ମଣ୍ଡିରୁ ଉଠୁନି ଧାନ, ସରକାରୀ ଅଫିସକୁ ଅଚଳ କଲେ ଚାଷୀ

ପଦ୍ମପୁର,୨୨।୨(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ୩ ମାସ ବିତିଯାଇଛି । ମାତ୍ର ଧାନ ବିକ୍ରି ସମସ୍ୟା ତୁଟୁ ନାହିଁ। ଚାଷୀମାନେ ଧାନ ବିକ୍ରି କରିସାରି ନ ଥିବାବେଳେ ବିଭିନ୍ନ ମଣ୍ଡିଗୁଡିକୁ ବନ୍ଦ କରି ଦିଆଯାଇଛି। ଅନ୍ୟପକ୍ଷରେ ଚାଷୀଙ୍କୁ ମିଳିଥିବା ଟୋକନ ଅବଧି ମଧ୍ୟ ସରିଯାଇଛି। ଅଞ୍ଚଳର ବିଭିନ୍ନ ମଣ୍ଡିରେ ୨ଲକ୍ଷ ୪୭ ହଜାର କୁଇଣ୍ଟାଲରୁ ଅଧିକ ଧାନ ବିକ୍ରି ଅପେକ୍ଷାରେ ପଡିରହିଛି। ଚାଷୀମାନେ ଧାନ ବିକ୍ରି କରି ନ ପାରି ବହୁ ଅସୁବିଧାର ସମ୍ମୁଖିନ ହୋଇଛନ୍ତି। ଏହାର ପ୍ରତିବାଦରେ ପଦ୍ମପୁର ଅଞ୍ଚଳରେ ଚାଷୀ ଆନ୍ଦୋଳନ ତେଜି ଉଠିଛି। ଏଠାରେ ଚାଲିଥିବା ଚାଷୀ ଆନ୍ଦୋଳନ ୧୨ ଦିନରେ ପହଞ୍ଚିଛି । ଚାଷୀମାନେ ପୂର୍ବରୁ ସ୍ଥାନୀୟ ଉପଜିଲାପାଳ ଏବଂ ତହସିଲ ଅଫିସ ଅଚଳ କରି ସାରିଥିବା ବେଳେ ସୋମବାର ପଦ୍ମପୁରରେ ରହିଥିବା ଅନ୍ୟ ସରକାରୀ କାର୍ଯ୍ୟାଳୟ ଅର୍ଥାତ୍‌ ବ୍ଲକ, ରେଜିଷ୍ଟାର, ଟ୍ରେଜେରି, କୃଷି, ଉଦ୍ୟାନ, ସହକାରୀ ସମବାୟ ନିବନ୍ଧକ (ଏଆରସିଏସ), ଗ୍ରାମ୍ୟ ଉନ୍ନୟନ (ଆରସି) ଅଫିସରେ ତାଲା ପକାଇଛନ୍ତି । ସେହିପରି କନସିଂହା ଛକରେ ରାସ୍ତା ଅବରୋଧ କରିଛନ୍ତି। ରାଜବୋଡାସମ୍ବର କୃଷକ ସଂଗଠନ ନେତୃତ୍ୱରେ ଚାଲିଥିବା ଏହି ଆନ୍ଦୋଳନରେ ଅଞ୍ଚଳର ଶତାଧିକ ଚାଷୀ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri