ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା: ଜଣେ ନୁହେଁ, ଜଣଙ୍କ ପରେ ଜଣେ ବିଧାୟକ ଚଢ଼ିଗଲେ ବାଚସ୍ପତିଙ୍କ ପୋଡିୟମ ଉପରକୁ

ଭୁବନେଶ୍ୱର,୨୩।୮: ପୁଣି ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା । ଆଜି ମଧ୍ୟ ଆରମ୍ଭରୁ ବିଧାନସଭା ସରଗରମ ହୋଇପଡ଼ିଛି। ମଦମୃତ୍ୟୁକୁ ନେଇ ବିଧାନସଭାରେ ବିଜେଡି ଓ କଂଗ୍ରେସ ସଦସ୍ୟ ପ୍ରବଳ ହଟଗୋଳ କରିଛନ୍ତି। ଏମିତି କି ବିରୋଧୀମାନେ ବାଚସ୍ପତି ସୁରମା ପାଢ଼ୀଙ୍କ ପୋଡିୟମ ତଳେ ନାରାବାଜି ଦେଇଛନ୍ତି। ପରେ ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ବିଜେଡିର ନେତାମାନେ ଚଢ଼ିଯାଇଥିଲେ। ବିଜେଡି ବିଧାୟକ ମାଧବ ଧଡ଼ା, ଯୋଗେଶ ସିଂ, ବିଶ୍ୱ ମଲ୍ଲିକ ଓ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ଚଢ଼ିଯାଇଥିଲେ।
ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ମଧ୍ୟ ଗୃହରେ ତୁମୁଳକାଣ୍ଡ ଓ ଅରାଜକତା ଦେଖିବାକୁ ମିଳିଥିଲା। ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ବିଜେଡି ସଦସ୍ୟ ଗୃହ ମଧ୍ୟଭାଗକୁ ଆସି ପ୍ରବଳ ହଟ୍ଟଗୋଳ ଓ ହୋହଲ୍ଲା କରିଥିଲେ। ବିଜେଡିର ୨ ବିଧାୟକ ବାଚସ୍ପତିଙ୍କ ପୋଡିୟମ ଉପରେ ଚିଯାଇଥିଲେ। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ସୋର ବିଧାୟକ ମାଧବ ଧଡ଼ା ଓ ଦେବଗଡ଼ ବିଧାୟକ ରୋମାଞ୍ଚ ବିଶ୍ବାଳ ଚଢ଼ିଯାଇଥିଲେ। ଅନ୍ୟପକ୍ଷେ ବାଚସ୍ପତିଙ୍କ ସିଟ ପାଖକୁ ଯିବାକୁ ମଧ୍ୟ ବିଜେଡି ବିଧାୟକ ଉଦ୍ୟମ କରିଥିଲେ।

ଚିକିଟି ମଦ ମୃତ୍ୟୁ ଘଟଣାରେ ବୁଧବାର ବ୍ରହ୍ମପୁର ଅବକାରୀ ଅଧୀକ୍ଷକ ପ୍ରଦୀପ ପାଣିଗ୍ରାହୀ ନିଲମ୍ବନ ହୋଇଥିବା ବେଳେ ବେଳେ ଗୁରୁବାର ୨ ଅଧିକାରୀଙ୍କୁ ବଦଳି କରାଯାଇଛି। ବ୍ରହ୍ମପୁର ଅବକାରୀ ଇନ୍ସପେକ୍ଟର ଓ ଏସଆଇଙ୍କ ବଦଳି ହୋଇଛି। ଅବକାରୀ ଇନ୍ସପେକ୍ଟର ରମେଶ ଚନ୍ଦ୍ର ମହାନ୍ତି କୋରାପୁଟକୁ ବଦଳି ହୋଇଥିବା ବେଳେ ଏସଆଇ ପ୍ରସନ୍ନ କୁମାର ଜାଲିଙ୍କୁ ଢେଙ୍କାନାଳକୁ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri