ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ ମୁଖ୍ୟରାସ୍ତା କଡରେ ସୁନା ଅଳଙ୍କାର ଦୋକାନ କରିଥିବା ଶ୍ରୀ ଦୁର୍ଗା ଜୁଏଲର୍ସ ମାଲିକ ପବିତ୍ର ବିଶୋୟୀ ଦୋକାନ ବନ୍ଦ କରି ଖଜୁରୀପଦା ସାହିସ୍ଥିତ ବାସଭବନକୁ ଯାଉଥିବାବେଳେ ୨ଟି ବାଇକରେ ୪ ଦୁର୍ବୃତ୍ତ ତାଙ୍କୁ ପିଛା କରି ରାସ୍ତାର ଅଟକାଇଥିଲେ। ସେ ହାତରେ ଧରିଥିବା ସୁନା ଅଳଙ୍କାର ଭର୍ତ୍ତି ବ୍ୟାଗକୁ ୨ ଜଣ ଦୁର୍ବୃତ୍ତ ଛଡ଼ାଇବାକୁ ଉଦ୍ୟମ କରିଥିଲେ। ସେ ବ୍ୟାଗ ନ ଛାଡ଼ିବାରୁ ଜଣେ ଦୁର୍ବୃତ୍ତ ମାଉଜର ଦେଖାଇ ଫାଙ୍କା ଗୁଳି ଚାଳନା କରିଥିଲେ। ତଥାପି ସାହସର ସହ ପବିତ୍ର ବ୍ୟାଗ ନ ଛାଡିବାରୁ ଅନ୍ୟ ୨ ଦୁର୍ବୃତ୍ତ ତାଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ଘଟଣାସ୍ଥଳକୁ କିଛି ବ୍ୟକ୍ତି ଦୌଡ଼ି ଆସିବାରୁ ଦୁର୍ବୃତ୍ତମାନେ ବାଇକଯୋଗେ ସିଙ୍ଗପୁର-ପଳାସପୁର ରାସ୍ତାରେ ଚମ୍ପଟ ମାରିଥିଲେ। ଖବରପାଇ ପାଟପୁର ଓ ଦିଗପହଣ୍ଡି ପୋଲିସ ବିଭିନ୍ନ ଇଲାକାରେ ନକାବନ୍ଦି କରି ରାସ୍ତାରେ ଚଳାଚଳ କରୁଥିବା ଗାଡ଼ି,ବାଇକକୁ ଯାଞ୍ଚ କରିଥିଲେ ମଧ୍ୟ ଦୁର୍ବୃତ୍ତଙ୍କ ସନ୍ଧାନ ମିଳିପାରିନାହିଁ। ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ସବିଶେଷ ତଦନ୍ତ କରି ଫେରିଥିବା ଜଣାପଡ଼ିଛି।ରିପୋର୍ଟ ଲେଖାହେବା ସୁଦ୍ଧା ଥାନାରେ କୌଣସି ଏତଲା ହୋଇ ନ ଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର):  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri