ଟେଣ୍ଟ ହାଉସ ମାଲିକ କାନ ଧରି ଭୁଲ୍‌ ମାଗିଲେ

ରୂପ୍‌ସା,୧୦।୯(ଡି.ଏନ୍‌.ଏ.): କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟଦେବତା ଶ୍ରୀଜଗନ୍ନାଥଙ୍କ ପ୍ରତିମାଙ୍କୁ ଏକ ପିକ୍‌ଅପ ଭ୍ୟାନ ପଛପଟେ ବାନ୍ଧି ନିଆଯିବା ଭିଡିଓ ଭାଇରାଲ ହେବା ପରେ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବାଲେଶ୍ୱର ଜିଲା ୬୦ ନଂ. ଜାତୀୟ ରାଜପଥର ସଦର ବ୍ଲକ ହଳଦୀପଦାଠାରେ ଗୁରୁବାର ଜଣେ କାର୍‌ ଡ୍ରାଇଭର ଏଭଳି ଦୃଶ୍ୟକୁ ମୋବାଇଲରେ ଭିଡିଓ କରିବା ପରେ ସୋସିଆଲ ମିଡିଆରେ ଭାଇରାଲ କରିଥିଲେ। ଏହାର ପ୍ରତିବାଦରେ ଶୁକ୍ରବାର ଛାତ୍ର କଂଗ୍ରେସ ପକ୍ଷରୁ ବସ୍ତା ଥାନାରେ ଏକ ଏତଲା ଦିଆଯାଇଛି। ଅନ୍ୟପକ୍ଷରେ ଟେଣ୍ଟ ହାଉସ ମାଲିକ ଜଳେଶ୍ୱର ଗୋବରଘାଟ ପଞ୍ଚାୟତର ଗୌତମ ପ୍ରଧାନ, ତାଙ୍କ ସ୍ତ୍ରୀ ଓ କର୍ମଚାରୀଙ୍କୁ ସାଙ୍ଗରେ ନେଇ କୃଷ୍ଣନଗରସ୍ଥିତ ଇସ୍କନ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରି ଦୀପ ଜାଳିଛନ୍ତି। ତାଙ୍କ ଅଜାଣତରେ କର୍ମଚାରୀମାନେ ପ୍ରଭୁ ଜଗନ୍ନାଥଙ୍କୁ ଏଭଳି ଆଣିବା ଘଟଣାରେ ସେ କ୍ଷମାପ୍ରାର୍ଥନା କରିଛନ୍ତି। ସମସ୍ତେ ମନ୍ଦିରରେ କାନ ଧରି ଠାକୁରଙ୍କଠାରେ ଭୁଲ ମାଗି ଭବିଷ୍ୟତରେ ଏଭଳି ହେବ ନାହିଁ ବୋଲି ଗଣମାଧ୍ୟମ ସମ୍ମୁଖରେ କହିଛନ୍ତି।
ଜାତୀୟ ରାଜପଥ ଦେଇ ଶିବଶକ୍ତି ନାମରେ ଏକ ଟେଣ୍ଟ ହାଉସ ସଂସ୍ଥା ପିକ୍‌ଅପ୍‌ ଭ୍ୟାନରେ ବାଉଁଶ ବୋଝେଇ ସହିତ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରତିମାଙ୍କୁ ପଛରେ ଓହଳାଇ ଦଉଡିରେ ବାନ୍ଧି ନେଉଥିଲା। ଏହି ଘଟଣା ସମସ୍ତ ଦେଖଣାହାରିଙ୍କୁ ବ୍ୟଥିତ କରିଥିଲା। ଏହି ଦୃଶ୍ୟ ଭାଇରାଲ ହେଲା ପରେ ବସ୍ତା ଛାତ୍ର କଂଗ୍ରେସ ପକ୍ଷରୁ ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ସୁଧାଂଶୁ ଶେଖର ଯେନାଙ୍କ ନେତୃତ୍ୱରେ ବସ୍ତା ନିର୍ବାଚନମଣ୍ଡଳୀ ଛାତ୍ର କଂଗ୍ରେସ ସଭାପତି ଅବିନାଶ ନାୟକ, ଜଳେଶ୍ୱର ନିର୍ବାଚନମଣ୍ଡଳୀ ଛାତ୍ର କଂଗ୍ରେସ ସଭାପତି ଜଗନ୍ନାଥ ମହାପାତ୍ର, ପୂର୍ବତନ ସମିତିସଭ୍ୟ ଜୟନ୍ତ କୁମାର ମହାପାତ୍ର, କମଳଲୋଚନ ଜେନା, ଯୁବନେତା ଜଗଦୀଶ ସାହୁ, ଛାତ୍ରନେତା ରମେଶ ରାଉଳ, ବାହାର୍ଦ୍ଦା ପଞ୍ଚାୟତ କଂଗ୍ରେସ ସଭାପତି ମଦନ ଭକ୍ତା ପ୍ରମୁଖ ସଂସ୍ଥା ବିରୋଧରେ ଲିଖିତ ଅଭିଯୋଗ କରିଥିଲେ। ତଦନ୍ତ ପୂର୍ବକ ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଇଆଇସି ବାରିଣୀ ଦାସ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri