ଧାନ କିଣାଯାଉ ନ ଥିବା ନେଇ ଦାବିପତ୍ର ଦେଲେ ଚାଷୀ

ସୋରଡ଼ା,୨୩ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକର ଏକଲପୁର ପଞ୍ଚାୟତର ୪୦ରୁ ଊର୍ଦ୍ଧ୍ୱ ଚାଷୀ ଗୁରୁବାର ଧାନ କିଣାଯାଉ ନ ଥିବା ଅଭିଯୋଗରେ ତହସିଲଦାର ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆଙ୍କୁ ୧୬ ଜଣିଆ ଦସ୍ତଖତ ସମ୍ବଳିତ ଅଭିଯୋଗପତ୍ର ପ୍ରଦାନ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ,ଯୋଗାଣ ବିଭାଗ,ଜିଲାପାଳ ଓ ମୁଖ୍ୟ ଶାସନ ସଚିବଙ୍କୁ ଅଭିଯୋଗ ପତ୍ର ବି ପଠାଇଛନ୍ତି। ଟୋକନ ଥାଇ ମଧ୍ୟ ଧାନ କିଣା ଯାଉ ନ ଥିବା ସେମାନେ କହିଛନ୍ତି। ଚାଷୀ ଦେବରାଜ ନାୟକଙ୍କ କହିବା ଅନୁଯାୟୀ, ସମବାୟ ସମିତି ଧାନ ନେଉ ନାହିଁ ପଚାରିଲେ ଉତ୍ତର ମିଳୁଛି ଟାର୍ଗେଟ ନାହିଁ। ବର୍ତ୍ତମାନ ଆମେ ଧାନକୁ ସାଇତି ରଖି ମଣ୍ଡିରେ ବିକ୍ରି କରିବାକୁ ଅପେକ୍ଷା କରିଛୁ । ଏ ସମ୍ପର୍କରେ ବ୍ଲକ ଯୋଗାଣ ଅଧିକାରୀ ରସାନନ୍ଦ ସାହୁଙ୍କୁ ଯୋଗାଯୋଗ କରିବାରୁ ସେ କହିଛନ୍ତି, ବ୍ଲକର ସବୁ ପଞ୍ଚାୟତରେ ସମାନ ସମସ୍ୟା ଲାଗିରହିଛି। ଟୋକନର ଅବଧି ୩୦ ଦିନ ଥିଲା ବେଳେ ଉକ୍ତ ସମୟ ମଧ୍ୟରେ ଟାର୍ଗେଟ ଆସି ପାରୁନି। ଯାହା ଟାର୍ଗେଟ ଥିଲା କିଣା ସାରିଛି। ଆହୁରି ଅନେକ ଚାଷୀ ଧାନ ବିକ୍ରି ଅପେକ୍ଷାରେ ଥିବା ଯୋଗୁ ଜିଲା ଯୋଗାଣ ବିଭାଗକୁ ତହସିଲଦାର ନିଜେ ଟାର୍ଗେଟ ବଢାଇବାକୁ ସୂଚନା ଦେଇଛୁ ବୋଲି କହିଛନ୍ତି। ଗୋପାଳପୁର ଶାସନ ପଞ୍ଚାୟତର ୫୦୦୦ କୁଇଣ୍ଟାଲ ଓ ଗୋଛା ପଞ୍ଚାୟତର ୧୫୦୦ କୁଇଣ୍ଟାଲ ଟାର୍ଗେଟ ଅନ୍ୟ ପଞ୍ଚାୟତକୁ ଦିଆହେଇଯାଇଛି। ଫଳରେ ସେମାନେ ଏବେ ଉକ୍ତ ଟାର୍ଗେଟ ମାଗୁଥିବାରୁ ସେମାନଙ୍କୁ ଦିଆଯାଇପାରୁନି। ମୁଖ୍ୟତଃ ଯୋଗାଣ କମିଶନ ଟାର୍ଗେଟ ବଢ଼ାଇଲେ ବ୍ଲକର ଏହି ସମସ୍ୟା ସମାଧାନ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଚୋରି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା: ୩ ଜଣ ଖସିଯାଇଥିବା ସନ୍ଦେହ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାର୍ଦୁଲ ଗ୍ରାମରେ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ କିଛି ଲୋକ ଶୁକ୍ରବାର ରାତିରେ ବାଡେଇ ବାଡେଇ ଗୁରୁତର କରି…

୬୮୦ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ମିଳିଲା ତାଲିମ୍‌ 

ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା – ୨୦୨୫ ଓ ୨୦୨୦…

ଅନଲାଇନ ଠକେଇରୁ କେମିତି ପାଇବେ ରକ୍ଷା

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଭାରତୀୟ ରିଜର୍ଭ ବ୍ୟାଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି କାନାରା ବ୍ୟାଙ୍କ ଶାଖା ପକ୍ଷରୁ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁ ଲେଙ୍କାଙ୍କ ବିୟୋଗରେ ଶୋକ

ଦିଗପହଣ୍ଡି, ୧୩।୨(ଅଶେଷ ନାଥ ମିଶ୍ର): ପୂର୍ବତନ କେନ୍ଦ୍ର କୃଷି ଏବଂ ରେଳ ବିଭାଗ ମନ୍ତ୍ରୀ କାହ୍ନୁ ଚରଣ ଲେଙ୍କାଙ୍କ ବିୟୋଗରେ ଦିଗପହଣ୍ଡି କଂଗ୍ରେସ ଦଳ ପକ୍ଷରୁ ଗଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri