ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା କରୁଛନ୍ତି। ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଏଭଳି ବିକଳ ଚିତ୍ର ଦେଖିବାକୁ ମିଳିଛି। ରୋଗୀଙ୍କ ରୋଗ ଯନ୍ତ୍ରଣାଠାରୁ ଡାକ୍ତର ଦେଖାଇବା ପାଇଁ ଲମ୍ବା ଧାଡ଼ିର ଯନ୍ତ୍ରଣା ଅଧିକ ହେଉଥିବା ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ସ୍ବାସ୍ଥ୍ୟମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗଙ୍କ ଦ୍ୱିତୀୟ ଘର ବୋଲି କୁହାଯାଉଥିବା ପଦ୍ମପୁରରେ ତାଙ୍କ ନିଜ ବିଭାଗର ଉପଖଣ୍ଡ ଡାକ୍ତରଖାନାର ଏଭଳି ଅବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି। ସ୍ବାସ୍ଥ୍ୟମନ୍ତ୍ରୀ ପଦ ମିଳିବା ପରେ ଅଞ୍ଚଳର ସ୍ବାସ୍ଥ୍ୟସେବାରେ ବଡ଼ ପରିବର୍ତ୍ତନ ଆସିବ ବୋଲି ଲୋକେ ଆଶା କରିଥିଲେ। ହେଲେ ଡାକ୍ତରଖାନା ପୁଣି ଅତୀତର ଅବ୍ୟବସ୍ଥାକୁ ଫେରିଯାଇଥିବା ଅଭିଯୋଗ ହେଉଛି।
ଡାକ୍ତର, ନର୍ସ ସମେତ ବିଭିନ୍ନ ବିଭାଗରେ ଆବଶ୍ୟକ ସଂଖ୍ୟକ କର୍ମଚାରୀ ନ ଥିବାରୁ ରୋଗୀସେବା ପ୍ରଭାବିତ ହେଉଛି। ଦୀର୍ଘଦିନ ଧରି ଖାଲି ପଡ଼ିଥିବା ପଦବୀଗୁଡ଼ିକ ପୂରଣ ପାଇଁ ପଦ୍ମପୁର ନାଗରିକ କମିଟି ସମେତ ବିଭିନ୍ନ ସଂଗଠନ ବାରମ୍ବାର ଦାବି କରିଆସୁଥିଲେ ମଧ୍ୟ ଏ ଦିଗରେ ଆଶାନୁରୂପ ପଦକ୍ଷେପ ନିଆଯାଇ ନ ଥିବା ଅଭିଯୋଗ ରହିଛି। ଅନ୍ୟପକ୍ଷରେ ଇନ୍‌ଡୋରରେ ଶଯ୍ୟା ଅଭାବ ଯୋଗୁ ରୋଗୀମାନେ ତଳେ ଗଡ଼ୁଥିବା ବେଳେ ସମ୍ପର୍କୀୟମାନେ ଡାକ୍ତରଖାନା ବାହାରେ ବସି ରହୁଛନ୍ତି। ପଦ୍ମପୁରକୁ ବାରମ୍ବାର ଗସ୍ତ କରୁଥିବା ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ଅଞ୍ଚଳର ଏକ ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରରେ ଯଦି ଏଭଳି ସ୍ଥିତି, ତେବେ ଉପାନ୍ତ ଅଞ୍ଚଳର ସ୍ବାସ୍ଥ୍ୟସେବା କିପରି ଚାଲିଛି ବୋଲି ସାଧାରଣରେ ପ୍ରଶ୍ନ ଉଠିଛି। ଏଭଳି ସ୍ଥିତିରେ ଶନିବାର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ପଦ୍ମପୁର ଗସ୍ତ ଏବଂ ଦିବସବ୍ୟାପୀ କାର୍ଯ୍ୟକ୍ରମ ରହିଛି। ମନ୍ତ୍ରୀ ଏହି ଅବସରରେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନା ପରିଦର୍ଶନ କରି ରୋଗୀଙ୍କ ସମସ୍ୟା ଓ ଡାକ୍ତରଖାନାର ଅବ୍ୟବସ୍ଥା ବୁଝିବେ କି ନାହିଁ, ତାହାକୁ ନେଇ ସହରବାସୀଙ୍କ ନଜର ରହିଛି।
ଏ ସମ୍ପର୍କରେ ମତାମତ ପାଇଁ ଉପଖଣ୍ଡ ଚିକିତ୍ସା ଅଧିକାରୀ ଡା. ଆଶୁତୋଷ ହୋତାଙ୍କୁ ତାଙ୍କ ମୋବାଇଲ ନମ୍ବର ୯୪୩୯୯୮୨୨୬୨ରେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସମ୍ଭବ ହୋଇନାହିଁ।
ଅପରପକ୍ଷେ, ସ୍ବାସ୍ଥ୍ୟ ସମସ୍ୟା ନେଇ ପଦ୍ମପୁରର ବିଭିନ୍ନ ସଙ୍ଗଠନ ଉପଜିଲାପାଳ ହେମସାଗର ଭୋଇଙ୍କୁ ଲିଖିତ ଦାବି ଜଣାଇ ଆମରଣ ଅନଶନ ଚେତାବନୀ ଦେଇଛନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?