ଅଧ୍ୟାପକ ନିଯୁକ୍ତି ପ୍ରକ୍ରିୟା ସ୍ଥଗିତ ରଖିଲା ଓପିଏସ୍‌ସି

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ ସତ୍ତ୍ୱେ ରାଜ୍ୟ ସରକାର ଅଧ୍ୟାପକ ନିଯୁକ୍ତି ପ୍ରକ୍ରିୟା ଜାରି ରଖିଥିଲେ। ଶିକ୍ଷାବିତ୍‌ଙ୍କ ବିରୋଧ ଓ ୟୁଜିସିର ତାଗିଦ୍‌ ପରେ ଶୁକ୍ରବାର ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଏହି ପରୀକ୍ଷାକୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି। ଏ ନେଇ ଶୁକ୍ରବାର ଓପିଏସ୍‌ସି ପକ୍ଷରୁ ଏକକାଳୀନ ଦୁଇଟି ନୋଟିସ ଜାରି ହୋଇଛି। ଫିଜିକ୍ସରେ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ନିମନ୍ତେ ଆସନ୍ତା ଜୁନ୍‌ ୪ରେ ହେବାକୁ ଥିବା ସାକ୍ଷାତକାର ପରୀକ୍ଷାକୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖାଗଲା ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ସେହିପରି ବାଣିଜ୍ୟରେ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ନିମନ୍ତେ ଜୁନ୍‌ ୬ରେ ହେବାକୁ ଥିବା ଡକ୍ୟୁମେଣ୍ଟ ଯାଞ୍ଚ କାର୍ଯ୍ୟକ୍ରମକୁ ମଧ୍ୟ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିବା ଆଉଏକ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବିଭିନ୍ନ ବିଷୟରେ ମୋଟ ୬୦୬ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ନିମନ୍ତେ ଓପିଏସ୍‌ସି ପକ୍ଷରୁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥି ମଧ୍ୟରୁ କେତେକ ପରୀକ୍ଷା ଓ ଡକ୍ୟୁମେଣ୍ଟ ଯାଞ୍ଚ ଆଦି ପ୍ରକ୍ରିୟା ଶେଷ ହୋଇ ସାରିଥିବାବେଳେ ବାଣିଜ୍ୟ ଓ ଫିଜିକ୍ସର ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ଜାରି ରହିଥିଲା। ଏ ନେଇ ଓପିଏସ୍‌ସି ବିଜ୍ଞପ୍ତି ପ୍ରକାଶ କରିବା ପରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ରାଜ୍ୟ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କରିବା ସହିତ ଉଚ୍ଚଶିକ୍ଷା ବିଭାଗ ଏବଂ ଓପିଏସ୍‌ସି ସଚିବଙ୍କୁ ଚିଠି ଲେଖି ଏଥିରୁ ଦୂରେଇ ରହିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଗତ ୨୦ ତାରିଖରେ ଓଡ଼ିଶା ବିଶ୍ୱବିଦ୍ୟାଳୟ(ସଂଶୋଧନ) ଅଧିନିୟମ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଲଗାଇଥିଲେ। ମାମଲା ବିଚାରାଧୀନ ଥିବାବେଳେ ନିଯୁକ୍ତି ପ୍ରକ୍ରିୟା ପାଇଁ ବିଜ୍ଞପ୍ତି ପ୍ରକାଶ କରି ରାଜ୍ୟ ସରକାର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଅବମାନନା କରିଥିବା ୟୁଜିସି କହିଥିଲା। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରିବା ସହ ନିଯୁକ୍ତି ପ୍ରକ୍ରିୟାରୁ ଦୂରେଇ ରହିବାକୁ ୟୁଜିସି ଚିଠିରେ ଉଲ୍ଲେଖ କରିଥିଲା। ଅବମାନନା କଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ୟୁଜିସି ରାଜ୍ୟ ସରକାରଙ୍କୁ ଚେତାବନୀ ଦେଇଥିଲା। ସେପଟେ ଶୁକ୍ରବାର ଏହି ମାମଲାରେ ଚୂଡ଼ାନ୍ତ ରାୟ ନ ଆସିବା ପର୍ଯ୍ୟନ୍ତ ରାଜ୍ୟ ସରକାର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ଅନୁପାଳନ କରିବାକୁ ଉତ୍କଳ ବିଶ୍ୱବିଦ୍ୟାଳୟ ଶିକ୍ଷକ ସଂଘ(ୟୁୟୁଟିଏ) ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଭେଟି ଦାବି ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri