ସପ୍ତାହେ ହେଲା ବୁଡ଼ିଛି ଧାନ ଜମି

ଡେରାବିଶ,୯ା୮ (ବେବର୍ତ୍ତା ଅଜୟ ଦାସ): ଡେରାବିଶ ବ୍ଲକ ଅଞ୍ଚଳ ପାଇଁ ଚାଷୀଙ୍କ ଦୁଃଖ ପାଲଟିଛି କେନ୍ଦ୍ରାପଡ଼ା ଡ୍ରେନେଜ ବିଭାଗ। କେନ୍ଦ୍ରାପଡ଼ା ଡ୍ରେନେଜ ବିଭାଗ କର୍ତ୍ତୃପକ୍ଷଙ୍କ ଚରମ ଅବହେଳା ପାଇଁ ବ୍ଲକ ଅଞ୍ଚଳରେ ଥିବା ଡ୍ରେଜେନରେ ଜଳ ନିଷ୍କାସନ ସମସ୍ୟା ବର୍ଷ ବର୍ଷ ଧରି ଲାଗି ରହିଛି। ବ୍ଲକ ଅଧୀନ ୧୯ନଂ. ଡ୍ରେନେଜ କଟ୍‌ ଜଳ ନିଷ୍କାସନ ସମସ୍ୟା ଦୀର୍ଘବର୍ଷ ହେଲା ଲାଗି ରହିଛି। ଡ୍ରେନେଜ୍‌ ଉପରେ ନିର୍ଭରଶୀଳ ବାଲିଆ, ଗୋଲରାହାଟ, ପଲେଇ, ଖମୋଳ, କାଉପଡା ପଞ୍ଚାୟତର ଶତାଧିକ ହେକ୍ଟର ଚାଷଜମିରେ ବର୍ଷା ପାଣିରେ ସପ୍ତାହେ ହେଲା ବୁଡି ରହିବା ଫଳରେ ଧାନ ଫସଲ ନଷ୍ଟ ହେବାକୁ ଲାଗିଲାଣି। ଏହାକୁ ନେଇ ଚାଷୀମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।
ବାଲିଆ ସରପଞ୍ଚ ପ୍ରବୀର କୁମାର ସିଂହ କହିଛନ୍ତି, ଚାଷ ଜମିରେ ପାଣି ଜମି ରହୁଥିବାରୁ ଏହାର ସ୍ଥାୟୀ ସମାଧାନ ପାଇଁ ଅଞ୍ଚଳର ଚାଷୀମାନଙ୍କ ପକ୍ଷରୁ ବାରମ୍ବାର ବିଭାଗୀୟ କର୍ତ୍ତୃପକ୍ଷ ଓ କେନ୍ଦ୍ରାପଡ଼ା ଜିଲା ପ୍ରଶାସନକୁ ଅବଗତ କରାଯାଉଥିଲେ ମଧ୍ୟ ଏ ଦିଗରେ କୌଣସି ପଦକ୍ଷେପ ନିଆଯାଉନାହିଁ। ଫଳରେ ଚାଷୀଙ୍କ ପାଇଁ ସମସ୍ୟା ପାଲଟିଛି। ଦେଶପୁର ଚାଷୀ ସର୍ବେଶ୍ୱର ରାଉତ କହିଛନ୍ତି, ଚଳିତବର୍ଷ ନିଅଣ୍ଟିଆ ବର୍ଷା ପାଇଁ ଖରିଫ ଧାନ ଚାଷ ବିଳମ୍ବରେ ଆରମ୍ଭ ହୋଇଥିଲା। ତେବେ ୨ ସପ୍ତାହ ହେବ ଲଘୁଚାପ ଜନିତ ବର୍ଷା ଜଳ ସମ୍ପୃକ୍ତ ଅଞ୍ଚଳର ଚାଷ ଜମିରେ ଜମି ରହିବା ଓ ଡ୍ରେଜେଜ୍‌ କଟ୍‌ରେ ଉଦ୍‌ବୃତ୍ତ ବର୍ଷା ଜଳ ନିଷ୍କାସିତ ନ ହେବା ଯୋଗୁ ରୁଆ ପୋତା ହୋଇଥିବା ଧାନ ଗଛ ପଚିଯିବାକୁ ଲାଗିଲାଣି। ଏଥିସହ ଧାନ ତଳି ପଡିଥିବା କେତେକ ବିଲରେ ସପ୍ତାହରୁ ଊର୍ଦ୍ଧ୍ୱ ହେବ ପାଣି ଜମି ରହିଥିବାରୁ ତଳି ମଧ୍ୟ ନଷ୍ଟ ହେବାକୁ ବସିଲାଣି। ଜଳ ନିଷ୍କାସନ ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ସମ୍ପୃକ୍ତ ଅଞ୍ଚଳ ଚାଷୀ ଓ ଲୋକ ପ୍ରତିନିଧିମାନେ ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ନିବେଦନ କରିଥିଲେ। ମାତ୍ର ଏଯାଏ ବିଭାଗୀୟସ୍ତରରେ କୌଣସି ପଦକ୍ଷେପ ନିଆଯାଇ ନାହିଁ। ଏ ସମ୍ପର୍କରେ ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀ ସିଦ୍ଧାର୍ଥ ଶେଖରଙ୍କୁ ପଚାରିବାରେ ଚାଷୀଙ୍କ ଏହି ସମସ୍ୟା ସମ୍ପର୍କରେ ଜାଣିବା ପରେ ବିଭାଗୀୟ ସହକାରୀ ଓ କନିଷ୍ଠ ଯନ୍ତ୍ରୀଙ୍କୁ ଗୁରୁବାର ଘଟଣାସ୍ଥଳକୁ ପଠାଯାଇଥିଲା। ସେମାନେ ତନଖି କରିବା ସମୟରେ ବ୍ଲକ ଅଧୀନ କାଉପଡ଼ା ପଞ୍ଚାୟତର ଥକେଇନେଇଳିଠାରେ ୧୯ନଂ. ଡ୍ରେନେଜ କଟ୍‌ ଉପରେ କେନ୍ଦ୍ରାପଡ଼ା ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମାଣାଧୀନ ଅବସ୍ଥାରେ ଥିବା ପୋଲ କାମ ପାଇଁ ଠିକାଦାର ମାଟି ବନ୍ଧ ପକାଇ ପାଣିକୁ ଅଟକାଇଛନ୍ତି। ତେବେ ଏହି ମାଟି ବନ୍ଧର କିଛି ଅଂଶକୁ ଡ୍ରେନେଜ୍‌ କଟ ବିଭାଗ ତତ୍ତ୍ୱାବଧାନରେ ଖୋଳାଯିବା ପରେ ଜଳ ନିଷ୍କାସନ ହେଉଛି ବୋଲି ଅଧୀକ୍ଷଣ ଯନ୍ତ୍ରୀ କହିଥିଲେ। ଉକ୍ତ ବନ୍ଧରେ ବହୁ ପରିମାଣର ମାଟି ଥିବାରୁ ତାହା ପୂର୍ତ୍ତ ବିଭାଗ ମେଶିନ ସାହାଯ୍ୟରେ ଖୋଳି ଦେବା କଥା। ମାତ୍ର ସେ ଏହି ମାଟି ବନ୍ଧକୁ ତୁରନ୍ତ ଖୋଳିବା ପାଇଁ କେନ୍ଦ୍ରାପଡ଼ା ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଚିଠି ଦ୍ୱାରା ଜଣାଇଛନ୍ତି ବୋଲି ସେ କହିଛନ୍ତି। କେନ୍ଦ୍ରାପଡ଼ା ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଜ୍ୟୋତିରଞ୍ଜନ ପତିଙ୍କୁ ପଚାରିବାରେ ପୋଲ ନିର୍ମାଣ କାମ ପାଇଁ ହୋଇଥିବା ମାଟି ବନ୍ଧକୁ ହଟାଇବା ପାଇଁ ଦାୟିତ୍ୱରେ ଥିବା ବିଭାଗୀୟ ଯନ୍ତ୍ରୀ ଓ ଠିକାଦାରଙ୍କ ସହ ଆଲୋଚନା କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?