ଧାନ କିଣାଯାଉ ନ ଥିବା ନେଇ ଦାବିପତ୍ର ଦେଲେ ଚାଷୀ

ସୋରଡ଼ା,୨୩ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକର ଏକଲପୁର ପଞ୍ଚାୟତର ୪୦ରୁ ଊର୍ଦ୍ଧ୍ୱ ଚାଷୀ ଗୁରୁବାର ଧାନ କିଣାଯାଉ ନ ଥିବା ଅଭିଯୋଗରେ ତହସିଲଦାର ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆଙ୍କୁ ୧୬ ଜଣିଆ ଦସ୍ତଖତ ସମ୍ବଳିତ ଅଭିଯୋଗପତ୍ର ପ୍ରଦାନ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ,ଯୋଗାଣ ବିଭାଗ,ଜିଲାପାଳ ଓ ମୁଖ୍ୟ ଶାସନ ସଚିବଙ୍କୁ ଅଭିଯୋଗ ପତ୍ର ବି ପଠାଇଛନ୍ତି। ଟୋକନ ଥାଇ ମଧ୍ୟ ଧାନ କିଣା ଯାଉ ନ ଥିବା ସେମାନେ କହିଛନ୍ତି। ଚାଷୀ ଦେବରାଜ ନାୟକଙ୍କ କହିବା ଅନୁଯାୟୀ, ସମବାୟ ସମିତି ଧାନ ନେଉ ନାହିଁ ପଚାରିଲେ ଉତ୍ତର ମିଳୁଛି ଟାର୍ଗେଟ ନାହିଁ। ବର୍ତ୍ତମାନ ଆମେ ଧାନକୁ ସାଇତି ରଖି ମଣ୍ଡିରେ ବିକ୍ରି କରିବାକୁ ଅପେକ୍ଷା କରିଛୁ । ଏ ସମ୍ପର୍କରେ ବ୍ଲକ ଯୋଗାଣ ଅଧିକାରୀ ରସାନନ୍ଦ ସାହୁଙ୍କୁ ଯୋଗାଯୋଗ କରିବାରୁ ସେ କହିଛନ୍ତି, ବ୍ଲକର ସବୁ ପଞ୍ଚାୟତରେ ସମାନ ସମସ୍ୟା ଲାଗିରହିଛି। ଟୋକନର ଅବଧି ୩୦ ଦିନ ଥିଲା ବେଳେ ଉକ୍ତ ସମୟ ମଧ୍ୟରେ ଟାର୍ଗେଟ ଆସି ପାରୁନି। ଯାହା ଟାର୍ଗେଟ ଥିଲା କିଣା ସାରିଛି। ଆହୁରି ଅନେକ ଚାଷୀ ଧାନ ବିକ୍ରି ଅପେକ୍ଷାରେ ଥିବା ଯୋଗୁ ଜିଲା ଯୋଗାଣ ବିଭାଗକୁ ତହସିଲଦାର ନିଜେ ଟାର୍ଗେଟ ବଢାଇବାକୁ ସୂଚନା ଦେଇଛୁ ବୋଲି କହିଛନ୍ତି। ଗୋପାଳପୁର ଶାସନ ପଞ୍ଚାୟତର ୫୦୦୦ କୁଇଣ୍ଟାଲ ଓ ଗୋଛା ପଞ୍ଚାୟତର ୧୫୦୦ କୁଇଣ୍ଟାଲ ଟାର୍ଗେଟ ଅନ୍ୟ ପଞ୍ଚାୟତକୁ ଦିଆହେଇଯାଇଛି। ଫଳରେ ସେମାନେ ଏବେ ଉକ୍ତ ଟାର୍ଗେଟ ମାଗୁଥିବାରୁ ସେମାନଙ୍କୁ ଦିଆଯାଇପାରୁନି। ମୁଖ୍ୟତଃ ଯୋଗାଣ କମିଶନ ଟାର୍ଗେଟ ବଢ଼ାଇଲେ ବ୍ଲକର ଏହି ସମସ୍ୟା ସମାଧାନ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri