ଖତ ଖାଉଛି ଭ୍ରାମ୍ୟମାଣ ପ୍ରସବ ଯାନ: ଦୁର୍ଗମ ଅଞ୍ଚଳରେ ବଢୁଛି ଜନନୀ ଯନ୍ତ୍ରଣା

ଦାରିଙ୍ଗବାଡି, ୧୩।୬ (ଅରୁଣ ସାହୁ)- ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା। ବଢୁଛି ଶିଶୁ ଓ ପ୍ରସୂତିଙ୍କ ମୃତ୍ୟୁ ହାର। ନୀରବି ଯାଇଛି ଜିଲା ପ୍ରଶାସନ। ଏଭଳି ଦୁଖଃଦ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳରେ। ପ୍ରକାଶ ଯେ, କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ଗର୍ଭବତୀଙ୍କ ସୁରକ୍ଷା ସହ ଶିଶୁଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଆରମ୍ଭ କରାଯାଇଥିଲା ଭ୍ରାମ୍ୟମାଣ ପ୍ରସବ ଯାନ। ଏଥିରେ ଦୁର୍ଗମ ଅଞ୍ଚଳର ସମସ୍ତ ଗର୍ଭବତୀ ମା’ଙ୍କୁ ସୁରକ୍ଷିତ ଓ ଅନୁଷ୍ଠାନିକ ପ୍ରସବ ନିଶ୍ଚିତ କରିବା ପାଇଁ ଜିଲା ପ୍ରଶାସନର ଏକ ଅଭିନବ ପ୍ରୟାସ ରହିଥିଲା। ଏଥିପାଇଁ ଜିଲାରେ ପ୍ରଥମେ ଦୁଇଟି ପ୍ରସବ ଯାନକୁ ଜିଲାପ୍ରଶାସନ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନର ସହଭାଗିତାରେ ଦୁର୍ଗମ ଗ୍ରାମରେ ସେବା ଯୋଗାଇ ଆସୁଥିଲା। ଗତ ୧ ମାସରୁ ଉର୍ଦ୍ଧ ସମୟ ହେଲା ଏହି ସେବା ବନ୍ଦ କରିଦିଆ ଯାଇଥିବାବେଳେ ଏହି ଯାନରେ କାର୍ଯ୍ୟରତ କର୍ମଚାରୀମାନଙ୍କୁ ଦରମା ପ୍ରଦାନ ମଧ୍ୟ ବନ୍ଦ ଯୋଗୁ ବ୍ରାହ୍ମଣୀଗାଁ ପ୍ରସବ ଯାନରେ କାର୍ଯ୍ୟରତ କର୍ମଚାରୀ ପ୍ରସବ ଯାନକୁ ଛାଡ଼ି ପରେ ଏହାର ସହାଭାଗୀତାରେ ଥିବା ସ୍ବେଛାସେବୀ ଅନୁଷ୍ଠାନ ଥାନାରେ ଯାନକୁ ରଖିଥିବା ଓ କର୍ମଚାରୀଙ୍କୁ ବକେୟା ଦରମା ନ ଦେବା ପର୍ଯ୍ୟନ୍ତ ଥାନାରେ ଜିଲ୍ଲା ପ୍ରଶାସନର ଏହି ପ୍ରସବ ଯାନଟି ବନ୍ଧା ପଡିଥିବା ଭଳି ଘଟଣା ଏବେ ଚର୍ଚ୍ଚା ଜୋର ଧରିଛି। ସେପଟେ ଦୁର୍ଗମ ଅଞ୍ଚଳର ଗର୍ଭବତୀଙ୍କ ସୁରକ୍ଷିତ ପ୍ରସବ ହେବା ନେଇ ଚିନ୍ତା ବଢିଛି। ଉକ୍ତ ବ୍ଲକ ଅଞ୍ଚଳରେ ଗର୍ଭବତୀ ଓ ଶିଶୁଙ୍କ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ କେତେବେଳେ ଡାକ୍ତରଙ୍କ ଚିକିତ୍ସା ଅବହେଳା ତ ଆଉ ତ୍ରୁଟିପୂର୍ଣ୍ଣ ଚିକିତ୍ସା ହେଉଥିବା ଅଭିଯୋଗ ହେବାର ନଜିର ରହିଛି। ଏବେ ପ୍ରସବ ଯାନକୁ ଜିଲା ପ୍ରଶାସନ ବନ୍ଦ କରି କାହାର ସ୍ବାର୍ଥ ପାଇଁ କାର୍ଯ୍ୟ କରୁଛି ସେନେଇ ଲୋକଙ୍କ ମଧ୍ୟରେ ଆଲୋଚନା ଜୋର ଧରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ: ସନ୍ତୋଷ ପଣ୍ଡା ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ଭବାନୀପାଟଣା,୨୮।୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଭବାନୀପାଟଣା ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବରେ ସନ୍ତୋଷ କୁମାର ପଣ୍ଡା, ସମ୍ପାଦକ…

କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ: ପ୍ରଭାତ ସଭାପତି ଓ ନିତ୍ୟାନନ୍ଦ ଉପ ସଭାପତି ନିର୍ବାଚିତ:

କୋରାପୁଟ ୨୮।୩,(ଅମିତାଭ ବେହେରା ): କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ ଶେଷ ହୋଇଛି । ଲଗାତାର ଚତୁର୍ଥ ଥର ପାଇଁ କୋରାପୁଟ ବାର୍ ଆସୋସିଏଶନର ସଭାପତି ଭାବେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନ: ରାମକୃଷ୍ଣ ନାୟକ ସଭାପତି, ଶିବ ପ୍ରସାଦ…

ପାରଳାଖେମୁଣ୍ଡି, ୨୮। ୩ (ଗିରିଧାରୀ ପରିଚ୍ଛା):- ଗଜପତି ଜିଲା ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବ ପ୍ରସାଦ ପାଣିଗ୍ରାହୀ ଏବଂ…

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri