ଲୋକଙ୍କ ଅଭିଯୋଗ ଶୁଣିଲେ ପଞ୍ଚାୟତିରାଜ ମନ୍ତ୍ରୀ

ଛେଣ୍ଡିପଦା,୨୩।୬, (ଅଜିତ ଧଳ): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ଶନିବାର ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀର ଦୁର୍ଗାପୁର ଓ ଛେଣ୍ଡିପଦାଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରିଥିଲେ। ଏହି ଅବସରରେ ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା ମନ୍ତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ପରେ ମନ୍ତ୍ରୀ ଓ ବିଧାୟକ ଦୁର୍ଗାପୁର ପଞ୍ଚାୟତ କାର୍ଯ୍ୟାଳୟ ଗସ୍ତ କରିଥିଲେ। ଦୁର୍ଗାପୁର ଗାଁରେ ଥିବା ୨୬ ଏକର ପୋଖରୀର ପୁନରୁଦ୍ଧାର, ଏକ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ସ୍ଥାପନ ସମେତ ରାସ୍ତାଘାଟ ଆଦି ସମସ୍ୟାର ସମାଧାନ କରିବା ପାଇଁ ଜନସାଧାରଣ ଦାବି କରିଥିଲେ। ଉକ୍ତ ସମସ୍ୟାର ସମାଧାନ ଉପରେ ପଦକ୍ଷେପ ନେବା ପାଇଁ ଛେଣ୍ଡିପଦା ବିଡିଓଙ୍କୁ ମନ୍ତ୍ରୀ ରବିନାରାୟଣ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ମନ୍ତ୍ରୀ ନିର୍ବାଚନମଣ୍ଡଳୀର ପୁଟଗାଡ଼ିଆ ଠାରେ ଶ୍ୱଶୁର ଘରେ କିଛି ସମୟ ରହିବା ପରେ ଛେଣ୍ଡିପଦା ସଦର ମହକୁମାରେ ଥିବା ଜଗନ୍ନାଥ ମନ୍ଦିର ପରିଦର୍ଶନ କରିଥିଲେ। ସେଠାରେ ତାଙ୍କୁ ଛେଣ୍ଡିପଦା ମନ୍ଦିର କମିଟି ଓ ଗ୍ରାମ୍ୟ କମିଟି ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ସହକାରୀ ନିର୍ବାହୀ ଯନ୍ତ୍ରୀ ରଞ୍ଜନ ସେଠୀ, ଦୁର୍ଗାପୁର ସରପଞ୍ଚ ଜ୍ୟୋସ୍ନାମୟୀ ପ୍ରଧାନ, ଛେଣ୍ଡିପଦା ସରପଞ୍ଚ ସୁଦୀପ୍ତ ପ୍ରଧାନ, ଛେଣ୍ଡିପଦା ଗ୍ରାମ୍ୟ କମିଟି ସଭାପତି ଚନ୍ଦ୍ରମଣି ପ୍ରଧାନ, ମନ୍ଦିର କମିଟି ସଭାପତି ଲମ୍ବୋଦର ପ୍ରଧାନ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅଶୋକ ପ୍ରଧାନ, ଜିଲା ପରିଷଦ ସଦସ୍ୟ ଯଶୋବନ୍ତ ପ୍ରସାଦ ପ୍ରଧାନଙ୍କ ସମେତ ବହୁ ଜନସାଧାରଣ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ଆଇସିସି କ’ଣ ଭାରତକୁ ବାହାର କରିପାରିଥାନ୍ତା? ନାସର ହୁସେନ୍‌ଙ୍କ ମନ୍ତବ୍ୟକୁ ନେଇ ହଟଚମଟ

ନୂଆଦିଲ୍ଲୀ,୫।୨: ଥମିବାର ନା ନେଉନାହିଁ ଟି-୨୦ ବିଶ୍ୱକପ୍ ବିବାଦ। ଏହାରି ମଧ୍ୟରେ ଏହାକୁ ଆହୁରି ଜଟିଳ ଆତାକୁ ଟାଣି ନେଉଛି ବ୍ୟକ୍ତିବିଶେଷଙ୍କ ବୟାନ। ଏହାରି ମଧ୍ୟରେ ପୂର୍ବତନ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri