Posted inଖେଳ

୨୦୦ ଅକ୍ସିଜେନ କନ୍‌ସେନଟ୍ରେଟର୍ସ ଦେବେ ପାଣ୍ଡ୍ୟା ଭ୍ରାତା

ନୂଆଦିଲ୍ଲୀ,୩।୫ (ପି.ଟି.): କୋଭିଡ୍‌-୧୯ ମହାମାରୀ ଲଢ଼େଇରେ ସାମିଲ ହୋଇଛନ୍ତି ଦୁଇ କ୍ରିକେଟର ଭାଇ ହାର୍ଦ୍ଦିକ ଓ କୃନାଲ ପାଣ୍ଡ୍ୟା। ଗ୍ରାମାଞ୍ଚଳରେ ଲୋକଙ୍କ ଚିକିତ୍ସା ପାଇଁ ଏହି ଦୁଇ ଭାଇ ୨୦୦ ଅକ୍ସିଜେନ କନ୍‌ସେନଟ୍ରେଟର୍ସ ଦାନ କରିବେ। ଏ ନେଇ ଶନିବାର ହାର୍ଦ୍ଦିକ ଘୋଷଣା କରିଛନ୍ତି। ମହାମାରୀର ପ୍ରକୋପ ଜାରି ରହିଥିବା ବେଳେ ଆମ ପରିବାର ଲୋକଙ୍କୁ ସାହାଯ୍ୟ କରିବାକୁ ଚାହୁଁଥିଲା ବୋଲି ହାର୍ଦ୍ଦିକ କହିଛନ୍ତି। କୋଭିଡ୍‌-୧୯ ଲଢ଼େଇରେ ସାମିଲ ଥିବା ସବୁ ଡାକ୍ତର, ନର୍ସ, ସ୍ବାସ୍ଥ୍ୟକର୍ମୀଙ୍କୁ ସେ ପ୍ରଶଂସା କରିଛନ୍ତି। ଏବେ ସମସ୍ତେ ଏକାଠି ହୋଇ ମହାମାରୀ ବିରୋଧରେ ଲଢ଼େଇ କରିବାର ଆବଶ୍ୟକତା ରହିଛି।
ପୂର୍ବରୁ କ୍ରିକେଟ ଆଇକନ ସଚିନ ତେନ୍ଦୁଲକର, ଶିଖର ଧାଓ୍ବନ, ଜୟଦେବ ଉନାଡ୍‌କଟ, ପ୍ୟାଟ କୁମିନ୍ସ, ବ୍ରେଟ ଲି ଓ ନିକୋଲାସ ପୁରନଙ୍କ ଭଳି କ୍ରିକେଟର ଅର୍ଥରାଶି ଦାନ କରି ଏହି ଲଢ଼େଇରେ ସାମିଲ ହୋଇଥିଲେ। ଆଇପିଏଲ୍‌ ଦଳ ରାଜସ୍ଥାନ ରୟାଲ୍ସ ଏଥିପାଇଁ ୭.୫ କୋଟି ଓ ଦିଲ୍ଲୀ କ୍ୟାପିଟାଲ୍ସ ୧.୫ କୋଟି ଟଙ୍କା ଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri