ରତ୍ନଭଣ୍ଡାର ଖୋଲିବାକୁ ଦାବି ଉଠାଇଲେ ବିରୋଧୀ

ଭୁବନେଶ୍ବର, ୧ା୭(ସୁନିତ୍‌ ମିଶ୍ର): ଶ୍ରୀମନ୍ଦିର ରତ୍ନଭଣ୍ଡାର ନ ଖୋଲାଯିବା ନେଇ ତେଜିଛି ରାଜନୀତି। ସାଧାରଣ ଭକ୍ତଙ୍କଠାରୁ ଆରମ୍ଭକରି ଅନ୍ୟମାନେ ମଧ୍ୟ ଏନେଇ ଦାବି କରିବା ଆରମ୍ଭ କରିଛନ୍ତି। ତେବେ ସରକାର ଏଥିପ୍ରତି ଧ୍ୟାନ ଦେଉ ନ ଥିବା ବିରୋଧୀ ଅଭିଯୋଗ କରିଛନ୍ତି। ଅନ୍ୟପଟେ ରତ୍ନଭଣ୍ଡାର ଖୋଲାଯିବା ନେଇ ହାଇକୋର୍ଟରେ ଭାଜପା ଯାଇ ପହଞ୍ଚିଛି।
ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ରତ୍ନଭଣ୍ଡାରକୁ ନେଇ କିଛି ଗୋଟେ ବିଭ୍ରାଟ ହୋଇଛି। ଗତଥର ଯେମିତି ଚାବି ହଜିବା କଥା ସାମ୍ନାକୁ ଆସିଲା। ଚାବି କୁଆଡେ ଗଲା ବୋଲି ପ୍ରଶ୍ନ ଉଠିଲା। ତା’ପରେ ଡୁପ୍ଲିକେଟ୍‌ ଚାବି ନ ମିଳିବା କଥା ଆସିଲା। ସେଥିରୁ କେତେଜଣ ଅଫିସର ବଦଳି ହୋଇ ଚାଲିଗଲେଣି। ବର୍ତ୍ତମାନ ଅନ୍ୟ ଅଫିସର ଅଛନ୍ତି। ଏହା ଭିତରେ ଅନେକ କଥା ରହିଛି, ସେଥିଲାଗି ସେମାନେ ରତ୍ନଭଣ୍ଡାର ଖୋଲିବାକୁ ପ୍ରସ୍ତୁତ ହେଉନାହାନ୍ତି ବୋଲି ଶରତ କହିଛନ୍ତି।
କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ସେ ଆଇନ ମନ୍ତ୍ରୀ ଥିବାବେଳେ ରତ୍ନଭଣ୍ଡାର ଖୋଲିବାକୁ ଉଦ୍ୟମ କରିଥିଲେ। କିନ୍ତୁ ସେ ବିଫଳ ହୋଇଥିଲେ। ସେତେବେଳେ ତାଙ୍କ ଉପରେ ଚାପ ପଡ଼ିଥିଲା। ସହଜରେ ତାଙ୍କ ଉପରେ ଚାପ କାମ ଦିଏ ନାହିଁ, ହେଲେ ସେହି ସମୟରେ ତାହା କାମ ଦେଲା। ତାଙ୍କ ସରକାର ସେତେବେଳେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ ବୋଲି କହିଥିଲା, ଯାହା କରୁଛନ୍ତି ଭାବିଚିନ୍ତି କରନ୍ତୁ ବୋଲି କୁହାଯାଇଥିଲା। ଏବେ ବି ଦାବି କରୁଛି, ରତ୍ନଭଣ୍ଡାର ଖୋଲାଯାଉ ବୋଲି ନରସିଂହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri