ଗୋରୁ ମାଲିକଙ୍କୁ ତୀରମାରି ହତ୍ୟା

କେନ୍ଦୁଝର,୮।୧୦(ସ୍ବ.ପ୍ର.): ଚାଷଜମିରେ ଗୋରୁ ପଶି ଫସଲ ଖାଇବାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ତୀର ମାରି ହତ୍ୟା କରାଯାଇଛି। କେନ୍ଦୁଝର ଜିଲା ନୟାକୋଟ ଥାନା ବାଂଶପାଳ ବ୍ଲକ ଅଧୀନ କୋଡକଳା ଗ୍ରାମରେ ଗୁରୁବାର ସନ୍ଧ୍ୟାରେ ଏଭଳି ଘଟଣା ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ନୀଳ ଗିରି। ଏହି ଘଟଣାରେ ପୋଲିସ ଶୁକ୍ରବାର ସମ୍ପୃକ୍ତ ଅଭିଯୁକ୍ତ ଚଷା ଦେହୁରୀଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।
ଘଟଣାରୁ ପ୍ରକାଶ ଯେ, ଗୁରୁବାର ଅପରାହ୍ନରେ ନୀଳ ଓ ଅନ୍ୟ ଗ୍ରାମବାସୀ ପାଖ ଜଙ୍ଗଲରେ ଗୋରୁ ଚରାଉଥିଲେ। କେତେକ ଗୋରୁ ଚଷାଙ୍କ ଚାଷଜମିରେ ପଶି ବିରି ଖାଇଦେଇଥିଲେ। ଏହାକୁ ନେଇ ସେମାନଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଚଷା ଏକ ଟାଙ୍ଗିଆ ଧରି ନୀଳ ଓ ଅନ୍ୟମାନଙ୍କୁ ଆକ୍ରମଣ କରିବାକୁ ଗୋଡ଼ାଇଥିଲେ। ଅନ୍ୟ ଦୁଇଜଣ ଭୟରେ ଜଙ୍ଗଲକୁ ଦୌଡ଼ି ପଳାଇ ଯାଇଥିବା ବେଳେ ନୀଳ ଓ ଚଷା ମୁହଁାମୁହିଁ ହୋଇଯାଇଥିଲେ। ଏହି ସମୟରେ ଚଷା ତୀରରେ ନୀଳଙ୍କୁ ଆକ୍ରମଣ କରିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଗ୍ରାମବାସୀ ଏ ସମ୍ପର୍କରେ ନୟାକୋଟ ଥାନାକୁ ଜଣାଇବା ପରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଏନେଇ ଥାନାରେ ହତ୍ୟା ମାମଲା (ନଂ.୫୦/୨୧) ରୁଜୁ କରାଯାଇଛି। ଅଭିଯୁକ୍ତଙ୍କୁ ଅଟକ ରଖି ଅଧିକ ତଦନ୍ତ ଚାଲିଥିବା ଏସ୍‌ଡିପିଓ ପି.ଜେ. ଟପୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କା ଗସ୍ତରେ ଏହି ୩ ଷ୍ଟାର ଖେଳାଳିଙ୍କ ପାଇଁ କର ବା ମର ପରିସ୍ଥିତି, ବିଫଳ ହେଲେ ଟିମ ଇଣ୍ଡିଆରୁ ବିଦାୟ!

ନୂଆଦିଲ୍ଲୀ, ୩୧।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅଗଷ୍ଟ ୧୫ରୁ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ସିରିଜ…

ଭତ୍ତାରୁ ବଞ୍ଚିତ ହେଉଛନ୍ତି ୭୫% ଭିନ୍ନକ୍ଷମ ଛାତ୍ରୀ, ଗୁହାରି କରିବା ପରେ ବି…

ମୋହନା,୩୧।୭(ମନ୍ମଥ ମିଶ୍ର): ସରକାରୀ ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ଛାତ୍ରୀ । ୭୫% ଭିନ୍ନକ୍ଷମ ହୋଇ ମଧ୍ୟ ଭିନ୍ନକ୍ଷମ ଭତ୍ତାରୁ ଦୀର୍ଘ ବର୍ଷ ହେବ ବଞ୍ଚିତ ଅଛନ୍ତି ।…

ରାହାଣେଙ୍କ ଅବସର ପରେ କୋହଲିଙ୍କ ଭାବବିହ୍ବଳ ବାର୍ତ୍ତା, ପଢ଼ନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୩୧।୭: କ୍ରିକେଟର ଅନୁଭବୀ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ କ୍ରମାଗତ ଭାବେ ଦିଗ୍ଗଜ ଖେଳାଳିମାନଙ୍କର ଶୁଭେଚ୍ଛା ମିଳୁଛି। ଏହି…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍‌ ଲିକ୍‌ ମାଫିଆ…

ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍‌ ନିରୋଧୀ ବିଲ୍‌’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍‌ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ…

ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ଏତେ କୋଟି ଟଙ୍କା

ଓ୍ବାଶିଂଟନ,୩୧ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ…

ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…

ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri