ଶୁଖିଲା ପଡୁଛି ଓଭରହେଡ୍‌ ପାଣି ଟାଙ୍କି

କଟକ ସଦର,୧୫ା୫(ଡି.ଏନ୍‌.ଏ.): ଗ୍ରୀଷ୍ମପ୍ରବାହ ଯୋଗୁ କଟକ ସଦର ବ୍ଲକ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌ ଜାରି ରହିଛି। ଏଥିଯୋଗୁ ନିର୍ଦ୍ଧାରିତ ସମୟରେ ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପଗୁଡ଼ିକ ଚାଲିପାରୁନାହିଁ। ଫଳରେ ଲୋକମାନେ ପିଇବା ପାଣି ପାଇପାରୁନାହାନ୍ତି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ବ୍ଲକର ୩୦ଟି ସ୍ଥାନରେ ଓଭରହେଡ୍‌ ପାଣିଟାଙ୍କି ନିର୍ମାଣ କରାଯାଇଛି। ହେଲେ ଅଧିକାଂଶ ସମୟରେ ସେଥିରେ ଆଗୁଆ ପାଣି ମହଜୁଦ କରି ରଖାଯାଉନାହିଁ। ସକାଳ ଓ ସନ୍ଧ୍ୟାରେ ଜଳ ଯୋଗାଣରେ ସମୟାନୁବର୍ତ୍ତିତା ରହୁନାହିଁ। ଜଳ ଯୋଗାଣ ଦାୟିତ୍ୱ ପଞ୍ଚାୟତକୁ ହସ୍ତାନ୍ତର କରାଯାଇଥିବାରୁ ଏଥିପ୍ରତି ନବନିର୍ବାଚିତ ସରପଞ୍ଚମାନେ ଦୃଷ୍ଟି ଦେବା ଆବଶ୍ୟକ ବୋଲି କଟକ ସଦର ବ୍ଲକ କଂଗ୍ରେସ ସଭାପତି ପ୍ରତାପ ମଲ୍ଲିକ କହିଛନ୍ତି। ଅନେକ ଟାଙ୍କିରୁ ପାଣି ଆପେ ଆପେ ଝରୁଥିବା ନିର୍ଭରଯୋଗ୍ୟ ସୂତ୍ରରୁ ଜଣାପଡିଛି। ନିମ୍ନମାନର କାମ ହୋଇଥିବାରୁ ଉକ୍ତ ଟାଙ୍କିରେ ପାଣି ଭର୍ତ୍ତି କଲେ ବେଶି ସମୟ ରହୁନାହିଁ। ରାତିରେ ପାଣି ଭର୍ତ୍ତି କଲେ ସକାଳକୁ ଖଲାସ ହୋଇଯାଉଛି। ବାରମ୍ବାର ଟାଙ୍କିରେ ପାଣି ଭର୍ତ୍ତି କରିବା ଦ୍ୱାରା ବିଦ୍ୟୁତ୍‌ ବିଲ୍‌ ଅଧିକ ଆସୁଛି। ତେଣୁ ପାଣିପମ୍ପ ଚଳାଉଥିବା ଲୋକେ ବାରମ୍ବାର ଟାଙ୍କିରେ ପାଣି ଭର୍ତ୍ତି କରିବାକୁ ଅନିଚ୍ଛା ପ୍ରକାଶ କରୁଛନ୍ତି। ଅଭିଯୋଗ ସମ୍ପର୍କରେ ବ୍ଲକ କନିଷ୍ଠ ଯନ୍ତ୍ରୀ ସୁନୀତା ମହାନ୍ତିଙ୍କୁ ପଚାରିବାରୁ ଏଥିପ୍ରତି ପଦକ୍ଷେପ ନିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri