ବୁଲାଗୋରୁଙ୍କୁ ମୁକୁଳେଇବାକୁ ଆସିଲେ ମାଲିକ ଗଣିବେ ୫୦୦

ଗଞ୍ଜାମ,୨୩।୭(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ବୁଲାଗୋରୁଙ୍କ ଉପଦ୍ରବ ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାର ସ୍ଥାୟୀ ପ୍ରତିକାର ନିମନ୍ତେ ଅଞ୍ଚଳବାସୀ ବାରମ୍ବାର ଦାବି କରି ଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିଲା । ତେବେ ବିଳମ୍ବରେ ହେଲେ ମଧ୍ୟ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଦାୟିତ୍ୱରେ ଥିବା ତହସିଲଦାର ଅରୁଣ କୁମାର ନାୟକ ଏଥିପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି। ତହସିଲଦାରଙ୍କ ନିର୍ଦ୍ଦେଶରେ ଏନ୍‌ଏସି ସାନିଟେଶନ ଏକ୍ସପର୍ଟ ଅଫିସର ସୁମିତ କୁମାର ବେହେରା ସ୍ବିପରଙ୍କ ଦ୍ୱାରା ଶୁକ୍ରବାର ରାତିରେ ବଡ଼ ବଜାର ଓ ସାନ ବଜାରଠାରେ ଥିବା ବୁଲା ଗାଈଗୋରୁଙ୍କୁ ନେଇ ଷ୍ଟାଡିୟମରେ ଭର୍ତ୍ତି କରିଥିଲେ। ଏଥିପାଇଁ ହିଞ୍ଜିଳିକାଟୁରୁ ଏକ ଗୋରୁବୁହା ଗାଡ଼ି ଅଣାଯାଇଥିଲା। ଉକ୍ତ ଗାଡ଼ିରେ ଗାଈଗୋରୁଙ୍କୁ କଇଁଛପୁରସ୍ଥିତ ମାଳିଜଗନ୍ନାଥପୁରଠାରେ ଥିବା କାଓଶେଡ୍‌ରେ ଭର୍ତ୍ତି କରାଯିବ ବୋଲି ତହସିଲଦାର ସୂଚନା ଦେଇଛନ୍ତି । ଗାଈ ମାଲିକ ୫୦୦ ଟଙ୍କା ଜରିମାନା ଦେବା ସହ ଆଉ କେବେ ମାର୍କେଟକୁ ଛାଡ଼ିବେ ନାହିଁ ବୋଲି ଲିଖିତ ଭାବେ ଦରଖାସ୍ତ ଦେଇ ଗାଈ ନେବେ ବୋଲି ଏନ୍‌ଏସି ପ୍ରଶାସନ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?