ଟେଣ୍ଟ ହାଉସ ମାଲିକ କାନ ଧରି ଭୁଲ୍‌ ମାଗିଲେ

ରୂପ୍‌ସା,୧୦ା୯(ଡି.ଏନ୍‌.ଏ.): କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟଦେବତା ଶ୍ରୀଜଗନ୍ନାଥଙ୍କ ପ୍ରତିମାଙ୍କୁ ଏକ ପିକ୍‌ଅପ ଭ୍ୟାନ ପଛପଟେ ବାନ୍ଧି ନିଆଯିବା ଭିଡିଓ ଭାଇରାଲ ହେବା ପରେ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବାଲେଶ୍ୱର ଜିଲା ୬୦ ନଂ. ଜାତୀୟ ରାଜପଥର ସଦର ବ୍ଲକ ହଳଦୀପଦାଠାରେ ଗୁରୁବାର ଜଣେ କାର୍‌ ଡ୍ରାଇଭର ଏଭଳି ଦୃଶ୍ୟକୁ ମୋବାଇଲରେ ଭିଡିଓ କରିବା ପରେ ସୋସିଆଲ ମିଡିଆରେ ଭାଇରାଲ କରିଥିଲେ। ଏହାର ପ୍ରତିବାଦରେ ଶୁକ୍ରବାର ଛାତ୍ର କଂଗ୍ରେସ ପକ୍ଷରୁ ବସ୍ତା ଥାନାରେ ଏକ ଏତଲା ଦିଆଯାଇଛି। ଅନ୍ୟପକ୍ଷରେ ଟେଣ୍ଟ ହାଉସ ମାଲିକ ଜଳେଶ୍ୱର ଗୋବରଘାଟ ପଞ୍ଚାୟତର ଗୌତମ ପ୍ରଧାନ, ତାଙ୍କ ସ୍ତ୍ରୀ ଓ କର୍ମଚାରୀଙ୍କୁ ସାଙ୍ଗରେ ନେଇ କୃଷ୍ଣନଗରସ୍ଥିତ ଇସ୍କନ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରି ଦୀପ ଜାଳିଛନ୍ତି। ତାଙ୍କ ଅଜାଣତରେ କର୍ମଚାରୀମାନେ ପ୍ରଭୁ ଜଗନ୍ନାଥଙ୍କୁ ଏଭଳି ଆଣିବା ଘଟଣାରେ ସେ କ୍ଷମାପ୍ରାର୍ଥନା କରିଛନ୍ତି। ସମସ୍ତେ ମନ୍ଦିରରେ କାନ ଧରି ଠାକୁରଙ୍କଠାରେ ଭୁଲ ମାଗି ଭବିଷ୍ୟତରେ ଏଭଳି ହେବ ନାହିଁ ବୋଲି ଗଣମାଧ୍ୟମ ସମ୍ମୁଖରେ କହିଛନ୍ତି।
ଜାତୀୟ ରାଜପଥ ଦେଇ ଶିବଶକ୍ତି ନାମରେ ଏକ ଟେଣ୍ଟ ହାଉସ ସଂସ୍ଥା ପିକ୍‌ଅପ୍‌ ଭ୍ୟାନରେ ବାଉଁଶ ବୋଝେଇ ସହିତ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରତିମାଙ୍କୁ ପଛରେ ଓହଳାଇ ଦଉଡିରେ ବାନ୍ଧି ନେଉଥିଲା। ଏହି ଘଟଣା ସମସ୍ତ ଦେଖଣାହାରିଙ୍କୁ ବ୍ୟଥିତ କରିଥିଲା। ଏହି ଦୃଶ୍ୟ ଭାଇରାଲ ହେଲା ପରେ ବସ୍ତା ଛାତ୍ର କଂଗ୍ରେସ ପକ୍ଷରୁ ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ସୁଧାଂଶୁ ଶେଖର ଯେନାଙ୍କ ନେତୃତ୍ୱରେ ବସ୍ତା ନିର୍ବାଚନମଣ୍ଡଳୀ ଛାତ୍ର କଂଗ୍ରେସ ସଭାପତି ଅବିନାଶ ନାୟକ, ଜଳେଶ୍ୱର ନିର୍ବାଚନମଣ୍ଡଳୀ ଛାତ୍ର କଂଗ୍ରେସ ସଭାପତି ଜଗନ୍ନାଥ ମହାପାତ୍ର, ପୂର୍ବତନ ସମିତିସଭ୍ୟ ଜୟନ୍ତ କୁମାର ମହାପାତ୍ର, କମଳଲୋଚନ ଜେନା, ଯୁବନେତା ଜଗଦୀଶ ସାହୁ, ଛାତ୍ରନେତା ରମେଶ ରାଉଳ, ବାହାର୍ଦ୍ଦା ପଞ୍ଚାୟତ କଂଗ୍ରେସ ସଭାପତି ମଦନ ଭକ୍ତା ପ୍ରମୁଖ ସଂସ୍ଥା ବିରୋଧରେ ଲିଖିତ ଅଭିଯୋଗ କରିଥିଲେ। ତଦନ୍ତ ପୂର୍ବକ ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଇଆଇସି ବାରିଣୀ ଦାସ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?