ଗୁଳିମାଡ଼ରେ ଟ୍ରଲର ମାଲିକଙ୍କ ମୃତ୍ୟୁ

ବାଲେଶ୍ୱର ଅଫିସ,୧୬।୩: ବାଲେଶ୍ୱର ଜିଲା ମେରାଇନ୍‌ ଥାନା ବଳରାମଗଡ଼ି ନିକଟ ନାଉପାଳଗଡ଼ିରେ ସୋମବାର ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଜଣେ ଟ୍ରଲର ମାଲିକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବଇଞ୍ଚା ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ଘୋଡ଼ାପଦା ଅଞ୍ଚଳର ବିଜୟ କୁମାର ପ୍ରଧାନ (୫୨)। ୪ରୁ ୫ ଦୁର୍ବୃତ୍ତ ଅତର୍କିତ ଭାବେ ତାଙ୍କୁ ପ୍ରଥମେ ଖଣ୍ଡା ଓ ଭୁଜାଲିରେ ଆକ୍ରମଣ କରିଥିଲେ। ଭୟରେ ସେ ଟ୍ରଲର ଭିତରକୁ ପଶି ଯାଉଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କ ଉପରକୁ ୪ ରାଉଣ୍ଡ ଗୁଳି ଚଳାଇଥିଲେ। ଦୁଇ ରାଉଣ୍ଡ ଗୁଳି ଛାତି ଓ ବେକରେ ବାଜିବାରୁ ଘଟଣାସ୍ଥଳରେ ବିଜୟଙ୍କ ମୃତ୍ୟୁ ଘଟିଥିଲା। ମେରାଇନ୍‌ ଥାନା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ଆଖପାଖରେ ଲାଗିଥିବା ସିସିଟିଭି କ୍ୟାମେରାକୁ ଯାଞ୍ଚ କରି ପୋଲିସ ଦୁର୍ବୃତ୍ତମାନଙ୍କୁ ଠାବ କରିବା ପାଇଁ ଚେଷ୍ଟା ଜାରି ରଖିଛି।
ସୂଚନା ଅନୁଯାୟୀ, ବିଜୟଙ୍କର ୪ଟି ଟ୍ରଲର ରହିଛି। ଅପରାହ୍ନ ୪ଟା ବେଳେ ‘ଦୀପା ତାରିଣୀ’ ନାମକ ଟ୍ରଲର ସମୁଦ୍ରରୁ ମାଛ ନେଇ ନାଉପାଳଗଡ଼ିରେ ଲାଗିଥିଲା। ବିଜୟଙ୍କ ଉପସ୍ଥିତିରେ ମାଛ ଧରାଳିମାନେ ଟ୍ରଲରରୁ ମାଛ ବାହାର କରୁଥିଲେ। ଏହି ସମୟରେ ୪ରୁ ୫ଜଣ ଯୁବକ ସେଠାରେ ପହଞ୍ଚତ୍ ବିଜୟଙ୍କ ସହିତ ଯୁକ୍ତିତର୍କ ଓ ଗଣ୍ଡଗୋଳ ଆରମ୍ଭ କରିଥିଲେ। ପରେ ସେମାନେ ଗୁଳିମାଡ଼ କରି ଫେରାର ହୋଇଯାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ବିଜୟଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୂର୍ବ ଶତ୍ରୁତାରୁ ଏପରି ଘଟଣା ଘଟିଥିବା ଆଶଙ୍କା କରାଯାଉଛି। ମେରାଇନ୍‌ ଥାନା ଅଧିକାରୀ ଗୋପାଳ ଚନ୍ଦ୍ର ସିଂଙ୍କୁ ପଚାରିବାରୁ ଘଟଣା ଘଟିବାର ଅଳ୍ପ ସମୟ ମଧ୍ୟରେ ପୋଲିସ ସେଠାରେ ପହଞ୍ଚତ୍ଥିଲା। ଦୁଇଟି ପଲ୍‌ସର ବାଇକ୍‌ରେ କଳାମୁଖା ପିନ୍ଧା ୪ ଦୁର୍ବୃତ୍ତ ଆସି ଗୁଳିମାଡ଼ କରି ଫେରାର ହୋଇଯାଇଛନ୍ତି। ତଦନ୍ତ ଜାରି ରହିଛି। ଖୁବ୍‌ଶୀଘ୍ର ଅପରାଧୀମାନଙ୍କୁ ଧରାଯିବ ବୋଲି ସେ କହିଛନ୍ତି। ଚାନ୍ଦିପୁର ଆଇଆଇସି ପ୍ରଭୁ କଲ୍ୟାଣ ଆଚାର୍ଯ୍ୟ,ଏସ୍‌ଡିପିଓ ପ୍ରଭାସ ଚନ୍ଦ୍ର ପାଲ ମଧ୍ୟ ଘଟଣାସ୍ଥଳରେ ଉପସ୍ଥିତ ରହି ତଦନ୍ତ କାର୍ଯ୍ୟରେ ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?