ରାସ୍ତା ନିର୍ମାଣ ପାଇଁ ଜମି ଛାଡ଼ିବାକୁ ରାଜିହେଲେ ମାଲିକ

କୁଜଙ୍ଗ ୧୮।୨ (ଡି.ଏନ୍‌.ଏ.): କୁଜଙ୍ଗ ବ୍ଲକ ଅନ୍ତର୍ଗତ ପଣ୍ଡୁଆରୁ ଇବ୍ରିସିଂ ୭ କି.ମି. ରାସ୍ତା ଓ ଗ୍ରାମ୍ୟ ଉନ୍ନୟନ ରାସ୍ତାରୁ ବାଲଙ୍ଗ ପର୍ଯ୍ୟନ୍ତ ୩ କି.ମି. ରାସ୍ତା ନିର୍ମାଣରେ ବାଧକ ସାଜୁଥିବା ଘରୋଇ ଜମି ସମସ୍ୟାର ସମାଧାନ ହୋଇଯାଇଛି। ଗ୍ରାମ ଉନ୍ନୟନ ବିଭାଗ ଉପଦେଷ୍ଟାଙ୍କ ହସ୍ତକ୍ଷେପ ପରେ କିଛି ଜମି ଛାଡିବାକୁ ମାଲିକମାନେ ରାଜି ହୋଇଛନ୍ତି।
ପ୍ରକାଶଯେ ଉକ୍ତ ୨ ରାସ୍ତାର ଉନ୍ନତୀକରଣ ପାଇଁ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ଯଥାକ୍ରମେ ୫ କୋଟି ୫୪ଲକ୍ଷ ଓ ୧କୋଟି ୬୭ଲକ୍ଷ ଟଙ୍କା ବ୍ୟୟ ଅଟକଳ କରାଯାଇ ଟେଣ୍ଡର ହୋଇଥିଲା। କାର୍ଯ୍ୟାଦେଶ ପାଇଲାପରେ ଠିକାଦାର ଓ ବିଭାଗୀୟ ଯନ୍ତ୍ରୀ ଦେଖିବାକୁ ପାଇଲେ କିଛି ସ୍ଥାନରେ ରାସ୍ତାର ଚଉଡା ନିମନ୍ତେ ଘରୋଇ ଜମି ଉପରେ ନିର୍ଭର କରିବାକୁ ପଡୁଛି ା ମାତ୍ର ଜମି ମାଲିକମାନେ ତାଙ୍କ ଯାଗାକୁ ଚଢ଼ାଇ ରାସ୍ତା ଯାଉ ବୋଲି ଚାହୁଁ ନ ଥିଲେ ା ଯାହାଫଳରେ ରାସ୍ତା କାମ ଆରମ୍ଭ ହୋଇପାରୁ ନ ଥିଲା ା ଖବରପାଇ ଗ୍ରାମ ଉନ୍ନୟନ ବିଭାଗ ଉପଦେଷ୍ଟା ସବିତା ମହାପାତ୍ର, ଜଗତ୍‌ସିଂହପୁର ନିର୍ବାହୀ ଯନ୍ତ୍ରୀ ଅନନ୍ତ ଗୋପାଳ ଶତପଥୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ଜୟନ୍ତ କୁମାର ପୃଷ୍ଟି ବାଲଙ୍ଗରେ ପହଁଚି ଜନସାଧାରଣ ଓ ଜମିମାଲିକଙ୍କ ସହ ଆଲୋଚନା କରି ରାସ୍ତା ନିର୍ମାଣ ନିମନ୍ତେ ପଥ ପରିଷ୍କାର କରିଛନ୍ତି ା ଏହ ଇବସରରେ ଉପଦେଷ୍ଟା ମହାପାତ୍ର କହିଥିଲେ, ରାଜ୍ୟ ସରକାର ଆମର ଯାତାୟତ ପାଇଁ ସମସ୍ତ ସୁବିଧା ଯୋଗାଇ ଦେଉଛନ୍ତି ା ଯଦି ଆମେ ଏ ସୁଯୋଗ ହାତଛଡା କରିବା ଭବିଷ୍ୟତରେ ଆମକୁ ଭାବିବାକୁ ପଡିବ ା ଯେଉଁମାନଙ୍କର ୧ଫୁଟ କି ଦୁଇ ଫୁଟ ଜାଗାଯାଉଛି ସେମାନେ ସର୍ବସାଧାରଣଙ୍କ ଗମନା ଗମନ ନିମନ୍ତେ ଊତ୍ସର୍ଗ କଲେ ଆମ ଜନ୍ମ ଭୁମି ଆଲୋକିତ ହେବ ା ଏହାପରେ ସମସ୍ତେ ରାସ୍ତା ନିର୍ମାଣ ପାଇଁ ସହଯୋଗ କରିବେ ବୋଲି କହିଛନ୍ତି। ଉକ୍ତ ଆଲୋଚନାରେ ଜନସାଧାଣଙ୍କ ସମେତ ପୂର୍ବତନ ସରପଞ୍ଚ ନନ୍ଦିନୀ ପଣ୍ଡା ଓ ଅଜୟ ମହାନ୍ତି ପ୍ରମୁଖ ଭାଗ ନେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri