ ଦରମା ପ୍ରଦାନ ପାଇଁ ନିଷ୍ପତ୍ତି ହୋଇଥିଲା। ଏହାକୁ ଭିତ୍ତି କରି ଉଚ୍ଚଶିକ୍ଷା ବିଭାଗ ବିଜ୍ଞପ୍ତି ପ୍ରକାଶ କରିଥିଲା। ଦୀର୍ଘ ୧ ବର୍ଷ ଧରି ସମାନ ହାରରେ ଅଧ୍ୟାପକଙ୍କୁ ସମାନ ଦରମା ଦେଉଥିଲେ। ଶନିବାରର କ୍ୟାବିନେଟ୍‌ ନିଷ୍ପତ୍ତିରେ କିଛି କର୍ମଚାରୀ ଓ ଅଧ୍ୟାପକଙ୍କୁ ଅହେତୁକ ଅନୁକମ୍ପା ଦେଖାଇ ପ୍ରାୟ ୧୦ହଜାର ଟଙ୍କାର ଦରମା ତାରତମ୍ୟ ଘୋଷଣା କରାଯାଇଛି। ୪୨୦୦ ଗ୍ରେଡ୍‌ ପେ’ ପାଉଥିବା ୪୮୮ ବର୍ଗର ପିଇଟି, ଲାଇବ୍ରେରିଆନ୍‌ ଓ ଡେମୋନଷ୍ଟ୍ରେଟରଙ୍କଠାରୁ ୪୬୦୦ ଗ୍ରେଡ୍‌ ପେ’ ପାଉଥିବା ୬୬୨ କଲେଜ ବର୍ଗର ଅଧ୍ୟାପକଙ୍କୁ କମ୍‌ ଦରମା ଦିଆଯିବ। ମୁଖ୍ୟମନ୍ତ୍ରୀ ଏହା ଉପରେ ହସ୍ତକ୍ଷେପ କରନ୍ତୁ ବୋଲି ସଂଘ ସଭାପତି ଗୋଲକ ନାୟକ ଏକ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri