ପଞ୍ଚାୟତ କାର୍ଯ୍ୟାଳୟ ପାଲଟିଛି ସରୀସୃପଙ୍କ ବାସସ୍ଥଳୀ

କୁଜଙ୍ଗ,୨୦ା୯(ଡି.ଏନ୍‌.ଏ.):କୁଜଙ୍ଗ ବ୍ଲକ ଅନ୍ତର୍ଗତ ବାଲିଆ ପଞ୍ଚାୟତ କାର୍ଯ୍ୟାଳୟ ସରୀସୃପଙ୍କ ବାସସ୍ଥଳୀ ପାଲଟିଛି। ଏଠାରେ ନିମ୍ନମାନର କାମ ହୋଇଥିବା ନେଇ ଅଭିଯୋଗ ହୋଇଛି। ୨୦୧୯ରେ ଏଠାରେ ଲକ୍ଷାଧିକ ଟଙ୍କା ବ୍ୟୟରେ ଟାଇଲ୍‌ ଲଗାଯାଇଥିଲା। ପ୍ରାୟ ୩ ବର୍ଷ ମଧ୍ୟରେ କାନ୍ଥରୁ ଟାଇଲ ଛାଡ଼ି ଆପେ ଆପେ ଫାଙ୍କ ସୃଷ୍ଟି ହୋଇଛି। ଫଳରେ ସେଠାରେ ବିଷାକ୍ତ ସାପ ରହୁଛନ୍ତି। ଆଠ ମାସ ତଳେ ନୂଆକରି ସରପଞ୍ଚ ଭାବେ ଦାୟିତ୍ୱ ନେଇଥିବା ସରୋଜିନୀ ନାୟକ ଓ ନାଏବ ସରପଞ୍ଚ ସମରେନ୍ଦ୍ର ପ୍ରଧାନ ସୋମବାର ଏକ ବୈଠକ ପାଇଁ ପଞ୍ଚାୟତ କାର୍ଯ୍ୟାଳୟକୁ ଆସିଥିଲେ। ସେମାନେ ଛାଡ଼ିଯାଇଥିବା ଟାଇଲ ଫାଙ୍କରେ ସାପ ଥିବା ଦେଖି ଉକ୍ତ ଖଣ୍ଡ ଟାଇଲକୁ ଛଡାଇଥିଲେ। ଏହି ସମୟରେ ଅନ୍ୟ ସମସ୍ତ ଟାଇଲ ଆପେ ଆପେ ଖସିଯାଇଥିଲା। ଏଥିସହ ଉକ୍ତ କାନ୍ଥରେ ୫ରୁ ଊର୍ଦ୍ଧ୍ୱ ବିଷଧର ସାପ ଥିବା ଜଣାପଡ଼ିଥିଲା। ଏହାପରେ ଉକ୍ତ ସାପଗୁଡ଼ିକୁ ନିରାପଦ ସ୍ଥାନରେ ଛାଡିଦିଆଯାଇଛି। ନିରାପତ୍ତାକୁ ଦୃଷ୍ଟିରେ ରଖି କାର୍ଯ୍ୟାଳୟରେ ହେବାକୁ ଥିବା ବୈଠକ ଭିତରେ କରା ନ ଯାଇ ବାରଣ୍ଡାରେ ହୋଇଥିଲା। ବୈଠକରେ ତୁରନ୍ତ କାର୍ଯ୍ୟାଳୟ ମରାମତି ପାଇଁ ନିଷ୍ପତ୍ତି ହୋଇଥିଲା।
ଏହି ଅବସରରେ ସରପଞ୍ଚ ନାୟକ ଓ ନାଏବ ସରପଞ୍ଚ ପ୍ରଧାନ କହିଛନ୍ତି, ପଞ୍ଚାୟତର ବିକାଶ ପାଇଁ ଯେଉଁ ଅର୍ଥ ବ୍ୟୟ କରାଯାଉଛି, ତାହା ସର୍ବସାଧାରଣଙ୍କ ଅର୍ଥ। ୩ ବର୍ଷ ତଳେ ଲକ୍ଷାଧିକ ଟଙ୍କା ବ୍ୟୟରେ ଯେଉଁ ଟାଇଲ୍‌ କାମ ହୋଇଥିଲା ତାହା ଏବେ ପାଣିରେ ପଡ଼ିଯାଇଛି। ଆଗକୁ ଯେଉଁ କାମ ହେବ ତାହାର ଠିକ୍‌ ଗୁଣବତ୍ତା କେମିତି ରକ୍ଷାକରାଯିବ ସେନେଇ ସମସ୍ତ ୱାର୍ଡ଼ ମେମ୍ବର ଯତ୍ନବାନ୍‌ ହେବା ଉଚିତ୍‌। ଅନ୍ୟମାନଙ୍କ ମଧ୍ୟରେ ବୈଠକରେ ନରେଶ ଚନ୍ଦ୍ର ସ୍ବାଇଁ, ପଦନ ସ୍ବାଇଁ ଓ ନିରୁପମା ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Video: ଶାହରୁଖ ଖାନଙ୍କ କ୍ରିକେଟ ଷ୍ଟାଡିୟମ! ଅଲିମ୍ପିକ୍ସ ସମୟରେ ଏହି ସ୍ଥାନରେ ଖେଳାଯିବ ମ୍ୟାଚ, ପୂଜାରୀଙ୍କୁ ଡାକି ହେଲା ପୂଜା

ନୂଆଦିଲ୍ଲୀ,୨।୭: ୧୨୮ ବର୍ଷର ଲମ୍ବା ଅପେକ୍ଷା ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରୁଛି, ଏବଂ ପ୍ରଶଂସକମାନେ ଏହାକୁ ନେଇ ଅତ୍ୟନ୍ତ ଉତ୍ସାହିତ। ଚଳିତ…

ଆତ୍ମସମର୍ପଣ କରିବ କି ୟୁକ୍ରେନ? ରୁଷିଆ ଆକ୍ରମଣରେ ଦୋହଲିଗଲା କ୍ୱିଭ, ଆୟରଲ୍ୟାଣ୍ଡ ଯାତ୍ରାକୁ ଅଧାରେ ଛାଡି ଫେରିଲେ ଜେଲେନସ୍କି

କ୍ୱିଭ,୨।୭: ତୈଳ ବିଶୋଧନାଗାର ଏବଂ ଡିପୋ ଉପରେ ଡ୍ରୋନ ଆକ୍ରମଣ ଯୋଗୁ କ୍ରୋଧିତ ହୋଇ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ରାଜଧାନୀ କ୍ୱିଭ ଉପରେ ବଡ଼…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

ଆମେରିକା-ଇରାନ ଯୁଦ୍ଧ ଯୋଗୁ ବନ୍ଦ ଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ପଶ୍ଚିମ ଏସିଆ ସେବା ପୁନର୍ବାର ଆରମ୍ଭ କରିଛି

ନୂଆଦିଲ୍ଲୀ,୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା; କିନ୍ତୁ, ଉତ୍ତେଜନା ହ୍ରାସ ପରେ, ଏୟାର ଇଣ୍ଡିଆ ଏକ୍ସପ୍ରେସ ଏକ ଗୁରୁତ୍ୱପୂର୍ଣ୍ଣ…

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri