ଟେଣ୍ଟ ହାଉସ ମାଲିକ କାନ ଧରି ଭୁଲ୍‌ ମାଗିଲେ

ରୂପ୍‌ସା,୧୦ା୯(ଡି.ଏନ୍‌.ଏ.): କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟଦେବତା ଶ୍ରୀଜଗନ୍ନାଥଙ୍କ ପ୍ରତିମାଙ୍କୁ ଏକ ପିକ୍‌ଅପ ଭ୍ୟାନ ପଛପଟେ ବାନ୍ଧି ନିଆଯିବା ଭିଡିଓ ଭାଇରାଲ ହେବା ପରେ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବାଲେଶ୍ୱର ଜିଲା ୬୦ ନଂ. ଜାତୀୟ ରାଜପଥର ସଦର ବ୍ଲକ ହଳଦୀପଦାଠାରେ ଗୁରୁବାର ଜଣେ କାର୍‌ ଡ୍ରାଇଭର ଏଭଳି ଦୃଶ୍ୟକୁ ମୋବାଇଲରେ ଭିଡିଓ କରିବା ପରେ ସୋସିଆଲ ମିଡିଆରେ ଭାଇରାଲ କରିଥିଲେ। ଏହାର ପ୍ରତିବାଦରେ ଶୁକ୍ରବାର ଛାତ୍ର କଂଗ୍ରେସ ପକ୍ଷରୁ ବସ୍ତା ଥାନାରେ ଏକ ଏତଲା ଦିଆଯାଇଛି। ଅନ୍ୟପକ୍ଷରେ ଟେଣ୍ଟ ହାଉସ ମାଲିକ ଜଳେଶ୍ୱର ଗୋବରଘାଟ ପଞ୍ଚାୟତର ଗୌତମ ପ୍ରଧାନ, ତାଙ୍କ ସ୍ତ୍ରୀ ଓ କର୍ମଚାରୀଙ୍କୁ ସାଙ୍ଗରେ ନେଇ କୃଷ୍ଣନଗରସ୍ଥିତ ଇସ୍କନ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରି ଦୀପ ଜାଳିଛନ୍ତି। ତାଙ୍କ ଅଜାଣତରେ କର୍ମଚାରୀମାନେ ପ୍ରଭୁ ଜଗନ୍ନାଥଙ୍କୁ ଏଭଳି ଆଣିବା ଘଟଣାରେ ସେ କ୍ଷମାପ୍ରାର୍ଥନା କରିଛନ୍ତି। ସମସ୍ତେ ମନ୍ଦିରରେ କାନ ଧରି ଠାକୁରଙ୍କଠାରେ ଭୁଲ ମାଗି ଭବିଷ୍ୟତରେ ଏଭଳି ହେବ ନାହିଁ ବୋଲି ଗଣମାଧ୍ୟମ ସମ୍ମୁଖରେ କହିଛନ୍ତି।
ଜାତୀୟ ରାଜପଥ ଦେଇ ଶିବଶକ୍ତି ନାମରେ ଏକ ଟେଣ୍ଟ ହାଉସ ସଂସ୍ଥା ପିକ୍‌ଅପ୍‌ ଭ୍ୟାନରେ ବାଉଁଶ ବୋଝେଇ ସହିତ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରତିମାଙ୍କୁ ପଛରେ ଓହଳାଇ ଦଉଡିରେ ବାନ୍ଧି ନେଉଥିଲା। ଏହି ଘଟଣା ସମସ୍ତ ଦେଖଣାହାରିଙ୍କୁ ବ୍ୟଥିତ କରିଥିଲା। ଏହି ଦୃଶ୍ୟ ଭାଇରାଲ ହେଲା ପରେ ବସ୍ତା ଛାତ୍ର କଂଗ୍ରେସ ପକ୍ଷରୁ ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ସୁଧାଂଶୁ ଶେଖର ଯେନାଙ୍କ ନେତୃତ୍ୱରେ ବସ୍ତା ନିର୍ବାଚନମଣ୍ଡଳୀ ଛାତ୍ର କଂଗ୍ରେସ ସଭାପତି ଅବିନାଶ ନାୟକ, ଜଳେଶ୍ୱର ନିର୍ବାଚନମଣ୍ଡଳୀ ଛାତ୍ର କଂଗ୍ରେସ ସଭାପତି ଜଗନ୍ନାଥ ମହାପାତ୍ର, ପୂର୍ବତନ ସମିତିସଭ୍ୟ ଜୟନ୍ତ କୁମାର ମହାପାତ୍ର, କମଳଲୋଚନ ଜେନା, ଯୁବନେତା ଜଗଦୀଶ ସାହୁ, ଛାତ୍ରନେତା ରମେଶ ରାଉଳ, ବାହାର୍ଦ୍ଦା ପଞ୍ଚାୟତ କଂଗ୍ରେସ ସଭାପତି ମଦନ ଭକ୍ତା ପ୍ରମୁଖ ସଂସ୍ଥା ବିରୋଧରେ ଲିଖିତ ଅଭିଯୋଗ କରିଥିଲେ। ତଦନ୍ତ ପୂର୍ବକ ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଇଆଇସି ବାରିଣୀ ଦାସ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ରେ ଆସି ବାଇକ୍‌ ଚୋରି

ଭୁବନେଶ୍ୱର,୫।୧୨(ସୂର୍ଯ୍ୟକାନ୍ତ ବେହେରା):ବସ୍‌ରେ ଆସି ଭୁବନେଶ୍ୱରର ବିଭିନ୍ନ ଥାନା ଅଞ୍ଚଳରୁ ବାଇକ ଚୋରି କରି ଚମ୍ପଟ ମାରୁଥିବା ଏକ ୩ଜଣିଆ ଗ୍ୟାଙ୍ଗକୁ ଖଣ୍ଡଗିରି ଥାନା ପୋଲିସ ଧରିଛି।...

ବିନା ବ୍ରେକ୍‌ରେ ୪୮ଘଣ୍ଟା ନାଟକ ପ୍ରଦର୍ଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ):ବିନା ବ୍ରେକ୍‌ରେ ଲଗାତର ୪୮ ଘଣ୍ଟାରୁ ଅଧିକ ସମୟ ନାଟକ ପରିବେଷଣ କରି ବିଶ୍ୱ ରେକର୍ଡ ସୃଷ୍ଟି କରିଛି ନାଟ୍ୟ ସଂସ୍ଥା ମିରର ଥିଏଟର।...

ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ ସିରିଜ। ‘ଜୟ ଜଗନ୍ନାଥ’ ନାଁରେ ନାମିତ ଏହି ବିବିଧ ବିଭାଗର ସିରିଜ ବିଶେଷ...

ବ୍ୟାଙ୍କିଙ୍ଗ୍‌ ଠକେଇ ରୋକିବ ‘ରାପିଡ୍‌ ଆଲର୍ଟ ସିଷ୍ଟମ’

ଭୁବନେଶ୍ୱର,୫।୧୨(ଅନୁରାଧା ମହାରଣା):ଡିଜିଟାଲ ବ୍ୟାଙ୍କିଂର ବ୍ୟବହାର ବୃଦ୍ଧି ସହିତ ବ୍ୟାଙ୍କିଙ୍ଗ ଠକେଇ ଘଟଣା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ତେବେ ଏପରି ଠକେଇ ମାମଲାକୁ ନିୟନ୍ତ୍ରଣ...

ନାରୀ ନିର୍ଯାତନାରେ ଓଡ଼ିଶା ୪ର୍ଥ

ଭୁବନେଶ୍ୱର,୫ା୧୨(ସତ୍ୟଜିତ୍‌ ରାଉତ):ଦେଶବ୍ୟାପୀ ମହିଳା ଓ ଶିଶୁ ବିରୋଧୀ ହିଂସା, ଅପରାଧ ବୃଦ୍ଧି ଚିନ୍ତାଜନକ ରହିଛି। ଅଧିକାଂଶ ମହିଳା ଘରୋଇ ହିଂସାର ଶିକାର ହେଉଛନ୍ତି। ଦେଶରେ ମହିଳା...

ଆଜି ଉପକୂଳରେ ମାଡ଼ହେବ ‘ମିଗ୍‌ଜୋମ୍‌’: ଓଡ଼ିଶାର ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୫ା୧୨ (ଅନିଲଦାସ):ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର...

ବାତ୍ୟା ‘ମିଗଜୋମ’ର ପ୍ରଭାବ: ଆସନ୍ତାକାଲି ଗଜପତିରେ ସବୁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୫।୧୨: ବାତ୍ୟା ‘ମିଗଜୋମ’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି। ଏହାସହ କିଛି ସ୍ଥାନରେ ବର୍ଷା ମଧ୍ୟ ହେଉଛି। ଏହାକୁ ଦୃଷ୍ଟିରେ ରଖି...

ଓଲଟିଲା ପିକଅପ୍‌ ଭ୍ୟାନ: ୧୫ ଗୁରୁତର

ବଲାଙ୍ଗୀର,୫।୧୨: ବଲାଙ୍ଗୀର ଜିଲା ଟିଟିଲାଗଡ଼ କତରକେଲା ରେଲ ଫାଟକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ୍‌ ଯାଉଥିବା ଏକ ପିକଅପ୍‌ ଭ୍ୟାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri