ଓଇଆର୍‌ସି ଅଫିସ ଘେରିଲା କଂଗ୍ରେସ

ଭୁବନେଶ୍ୱର, ୭ା୪(ବ୍ୟୁରୋ): ଓଡିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ବିଦ୍ୟୁତ୍‌ ଦର ବୃଦ୍ଧି ପ୍ରତିବାଦରେ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆର୍‌ସି) କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ଅବସରରେ କଂଗ୍ରେସ କର୍ମୀମାନେ ଓଇଆର୍‌ସି କାର୍ଯ୍ୟାଳୟର ଗେଟ୍‌ ଖୋଲି ଜୋର ଜବରଦସ୍ତ ଭିତରକୁ ପଶିବାକୁ ଚେଷ୍ଟା କରିଥିଲେ। ବିକ୍ଷୋଭ ଶେଷରେ ରାଜ୍ୟପାଳଙ୍କ ଉଦ୍ଦ୍ୟେଶରେ ଓଆଇଆର୍‌ସି ଅଧ୍ୟକ୍ଷଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ବିକ୍ଷୋଭରେ ଯୋଗଦେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି, ୨୦୧୬ର ବିମୁଦ୍ରୀକରଣ ଓ ବର୍ତ୍ତମାନର କରୋନା ମହାମାରୀର ସମ୍ମୁଖୀନ ହୋଇ ରାଜ୍ୟବାସୀ ହନ୍ତସନ୍ତ ହୋଇପଡ଼ିଛନ୍ତି। ଏଭଳି ସମୟରେ କର୍ମାଗତ ଭାବେ ୬ ମାସ ତଳେ ୟୁନିଟ୍‌ ପିଛା ୨୦ ପଇସା ଓ ଏବେ ୩୦ ପଇସା ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧିକୁ କଂଗ୍ରେସ ବିରୋଧ କରିଛି। ବିଶେଷଭାବେ ଏହାଦ୍ୱାରା ମଧ୍ୟବିତ୍ତ, ନିମ୍ନମଧ୍ୟବିତ୍ତ ଓ ଗରିବ ଶ୍ରେଣୀର ଲୋକ ଗୁରୁତର ପ୍ରଭାବିତ ହୋଇଛନ୍ତି। ତେଣୁ ରାଜ୍ୟ ସରକାର ତୁରନ୍ତ ଏହି ନିଷ୍ପତ୍ତି ପ୍ରତ୍ୟାହାର କରିନିଅନ୍ତୁ। ପୂର୍ବରୁ ବ୍ଲକ୍‌ ଓ ନଗର କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି। ଯଦି ସରକାର ନିଜ ନିଷ୍ପତ୍ତି ନ ବଦଳାନ୍ତି ତେବେ କଂଗ୍ରେସ ରାସ୍ତାକୁ ଓହ୍ଲାଇବା ଲାଗି ପଛଘୁଞ୍ଚା ଦେବ ନାହିଁ ବୋଲି ସେ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଦଳର ବହୁ ବରିଷ୍ଠ ନେତା ଓ କର୍ମୀମାନେ ଯୋଗଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri