Posted inଜାତୀୟ

ଆଦାନୀ ପ୍ରସଙ୍ଗ ଉଠାଇଲେ ବିରୋଧୀ

ନୂଆଦିଲ୍ଲୀ,୩୧।୧(ପି.ଟି.): ପାର୍ଲାମେଣ୍ଟର ବଜେଟ ଅଧିବେଶନ ପୂର୍ବରୁ ସୋମବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିରୋଧୀ ଦଳଗୁଡ଼ିକ ଆଦାନୀ ଏବଂ ମହିଳା ସ୍ଥାନ ସଂରକ୍ଷଣ ବିଲ୍‌ ପ୍ରସଙ୍ଗ ଉଠାଇଥିଲେ। ନିୟମ ଅନୁଯାୟୀ ସମସ୍ତ ପ୍ରସଙ୍ଗରେ ଆଲୋଚନା କରାଯିବ ବୋଲି ସରକାର ପ୍ରତିଶ୍ରୁତି ଦେବା ସହ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି। ଅଧିକାଂଶ ଆଞ୍ଚଳିକ ଦଳ ଆଦାନୀ ଏବଂ ମହିଳା କୋଟା ବିଲ୍‌ ସମେତ ବେରୋଜଗାରୀ, ଦରଦାମ୍‌ ବୃଦ୍ଧି, ରାଜ୍ୟଗୁଡ଼ିକୁ ରାଜସ୍ବ ପ୍ରଦାନରେ କେନ୍ଦ୍ରର ପାତରଅନ୍ତର ଆଦି ପ୍ରସଙ୍ଗ ଉଠାଇଥିଲେ। ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ କହିଥିଲେ, ସରକାର ସବୁବେଳେ ପ୍ରତ୍ୟେକ ପ୍ରସଙ୍ଗରେ ଆଲୋଚନା ପାଇଁ ପ୍ରସ୍ତୁତ ଅଛନ୍ତି। ତେବେ ସେଗୁଡ଼ିକ ନିୟମ ଅନୁଯାୟୀ ଏବଂ ଗୃହ ଅଧ୍ୟକ୍ଷଙ୍କ ଅନୁମତିକ୍ରମେ ହେବା ଆବଶ୍ୟକ। ସର୍ବଦଳୀୟ ବୈଠକରେ ୨୭ଟି ଦଳରୁ ୩୭ ଜଣ ନେତା ଯୋଗଦେଇଥିଲେ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବୈଠକରେ ଉପସ୍ଥିତ ଥିଲେ। କଂଗ୍ରେସର ଅଧିକାଂଶ ନେତା ଭାରତ ଯୋଡ଼ୋ ଯାତ୍ରାରେ ବ୍ୟସ୍ତ ଥିବାରୁ ସର୍ବଦଳୀୟ ବୈଠକରେ ମୁଖ୍ୟ ବିରୋଧୀ ଦଳରୁ କେହି ଉପସ୍ଥିତ ନ ଥିଲେ।
ଆଦ୍‌ମୀ ପାର୍ଟି, ଆର୍‌ଜେଡି, ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା, କେ. ଚନ୍ଦ୍ରଶେଖର ରାଓଙ୍କ ବିଆର୍‌ଏସ୍‌, ଡିଏମ୍‌କେ ଏବଂ ବାମଦଳଗୁଡ଼ିକ ଆଦାନୀ ପ୍ରସଙ୍ଗ ଉଠାଇ ପାର୍ଲାମେଣ୍ଟରେ ଏହା ଉପରେ ଆଲୋଚନା ଦାବି କରିଥିଲେ। ମିଳିତ ଅଧିବେଶନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ବର୍ଜନ କରିବା ଲାଗି ବିଆର୍‌ଏସ୍‌ କେତେକ ବିରୋଧୀ ଦଳ ସହ ଆଲୋଚନା କରିଥିଲା। ଓ୍ବାଇଏସ୍‌ଆର୍‌ କଂଗ୍ରେସ, ବିଆର୍‌ଏସ୍‌, ବିଜୁ ଜନତା ଦଳ, ଟିଏମ୍‌ସି ଆଦି ଦଳ ମହିଳା ସଂରକ୍ଷଣ ବିଲ୍‌ ଗୃହୀତ କରାଇବା ପାଇଁ ଦାବି କରିଥିଲେ। ସାରା ଦେଶରେ ଜାତିଭିତ୍ତିକ ଅର୍ଥନୈତିକ ଜନଗଣନା ପାଇଁ ଓ୍ବାଇଏସ୍‌ଆର୍‌ କଂଗ୍ରେସ ଦାବି କରିଥିଲା। ଏହାକୁ ଜେଡିୟୁ, ଆର୍‌ଜେଡି, ଟିଆର୍‌ଏସ୍‌, ଟିଏମ୍‌ସି ଏବଂ ବିଜେଡି ସମର୍ଥନ କରିଥିଲେ। ଚାଇନା ସହ ସୀମା ବିବାଦ ପ୍ରସଙ୍ଗ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ଉଠାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?