ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା

ବରଗଡ଼ ଅଫିସ,୨୭ା୫: ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ୨ସପ୍ତାହ ବିତି ଯାଇଛି। ହେଲେ ଧାନ କିଣାବିକାରେ ଅବ୍ୟବସ୍ଥା ଲାଗି ରହିଛି। ଧାନ ମଣ୍ଡିଗୁଡ଼ିକ ମିଲର୍ସଙ୍କ ମର୍ଜିରେ ଚାଲିଛି। କଟ୍‌ନିଛଟ୍‌ନି ନ ହେଲେ ଧାନ ଉଠାଇବାକୁ ସିଧାସଳଖ ମିଲର୍ସଙ୍କ ଏଜେଣ୍ଟମାନେ ମନା କରି ଦେଉଥିବା ବେଳେ ଚାଷୀଙ୍କୁ ଧାନ ପରିବହନ ଏବଂ ଲୋଡିଂ, ଅନଲୋଡିଂ ଖର୍ଚ୍ଚ ସେମାନେ ଦାବି କରୁଥିବା ଅଭିଯୋଗ ହୋଇଛି। ଏପରିକି ପ୍ରତି ୧ କୁଇଣ୍ଟାଲରେ ୧କେଜି ଧାନକୁ ବାଧ୍ୟତାମୂଳକ ଭାବେ କାଟି ଦିଆଯାଉଛି ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି। ଏଭଳି ଅଭିଯୋଗ ନେଇ ଜିଲାର ଭେଡେନ ବ୍ଲକ ଅନ୍ତର୍ଗତ ତେନ୍ତୁଲିଟିକ୍ରା ମଣ୍ଡି ଉପରେ ନିର୍ଭର କରୁଥିବା ଚାଷୀମାନେ ଶୁକ୍ରବାର ପୂର୍ବାହ୍ନ ୮ଟାରୁ ଜିଲାପାଳ ଅଫିସ ଆଗରେ ଧାରଣାରେ ବସିଛନ୍ତି। ବିନା କଟ୍‌ନିଛଟ୍‌ନିରେ ଧାନ ଉଠାଣ, ମଣ୍ଡିକୁ ଆସୁଥିବା ଧାନକୁ ତତ୍କାଳ କିଣି ଉଠିଯିବା, ଲୋଡିଂ, ଅନଲୋଡିଂ ଖର୍ଚ୍ଚ ଦାବି କରୁଥିବା ମିଲର୍ସ ଏଜେଣ୍ଟଙ୍କ ଲାଇସେନ୍ସ ରବ୍ଦ ପାଇଁ ଚାଷୀମାନେ ଦାବି କରିଛନ୍ତି। ଯୋଗାଣ ଅଧିକାରୀମାନେ ଧାରଣାସ୍ଥଳରେ ପହଞ୍ଚି ଆଲୋଚନା କରୁଛନ୍ତି। ମାତ୍ର ଉପରୋକ୍ତ ଦାବି ସମୂହ ଉପର ଲିଖିତ ପ୍ରତିଶ୍ରୁତି ଦେବାକୁ ଚାଷୀମାନେ ଅଡ଼ି ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ

ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର...

ମହିଳାଙ୍କୁ ଯୌନ ଉତ୍ପୀଡନ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

ଶେଷ ହେବ ‘ଇନ୍ସପେକ୍ଟର ରାଜ୍‌’ : ମୁଖ୍ୟ ଶାସନ ସଚିବ ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୯।୧୨ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ, ଯୋଜନା ଏବଂ କାର୍ଯ୍ୟକ୍ରମ ଅନେକ ସମୟରେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ ହୋଇପାରୁନାହିଁ।...

ରକ୍ତ ନେଇ HIV ସଂକ୍ରମିତ ହେଲେ ଥାଲାସେମିଆ ପୀଡିତ ୫ ଶିଶୁ: ୨ ଡାକ୍ତର ସସପେଣ୍ଡ

ନୂଆଦିଲ୍ଲୀ,୧୯ା୧୨: ମଧ୍ୟପ୍ରଦେଶର ସତନା ଜିଲାରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଥାଲାସେମିଆ ରୋଗରେ ପୀଡ଼ିତ ୫ ଜଣ ଶିଶୁଙ୍କୁ ସରକାରୀ ଡାକ୍ତରଖାନାରେ ରକ୍ତ ଦିଆଯିବା...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri