ନିର୍ଦ୍ଦେଶକୁ ବାଏଁ ବାଏଁ ଉଡ଼ାଇଦେଲେ: ପୁଣି ଏକାଠି ହେଲେ ପୂର୍ବତନ ବିଧାୟକଙ୍କ ପୁଅ, ଆଜି ନବୀନଙ୍କୁ ଦେବେ ଦାବିପତ୍ର

ଭୁବନେଶ୍ୱର, ୯ା୪(ସୁନିତ୍‌ ମିଶ୍ର):ଓ୍ବକ୍‌ଫ ବିଲ୍‌ ପ୍ରସଙ୍ଗରେ ବିଜେଡି ଭାଗ ହୋଇଯାଉଥିବା ଦେଖିବାକୁ ମିଳୁଛି। ପାଣ୍ଡିଆନ୍‌ଙ୍କୁ ସୁରକ୍ଷା ଦେବାକୁ ଗୋଟିଏ ଗୋଷ୍ଠୀ ଲାଗିପଡ଼ିଛନ୍ତି। ଅନ୍ୟପଟେ ପାଣ୍ଡିଆନ୍‌ଙ୍କ ହାତରୁ ବିଜେଡି ସାଙ୍ଗଠନିକ ଦାୟିତ୍ୱ ରଖେଇ ନ ଦେବା ଲାଗି ତୃଣମୂଳସ୍ତରରୁ ଆରମ୍ଭକରି ରାଜ୍ୟସ୍ତର ପର୍ଯ୍ୟନ୍ତ ବହୁ ଭାଗରେ ବିଜେଡି ନେତାମାନେ ଏକାଠି ହେବାରେ ଲାଗିପଡ଼ିଛନ୍ତି। ଗୋଟିଏ ପଟେ ଓ୍ବକ୍‌ଫ ବିଲ୍‌କୁ ନେଇ ଦଳରେ ହୋଇଥିବା କ୍ଷତି ପାଇଁ ପାଣ୍ଡିଆନ୍‌ ଦାୟୀ ନୁହନ୍ତି ଏକଥା ପ୍ରମାଣ କରିବା ଲାଗି ଜୋର୍‌ଦାର ଉଦ୍ୟମ ଚାଲିଛି। ଅନ୍ୟପଟେ କେତେଜଣ ପୂର୍ବତନ ବିଧାୟକ ଏବଂ ଏବର ବିଧାୟକ ଏକାଠି ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଅଧିକାଂଶ ପୂର୍ବତନ ବିଧାୟକ ଓ ମନ୍ତ୍ରୀଙ୍କ ପୁଅ ରହିଛନ୍ତି। ଏଥିରୁ ସ୍ପଷ୍ଟ ବୁଝାପଡୁଛି ଦଳରେ ଯେଉଁ ପାଣ୍ଡିଆନ୍‌ ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି ସେହି କଥାରେ ବହୁ ନେତା ସହମତ ନାହାନ୍ତି। ଏପରିକି ଏଭଳି ଏକାଠି ନ ହେବାକୁ ଦିଆଯାଇଥିବା ନିର୍ଦ୍ଦେଶକୁ ବାଏଁ ବାଏଁ ଉଡ଼ାଇ ଦେଇଛନ୍ତି। ମଙ୍ଗଳବାର ବୈଠକ କରିଥିବା ବିଜେଡିର ଗୋଟିଏ ଗୋଷ୍ଠୀ ଏନେଇ ବୁଧବାର ଏକ ଦାବିପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରିବେ ବୋଲି ଜଣାପଡ଼ିଛି। ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତିଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ଦିନ ୧୨ଟାରେ ଏକ ରୁଦ୍ଧଦ୍ୱାର ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ, ବିଧାୟକ ସୁନୀଲ ମହାନ୍ତି, ପୂର୍ବତନ ବିଧାୟକ ସମ୍ବିତ ରାଉତରାୟ, ଚନ୍ଦ୍ରସାରଥି ବେହେରା, ପ୍ରଣବ ବଳବନ୍ତରାୟ, ବିଷ୍ଣୁବ୍ରତ ରାଉତରାୟ ପ୍ରମୁଖ ଏକାଠି ହୋଇଥିବା ଜଣାପଡ଼ିଛି। ବୈଠକରେ ମୁଖ୍ୟତଃ ଓ୍ବକ୍‌ଫ ବିଲ୍‌ ପ୍ରସଙ୍ଗ ନେଇ ଆଲୋଚନା ହୋଇଥିବା କୁହାଯାଉଛି। ଏଥିରେ ଯୋଗଦେଇଥିବା ଜଣେ ବିଧାୟକ ନିଜ ନାମ ଗୋପନ ରଖିବା ସର୍ତ୍ତରେ କହିଛନ୍ତି, ଦଳର ମୂଳ ବିଷୟ ନେଇ ଆଲୋଚନା ହୋଇଛି। ଓ୍ବକ୍‌ଫ ବିଲ୍‌ ବିଷୟରେ ମଧ୍ୟ ଚର୍ଚ୍ଚା କରାଯାଇଛି। ଏହାଦ୍ୱାରା ତୃଣମୂଳସ୍ତରରେ ଦଳର ବ୍ୟାପକ କ୍ଷତି ହୋଇଛି। ନିର୍ବାଚନମଣ୍ଡଳୀରେ ଥିବା ସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକମାନେ ବିଜେଡିଠାରୁ ମୁହଁ ଫେରାଉଛନ୍ତି। ଏକଥାକୁ ପ୍ରଶମିତ କରିବା ଲାଗି ଆଗକୁ କ’ଣ କରାଯିବ ସେ ବିଷୟରେ ଆଲୋଚନା ହୋଇଥିବା ସମ୍ପୃକ୍ତ ନେତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri