୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ ଶୁକ୍ରବାର ସହର ପରିକ୍ରମା କରାଯାଇ ଥିଲା। ପରେ ବ୍ଲକ କାର୍ଯ୍ୟାଳୟରେ ପୂର୍ବାହ୍ନ ସାଢ଼େ ୧୦ଟାରେ ଗଣଧାରଣା ଦିଆଯାଇଥିଲା। ସମଗ୍ର କେସିଙ୍ଗା ବ୍ଲକର ସମସ୍ତ ସ୍କୁଲର ପାଚିକା ଦୀର୍ଘ ୧୫ ବର୍ଷ ହେଲା ୧ ଶହ ଟଙ୍କାରେ କାମ କରି ଆସୁଛନ୍ତି। ବର୍ତ୍ତମାନ ମାସିକ ୩ ହଜାର ଟଙ୍କା ଦିଆଯାଉଛି। କିନ୍ତୁ ପ୍ରତ୍ୟେକ ମାସରେ ଦେଉ ନାହାନ୍ତି।

ରାଜ୍ୟ ସରକାର ଦୈନିକ ସର୍ବନିମ୍ନ ମଜୁରି ୪୬୨ଟଙ୍କାରୁ ୫୫୦ ଟଙ୍କା ଯାଏ ବିଭିନ୍ନ କୁଶଳୀ, ଅଣ କୁଶଳୀ ଶ୍ରମିକଙ୍କ ଦୈନିକ ଦେବା ପାଇଁ ଘୋଷଣା କରିଛନ୍ତି। ମାତ୍ର ପାଚିକାମାନଙ୍କ କାହିଁକି ପାରିଶ୍ରମିକ ବୃଦ୍ଧି କରାଯାଉ ନାହିଁ ବୋଲି ଶୁକ୍ରବାର କେସିଙ୍ଗା ବ୍ଲକ ସମ୍ମୁଖରେ ଏକ ଗଣଧାରଣା ଦେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ ୯ ଦଫା ଦାବିପତ୍ର କେସିଙ୍ଗା ବିଡିଓଙ୍କୁ ପ୍ରଦାନ କରିଥିଲେ। ପାଚିକାମାନେ ଦୀର୍ଘ ୧୫ ବର୍ଷ ଧରି ସ୍କୁଲରେ ମଧ୍ୟାହ୍ନଭୋଜନ ପ୍ରସ୍ତୁତ କରି ଛାତ୍ରୀଛାତ୍ରଙ୍କ ଅଇଁଠା ବାସନକୁସନ ସଫା କରୁଛନ୍ତି। ରାଜ୍ୟ ସରକାର ମାସିକ ୧୦ ହଜାର ଟଙ୍କା ଦେବାକୁ ପାଚିକାମାନେ ଦାବି କରିଛନ୍ତି। ଯଦିଓ ରାଜ୍ୟ ସରକାର ପାଚିକାମାନଙ୍କ ପାରିଶ୍ରମିକ ଦୈନିକ ୩ ଶହ ଟଙ୍କାକୁ ବୃଦ୍ଧି ନ କରନ୍ତି ତେବେ ରାଜରାସ୍ତାକୁ ଓହ୍ଲାଇବା ପାଇଁ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri