ବିରୋଧୀ ଯେଉଁ ଅପଚେଷ୍ଟା କରୁଛନ୍ତି ସେଥିରେ ବିଫଳ ହେବେ: ମନମୋହନ

ଭୁବନେଶ୍ୱର,୨୦।୨ (ସୁନିତ୍‌ ମିଶ୍ର): ଧାନର ଅଭାବୀ ବିକ୍ରି ନ ହେବା ଏବଂ ଚାଷୀ ତା’ର ଉଚିତ ମୂଲ୍ୟ ପାଇବା ପାଇଁ ଭାଜପା ସବୁବେଳେ ପ୍ରୟାସ କରୁଛି। ଧାନ ଅମଳରେ ଓଡ଼ିଶା ଗୋଟିଏ ସମୟରେ ୧୯ ନମ୍ବରରେ ଥିବାବେଳେ ଏବେ ୨ୟ ନମ୍ବର ସ୍ଥାନରେ ରହିଛି। ପ୍ରଧାନମନ୍ତ୍ରୀ ୨୦୧୪ରେ ଶପଥ ନେଲାବେଳକୁ ଧାନ କୁଇଣ୍ଟାଲ ପିଛା ୧୩୧୦ ଟଙ୍କା ଥିବାବେଳେ ବର୍ତ୍ତମାନ ଓଡ଼ିଶାରେ ଭାଜପାର ଡବଲ ଇଞ୍ଜିନ ସରକାର ଗଠନ ହେବାପରେ ୩୧୦୦ ଟଙ୍କା କୁଇଣ୍ଟାଲରେ ଧାନ କିଣା ହେଉଛି। ୨୦୨୪ ପୂର୍ବରୁ ଅର୍ଥାତ୍‌ ପୂର୍ବ ସରକାର ସମୟରେ ୨୦୨୩-୨୪ ଆର୍ଥିକ ବର୍ଷରେ ୫୮ ଲକ୍ଷ ମେଟ୍ରିକ ଟନ୍‌ ଧାନ କିଣାଯାଇଥିଲା। ସେତେବେଳେ ୧୩ ହଜାର କୋଟି ଟଙ୍କାର ଧାନ କିଣା ହୋଇଥିଲା। ଓଡ଼ିଶାରେ ଭାଜପା ସରକାର ୨୦୨୪-୨୫ ଆର୍ଥିକ ବର୍ଷରେ ଖରିଫ ରବି ଫସଲକୁ ମିଶାଇ ୧୬ ଲକ୍ଷ ୬୦ ହଜାର ଚାଷୀଙ୍କଠାରୁ ୨୭ ହଜାର କୋଟି ଟଙ୍କାର ୯୨ ଲକ୍ଷ ମେଟ୍ରିକ ଟନ୍‌ ଧାନ କିଣାଯାଇଛି। ଏହା ବ୍ୟତୀତ ଚାଷୀଙ୍କ ରୋଜଗାରକୁ ଦ୍ୱିଗୁଣା କରିବା ପାଇଁ ପିଏମ୍‌ କିଷାନ ଓ ସିଏମ୍‌ କିଷାନ ଯୋଜନାରେ ବାର୍ଷିକ ୧୦ ହଜାର କୋଟି ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଉଛି। ବିରୋଧୀ ସରକାରଙ୍କ କାମକୁ ବିଫଳ କରିବାକୁ ଯେଉଁ ଚେଷ୍ଟା କରୁଛନ୍ତି ସେଥିରେ ବିଫଳ ହେବେ ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ମନମୋହନ କହିଛନ୍ତି, ଓଡ଼ିଶାରେ ଭାଜପା ସରକାର ଆସିବା ପରେ ଧାନ କିଣାବିକା ପାଖାପାଖି ୨ ଗୁଣା ବୃଦ୍ଧି ପାଇଛି। ଏଭଳି ସ୍ଥିତିରେ ଧାନ କିଣାକୁ ନେଇ ଲୋକଙ୍କ ମଧ୍ୟରେ ବିଭ୍ରାନ୍ତ କରି ଦ୍ୱନ୍ଦ୍ୱ ସୃଷ୍ଟି କରିବାକୁ ଉଭୟ ବିରୋଧୀ ବିଜେଡି ଓ କଂଗ୍ରେସ ଅପଚେଷ୍ଟା କରୁଛନ୍ତି। ରାଜ୍ୟର ଅଧିକାଂଶ ଜିଲାରେ ଧାନକିଣା ୯୦ରୁ ୯୫% ଅତିକ୍ରମ କରିସାରିଲାଣି। ଧାନକିଣା ଏବେ ବି ଅବ୍ୟାହତ ରହିଛି। ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟରେ ଟୋକନ ବ୍ୟବସ୍ଥା ଅନୁସାରେ ଧାନ କିଣାଯାଇଛି। ଆବଶ୍ୟକ ପଡ଼ିଲେ ୪ର୍ଥ ପର୍ଯ୍ୟାୟରେ ଟୋକନ ପ୍ରଦାନ କରାଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri