ନିର୍ଦ୍ଦେଶକୁ ବାଏଁ ବାଏଁ ଉଡ଼ାଇଦେଲେ: ପୁଣି ଏକାଠି ହେଲେ ପୂର୍ବତନ ବିଧାୟକଙ୍କ ପୁଅ, ଆଜି ନବୀନଙ୍କୁ ଦେବେ ଦାବିପତ୍ର

ଭୁବନେଶ୍ୱର, ୯ା୪(ସୁନିତ୍‌ ମିଶ୍ର):ଓ୍ବକ୍‌ଫ ବିଲ୍‌ ପ୍ରସଙ୍ଗରେ ବିଜେଡି ଭାଗ ହୋଇଯାଉଥିବା ଦେଖିବାକୁ ମିଳୁଛି। ପାଣ୍ଡିଆନ୍‌ଙ୍କୁ ସୁରକ୍ଷା ଦେବାକୁ ଗୋଟିଏ ଗୋଷ୍ଠୀ ଲାଗିପଡ଼ିଛନ୍ତି। ଅନ୍ୟପଟେ ପାଣ୍ଡିଆନ୍‌ଙ୍କ ହାତରୁ ବିଜେଡି ସାଙ୍ଗଠନିକ ଦାୟିତ୍ୱ ରଖେଇ ନ ଦେବା ଲାଗି ତୃଣମୂଳସ୍ତରରୁ ଆରମ୍ଭକରି ରାଜ୍ୟସ୍ତର ପର୍ଯ୍ୟନ୍ତ ବହୁ ଭାଗରେ ବିଜେଡି ନେତାମାନେ ଏକାଠି ହେବାରେ ଲାଗିପଡ଼ିଛନ୍ତି। ଗୋଟିଏ ପଟେ ଓ୍ବକ୍‌ଫ ବିଲ୍‌କୁ ନେଇ ଦଳରେ ହୋଇଥିବା କ୍ଷତି ପାଇଁ ପାଣ୍ଡିଆନ୍‌ ଦାୟୀ ନୁହନ୍ତି ଏକଥା ପ୍ରମାଣ କରିବା ଲାଗି ଜୋର୍‌ଦାର ଉଦ୍ୟମ ଚାଲିଛି। ଅନ୍ୟପଟେ କେତେଜଣ ପୂର୍ବତନ ବିଧାୟକ ଏବଂ ଏବର ବିଧାୟକ ଏକାଠି ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଅଧିକାଂଶ ପୂର୍ବତନ ବିଧାୟକ ଓ ମନ୍ତ୍ରୀଙ୍କ ପୁଅ ରହିଛନ୍ତି। ଏଥିରୁ ସ୍ପଷ୍ଟ ବୁଝାପଡୁଛି ଦଳରେ ଯେଉଁ ପାଣ୍ଡିଆନ୍‌ ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି ସେହି କଥାରେ ବହୁ ନେତା ସହମତ ନାହାନ୍ତି। ଏପରିକି ଏଭଳି ଏକାଠି ନ ହେବାକୁ ଦିଆଯାଇଥିବା ନିର୍ଦ୍ଦେଶକୁ ବାଏଁ ବାଏଁ ଉଡ଼ାଇ ଦେଇଛନ୍ତି। ମଙ୍ଗଳବାର ବୈଠକ କରିଥିବା ବିଜେଡିର ଗୋଟିଏ ଗୋଷ୍ଠୀ ଏନେଇ ବୁଧବାର ଏକ ଦାବିପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରିବେ ବୋଲି ଜଣାପଡ଼ିଛି। ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତିଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ଦିନ ୧୨ଟାରେ ଏକ ରୁଦ୍ଧଦ୍ୱାର ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ, ବିଧାୟକ ସୁନୀଲ ମହାନ୍ତି, ପୂର୍ବତନ ବିଧାୟକ ସମ୍ବିତ ରାଉତରାୟ, ଚନ୍ଦ୍ରସାରଥି ବେହେରା, ପ୍ରଣବ ବଳବନ୍ତରାୟ, ବିଷ୍ଣୁବ୍ରତ ରାଉତରାୟ ପ୍ରମୁଖ ଏକାଠି ହୋଇଥିବା ଜଣାପଡ଼ିଛି। ବୈଠକରେ ମୁଖ୍ୟତଃ ଓ୍ବକ୍‌ଫ ବିଲ୍‌ ପ୍ରସଙ୍ଗ ନେଇ ଆଲୋଚନା ହୋଇଥିବା କୁହାଯାଉଛି। ଏଥିରେ ଯୋଗଦେଇଥିବା ଜଣେ ବିଧାୟକ ନିଜ ନାମ ଗୋପନ ରଖିବା ସର୍ତ୍ତରେ କହିଛନ୍ତି, ଦଳର ମୂଳ ବିଷୟ ନେଇ ଆଲୋଚନା ହୋଇଛି। ଓ୍ବକ୍‌ଫ ବିଲ୍‌ ବିଷୟରେ ମଧ୍ୟ ଚର୍ଚ୍ଚା କରାଯାଇଛି। ଏହାଦ୍ୱାରା ତୃଣମୂଳସ୍ତରରେ ଦଳର ବ୍ୟାପକ କ୍ଷତି ହୋଇଛି। ନିର୍ବାଚନମଣ୍ଡଳୀରେ ଥିବା ସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକମାନେ ବିଜେଡିଠାରୁ ମୁହଁ ଫେରାଉଛନ୍ତି। ଏକଥାକୁ ପ୍ରଶମିତ କରିବା ଲାଗି ଆଗକୁ କ’ଣ କରାଯିବ ସେ ବିଷୟରେ ଆଲୋଚନା ହୋଇଥିବା ସମ୍ପୃକ୍ତ ନେତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri