Posted inଖେଳ

ଭଲ କାମ କରିବାକୁ ଯାଉଛନ୍ତି ପାକିସ୍ତାନ ଅଧିନାୟକ

ଦୁବାଇ,୨୬।୧୦: ଦୁଇ ଦିନ ପୂର୍ବେ ପାକିସ୍ତାନ ଅଧିନାୟକ ବାବର ଆଜମ ନିଜ ଦେଶର କ୍ରିକେଟ ପ୍ରଶଂସକମାନଙ୍କୁ ଉତ୍ସବ ପାଳନ କରିବାକୁ ଏପରି ସୁଯୋଗ ଦେଇଥିଲେ, ଯାହାକି ସେମାନେ ଦୀର୍ଘ ସମୟ ଅପେକ୍ଷା କରିଥିଲେ। ବାବରଙ୍କ ଅଧିନାୟକତ୍ୱରେ ପାକିସ୍ତାନ ଟି -୨୦ ବିଶ୍ୱକପରେ ୧୦ ଉଇକେଟରେ ଭାରତକୁ ପରାସ୍ତ କରିଛି । ଉଭୟ ଦିନିକିଆ ଏବଂ ଟି -୨୦ ବିଶ୍ୱକପରେ ପ୍ରଥମ ଥର ପାକିସ୍ତାନ ଭାରତକୁ ପରାସ୍ତ କରିଥିଲା।
ଭାରତକୁ ପରାଜୟର କ୍ଷତ ଦେବା ପରେ ବାବର ଏବେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ପଦାଙ୍କ ଅନୁସରଣ କରୁଛନ୍ତି। ବାବର ଗରିବ ପିଲାମାନଙ୍କ ଜୀବନରେ ଉନ୍ନତି ଆଣିବା ପାଇଁ କାମ କରିବେ। ସେ ୨୫୦ ଜଣ ଅଭାବୀ ପିଲାଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବହନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ସେ ଏକ ଅନଲାଇନ ଶିକ୍ଷା ପ୍ଲାଟଫର୍ମ ସହିତ ହାତ ମିଳାଇଛନ୍ତି। ଭାରତୀୟ ଅଧିନାୟକ ବିରାଟ ତାଙ୍କ ଫାଉଣ୍ଡେସନ ମାଧ୍ୟମରେ ଖେଳାଳିଙ୍କୁ ସାହାଯ୍ୟ କରିସାରିଛନ୍ତି। ସେହିଭଳି ବାବର ମଧ୍ୟ ପିଲାମାନଙ୍କର ଭବିଷ୍ୟତକୁ ସଜାଇବା ପାଇଁ ଉତ୍ତମ କାର୍ଯ୍ୟ କରିବେ।
ବାବର କହିଛନ୍ତି ଯେ ଏହି ପଦକ୍ଷେପ ତାଙ୍କ ପିତା ତଥା ଆଦର୍ଶ ମହମ୍ମଦ ଆଜମଙ୍କ ପାଇଁ ଉତ୍ସର୍ଗୀକୃତ। ଆଜମ ଏହା ମଧ୍ୟ ଘୋଷଣା କରିଛନ୍ତି ଯେ ଏହି ଉତ୍ତମ କାରଣ ପାଇଁ ପ୍ରଥମେ ୨୦ ଲକ୍ଷ ଟଙ୍କା ପାଣ୍ଠି ଯୋଗାଇ ଦିଆଯାଇଛି। ମୁଁ ୨୫୦ ଯୋଗ୍ୟ ଛାତ୍ରଙ୍କୁ ଶିକ୍ଷା ଦେଇ ଭାରତ ଉପରେ ବିଜୟ ଉତ୍ସବ ପାଳନ କରିବାକୁ ଚାହୁଁଛି। ଏହା ମଧ୍ୟ ମୋ ବାପାଙ୍କ ସ୍ବପ୍ନ ଥିଲା ଏବଂ ଆମେ ଏହାକୁ ବାସ୍ତବରେ ପରିଣତ କରିବାକୁ ଯାଉଛୁ । ଏହାପୂର୍ବରୁ ବାବର ଆଜାମ ଭାରତ ବିପକ୍ଷ ମ୍ୟାଚରେ ଚମତ୍କାର ବ୍ୟାଟିଂ କରିଥିଲେ। ସେହି ମ୍ୟାଚରେ ବାବର ଏବଂ ୱିକେଟ କିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜୱାନଙ୍କ ମଧ୍ୟରେ ୧୫୨ ରନର ଭାଗିଦାରୀ ହୋଇଥିଲା। ବାବର ୫୨ ବଲରୁ ଅପରାଜିତ ୬୮ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri