Posted inଜାତୀୟ

‘ମସଲା କିଙ୍ଗ୍‌’ଙ୍କ ପରଲୋକ

ନୂଆଦିଲ୍ଲୀ,୩।୧୨: ଦେଶର ଲୋକପ୍ରିୟ ମସଲା କମ୍ପାନୀ ଏମ୍‌ଡିଏଚ୍‌ର ମୁଖ୍ୟ ଧର୍ମପାଲ ଗୁଲାଟିଙ୍କ ପରଲୋକ ଘଟିଛି। ସେ ଗୁରୁବାର ସକାଳ ୫.୩୮ ରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତାଙ୍କୁ ୯୮ ବର୍ଷ ବୟସ ହୋଇଥିଲା। କରୋନାରୁ ସୁସ୍ଥ ହେବା ପରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥବବା ସୂଚନା ମିଳିଛି। ବ୍ୟବସାୟ ତଥା ଶିଳ୍ପ କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ଗତ ବର୍ଷ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ପଦ୍ମ ଭୂଷଣ ପ୍ରଦାନ କରିଥିଲେ। ଗୁଲାଟି ୧୯୨୩, ମାର୍ଚ୍ଚ ୨୭ରେ ସିଆଲକୋଟ (ଏବେ ପାକିସ୍ଥାନ)ରେ ଜନ୍ମଗ୍ରହଣ କରିଥିଲେ। ୧୯୪୭ରେ ଦେଶ ବିଭାଜନ ପରେ ସେ ଭାରତ ଆସିଥିଲେ। ତା’ପରେ ତାଙ୍କ ପାଖରେ ମାତ୍ର ୧,୫୦୦ଟଙ୍କା ଥିଲା। ଭାରତ ଆସିବା ପରେ ସେ ପରିବାରର ରକ୍ଷଣାବେକ୍ଷଣ ପାଇଁ ଏକ ବ୍ୟବସାୟ ଆରମ୍ଭ କରିଥିଲେ। ଦିଲ୍ଲୀର କରୋଲ ବାଗ, ଅଜମଲ ଖାନ ରୋଡରେ ଏକ ମସଲା ଦୋକାନ ଖୋଲିଲେ। ମସଲା ବ୍ୟବସାୟ ଧୀରେ ଧୀରେ ଏତେ ପରିମାଣରେ ବିସ୍ତାର ହେଲା ଯେ ଆଜି ତାଙ୍କର ଭାରତ ଏବଂ ଦୁବାଇରେ ୧୬ଟି ମସଲା କାରଖାନା ଅଛ।ଏହି କାରଖାନାଗୁଡ଼ିକରେ ପ୍ରସ୍ତୁତ ଏମ୍‌ଡିଏଚ୍‌ ମସଲା ସମଗ୍ର ବିଶ୍ୱରେ ପହଞ୍ଚେ। ଏମ୍‌ଡିଏଚ୍‌ରେ ୬୨ଟି ଉତ୍ପାଦ ଅଛ। ଉତ୍ତର ଭାରତୀୟ ବଜାରରେ ୮୦ ପ୍ରତିଶତ ଦଖଲ କରିଥିବା କମ୍ପାନୀ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri