ପାନ୍ଥିକା-ଏନ୍‌ଏଡି ରାସ୍ତା ଶୋଚନୀୟ

ସୁନାବେଡ଼ା,୧୭।୪(ସ୍ବ. ପ୍ର.): ଜନସାଧାରଣଙ୍କ ଗମନାଗମନର ସୁବିଧା ଲାଗି ରାଜ୍ୟ ସରକାର ପକ୍କା ରାସ୍ତା ନିର୍ମାଣ କରି ଏ ବାବଦରେ ବହୁ ଅର୍ଥ ବ୍ୟୟ କରୁଛନ୍ତି। ମାତ୍ର ରାସ୍ତା ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ଅଧିକାରୀଙ୍କ ଅବହେଳାରୁ ଅନେକ ସ୍ଥାନରେ ଅଳ୍ପଦିନରେ ନିର୍ମିତ ରାସ୍ତା ଖରାପ ହୋଇପଡୁଛି। ଏପରି ଦେଖିବାକୁ ମିଳିଛି ପାନ୍ଥିକା-ଏନ୍‌ଏଡି ରାସ୍ତା କ୍ଷେତ୍ରରେ। ସୁନାବେଡ଼ା ପୌର ପରିଷଦ ଅନ୍ତର୍ଗତ ୨୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱ ପନ୍ଥିକା ନିକଟ ଚିକାପାର ଗ୍ରାମଠାରୁ ୨ କି.ମି.ରୁ ଊର୍ଦ୍ଧ୍ୱ ରାସ୍ତା ଏନ୍‌ଏଡିକୁ ସଂଯୋଗ ହୋଇଛି। ଏହି ରାସ୍ତାରେ କେନ୍ଦ୍ରୀୟ ବିଦ୍ୟାଳୟ ଏବଂ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଭଳି ପ୍ରମୁଖ ଅନୁଷ୍ଠାନ ରହିଛି। ରାସ୍ତା ଖରାପ ହେତୁ ଯାତାୟାତରେ ଲୋକେ ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି। ଅନେକ ସମୟରେ ଏହି ରାସ୍ତାରେ ଛୋଟବଡ଼ ଦୁର୍ଘଟଣାମାନ ଘଟିବାର ନଜିର ମଧ୍ୟ ରହିଛି। ଜିଲା ଏବଂ ସ୍ଥାନୀୟ ପ୍ରଶାସନ ତୁରନ୍ତ ରାସ୍ତା ମରାମତି କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

ଶିକ୍ଷକଙ୍କ ଦୁଇମାସର ଦରମା ଅଟକିଥିଲା, ଦାବି ଜଣାଇବାକୁ ପହଞ୍ଚିବା ବେଳେ ଆକାଉଣ୍ଟରେ ଚଢ଼ିଲା ଟଙ୍କା! ଉଠିଲା ପ୍ରଶ୍ନ

ପଟ୍ଟାଙ୍ଗି,୭।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ କାର୍ଯ୍ୟାଳୟ ସମୁଖରେ ରହିଥିବା ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ଏକ୍ସ୍ କ୍ୟାଡର ଶିକ୍ଷୟିତ୍ରୀ ଶିକ୍ଷକ ପହଞ୍ଚି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

୮ ତାରିଖ ଚକା ବନ୍ଦ ପାଳନକୁ ମିଳିଲା ବଡ଼ ସମର୍ଥନ 

ସୁନାବେଡ଼ା, ୫।୧୦(କୃତ୍ତିବାସ ପ୍ରଧାନ): ଚଳିତ ମାସ ୮ ତାରିଖରେ ଇଣ୍ଡି ମେଣ୍ଟ ପକ୍ଷରୁ ଓଡ଼ିଶାରେ ୧୨ ଘଣ୍ଟିଆ ବନ୍ଦ ପାଳନ ପାଇଁ ଆହ୍ବାନ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?