ଯନ୍ତ୍ରଣା ଭୋଗୁଛନ୍ତି କ୍ଷତିପ୍ରଭା

ଭଦ୍ରକ ଅଫିସ,୭।୮-ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର ବେଳେ ଖାଦ୍ୟନଳୀ କାଟିଦେଲେ। ଡାକ୍ତରଙ୍କ ଏଭଳି ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଯନ୍ତ୍ରଣା ଭୋଗୁଛନ୍ତି ମହିଳା। ଭଦ୍ରକ ଜିଲା ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ପଳିକିରି(ଗୋପାଳପୁର) ଗଁାର କ୍ଷତିପ୍ରଭା ବାରିକ(୩୧)ଙ୍କ କ୍ଷେତ୍ରରେ ଏଭଳି ଘଟଣା ଘଟିଛି।
ପରିବାର ଲୋକଙ୍କ କହିବା ଅନୁଯାୟୀ, କ୍ଷତିପ୍ରଭା ଜୁଲାଇ ୧୭ରେ ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର କରାଇଥିଲେ। କିନ୍ତୁ ପେଟରେ ଯନ୍ତ୍ରଣା ହେବାରୁ ୧୮ରେ ଧାମନଗର ଓ ୧୯ ରେ ତାଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇ ପରୀକ୍ଷା କରାଇଥିଲେ। ଅସ୍ତ୍ରୋପଚାର ବେଳେ ଖାଦ୍ୟନଳୀ କାଟି ଦିଆଯାଇଥିବା ସେଠାରେ ଜାଣିବାକୁ ପାଇଥିଲେ। ଏହାମଧ୍ୟରେ କ୍ଷତିପ୍ରଭା କଟକ ବଡ଼ ଡାକ୍ତରଖାନା ଯାଇ ଚିକିତ୍ସିତ ହୋଇ ନିକଟରେ ଘରକୁ ଫେରିଛନ୍ତି। ଆହୁରି ଚିକିତ୍ସା ଆବଶ୍ୟକ। ପରିବାର ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ସରକାରୀ ସ୍ତରରେ ତାଙ୍କୁ ମାଗଣା, ଉନ୍ନତ ଚିକିତ୍ସା ଯୋଗାଇ ଦେବାକୁ ଦାବି କରାଯାଇଛି।
ଏହାର ତଦନ୍ତ କରାଯାଇ ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବା ପାଇଁ ଧାମନଗର ବ୍ଲକ କଂଗ୍ରେସ କମିଟି ସଭାପତି ଅଭିଷେକ ରାଉତ ଦାବି କରିଛନ୍ତି। ଏ ସମ୍ପର୍କରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଦୀପକ ନାୟକଙ୍କୁ ପଚାରିବାରୁ କହିଛନ୍ତି, ଅଭିଯୋଗ ନେଇ ସେ ଜିଲା ଚିକିତ୍ସାଧିକାରୀଙ୍କୁ ଜଣାଇଛନ୍ତି। ଘଟଣାର ତଦନ୍ତ ପରେ ପଦକ୍ଷେପ ନିଆଯିବ। ସୂଚନା ଥାଉକି, କ୍ଷତିପ୍ରଭାଙ୍କୁ ଅସ୍ତ୍ରୋପଚାର କରିଥିବା ଡାକ୍ତର ଜଣଙ୍କ ଗତବର୍ଷ ମାର୍ଚ୍ଚ ୧୬ରେ ଚାନ୍ଦବାଲି ବଁାଶଡ଼ା ଅଞ୍ଚଳ ଛେଡ଼ାକ ଗ୍ରାମର ଜଣେ ମହିଳାଙ୍କର ମଧ୍ୟ ତ୍ରୁଟିପୂର୍ଣ୍ଣ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର କରିଥିଲେ ବୋଲି ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri