ପାରାଦୀପ-ବଡ଼ବିଲ ୮ ଲେନ୍‌ ରାସ୍ତା ହେବ

ଭୁବନେଶ୍ୱର,୩ା୨(ବ୍ୟୁରୋ): ପାରାଦୀପ-ବଡ଼ବିଲ ମଧ୍ୟରେ ନିର୍ମାଣ ହେବ ଅର୍ଥନୈତିକ କରିଡର। ଏହି ରାସ୍ତାକୁ ୮ ଲେନ୍‌ ବିଶିଷ୍ଟ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ୍‌କରୀଙ୍କ ସହ ଭିଡିଓ କନ୍‌ଫରେନ୍ସରେ ଏ ନେଇ ଆଲୋଚନା କରିଛନ୍ତି। କେନ୍ଦୁଝରରୁ ୩୦୦ କି.ମି. ଏହି ରାସ୍ତା ଦ୍ୱାରା ପାରାଦୀପ ଅଞ୍ଚଳକୁ ଖଣିଜ ପରିବହନ ସୁଗମ ହୋଇପାରିବ। ଏହି ରାସ୍ତା ପାରାଦୀପରୁ ଆରମ୍ଭ ହୋଇ ଚଣ୍ଡିଖୋଲ- ଡ଼ୁବୁରି- କେନ୍ଦୁଝର- ରିମୁଳି- ବଡ଼ସାହି ଦେଇ ବଡ଼ବିଲରେ ଶେଷ ହେବ। ଏହି ପ୍ରସ୍ତାବିତ ଅର୍ଥନୈତିକ କରିଡ଼ର ଚଣ୍ଡିଖୋଲ ସମେତ କଳିଙ୍ଗନଗର ଇସ୍ପାତ୍‌ କ୍ଲଷ୍ଟରର ବିକାଶ କରିବାରେ ବଡ଼ ଭୂମିକା ଗ୍ରହଣ କରିବ। ଏହି ରାଜପଥ ଡ଼ୁବୁରି ପାଶର୍‌ବବର୍ତ୍ତୀ ଅଞ୍ଚଳ ତଥା ଇସ୍ପାତ୍‌, କୋଇଲା, ଲୁହା ଓ ଆଲୁମିନିୟମ କ୍ଷେତ୍ର ପାଇଁ ମଧ୍ୟ ଅନେକ ସମ୍ଭାବନା ଆଣିବ। ସ୍ଥାନୀୟ ଅର୍ଥନୀତିକୁ ସୁଦୃଢ଼ କରିବା ସଙ୍ଗେ ସଙ୍ଗେ ଯୁବକଙ୍କ ପାଇଁ ରୋଜଗାରର ସୁଯୋଗ ମଧ୍ୟ ସୃଷ୍ଟି କରିବାରେ ବଡ଼ ଭୂମିକା ଗ୍ରହଣ କରିବ। ଗୋପାଳପୁରରୁ ସାତପଡ଼ା ପାଇଁ ପ୍ରକଳ୍ପ କାମ ଲାଗି ଆନୁଷଙ୍ଗିକ ବ୍ୟବସ୍ଥା କରିବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତି ଦେଇଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀ, କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ଗଡ୍‌କରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ବୈଠକରେ ଓଡ଼ିଶାର ବିଭିନ୍ନ ରାଜପଥ ପ୍ରକଳ୍ପକୁ ନେଇ ବିଚାରବିମର୍ଶ ହୋଇଥିବା ବେଳେ ଦୀଘା-ଗୋପାଳପୁର ଉପକୂଳ ରାଜପଥ ପ୍ରକଳ୍ପକୁ ତ୍ୱରାନ୍ବିତ କରିବା ଦିଗରେ ଆଲୋଚନା ହୋଇଛି। ୯ ହଜାର କୋଟି ଟଙ୍କା ଖର୍ଚ୍ଚରେ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳର ଲାଇଫଲାଇନ୍‌ ହେବାକୁ ଯାଉଥିବା ଏହି ଉପକୂଳ ଜାତୀୟ ରାଜପଥ ଅଗ୍ରଗତି ନେଇ ଆଲୋଚନା ହୋଇଥିବା ବେଳେ ଗୋପାଳପୁରରୁ ସାତପଡ଼ା ପ୍ରକଳ୍ପ କାମ ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା କରିବା ତଥା ଅନୁମତି ଦେବା ସକାଶେ ରାଜ୍ୟ ସରକାର ପ୍ରତିଶ୍ରୁତି ଦେଇଛନ୍ତି। ଓଡ଼ିଶାର ସର୍ବବୃହତ୍‌ ରାଜପଥ ପ୍ରକଳ୍ପ କୋଷ୍ଟାଲ ହାଇୱେ ସମ୍ପୂର୍ଣ୍ଣ ହେଲେ ଏହା ପର୍ଯ୍ୟଟନ ଶିଳ୍ପକୁ ତ୍ୱରାନ୍ବିତ କରିବା ସଙ୍ଗେ ସଙ୍ଗେ ମତ୍ସ୍ୟ ଚାଷ, ଖାଦ୍ୟ ପ୍ରକ୍ରିୟାକରଣ, ଲଜିଷ୍ଟିକ୍‌କୁ ସୁବିଧା ଦେବା ସହ ପଣ୍ୟାଗାର ପରିବହନରେ ବିଶେଷ ଭାବରେ ସହାୟକ ହେବ।
ଏହି ବୈଠକରେ ଭୁବନେଶ୍ୱର ରିଂରୋଡ୍‌ ପ୍ରକଳ୍ପ ନେଇ ଆଲୋଚନା ହୋଇଥିଲା ା ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟ ପରିକଳ୍ପନାରେ ଓଡ଼ିଶାରେ ବନ୍ଦର ଆଧାରିତ ଶିଳ୍ପାୟନର ଦ୍ରୁତ ଅର୍ଥନୀତିର ବିକାଶକୁ ପ୍ରାଥମିକତା ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ଧାମରାରେ ବନ୍ଦର ଆଧାରିତ ବିକାଶ କରିବା ନେଇ ଧାମରାକୁ ସଂଯୋଗ କରୁଥିବା ପ୍ରସ୍ତାବିତ ରାଜପଥ ପ୍ରକଳ୍ପଗୁଡ଼ିକ ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଗୋପାଳପୁର ବନ୍ଦର, ସୁବର୍ଣ୍ଣରେଖା ପ୍ରସ୍ତାବିତ ବନ୍ଦରକୁ ସଂଯୋଗ କରୁଥିବା ରାସ୍ତାଗୁଡ଼ିକ ଉପରେ ମଧ୍ୟ ଏହି ବୈଠକରେ ଆଲୋଚନା କରାଯାଇଥିଲା ବୋଲି ଧର୍ମେନ୍ଦ୍ର କହିଛନ୍ତି।
ଭର୍ଚୁଆଲ ବୈଠକରେ ଓଡ଼ିଶାର ବିଭିନ୍ନ ପ୍ରମୁଖ ରାଜପଥ ପ୍ରକଳ୍ପ ଯଥା କେନ୍ଦୁଝରର ଜାତୀୟ ରାଜପଥ ପ୍ରକଳ୍ପ ଅଧୀନରେ ଥିବା ଏନ୍‌ଏଚ-୨୦ର ପାଣିକୋଇଲି-ରିମୁଳି ସେକ୍ସନ, ଏନ୍‌ଏଚ-୪୯ ସିଙ୍ଗରା ବିଞ୍ଜବାହାଲ ସେକ୍ସନ, ପ୍ରସ୍ତାବିତ ଅର୍ଥନୈତିକ କରିଡରରେ ପାରାଦୀପ -ବଡ଼ବିଲ, ପାରାଦୀପ-ଚଣ୍ଡିଖୋଲ, ଚଣ୍ଡିଖୋଲ-ଡୁବୁରି, ଡୁବୁରି-କେନ୍ଦୁଝର ରୋଡ୍‌, କେନ୍ଦୁଝର-ରିମୁଳି, ରିମୁଳି-ଭଦ୍ରସାହି, ଭଦ୍ରସାହି- ବଡ଼ବିଲ, ଭୁବନେଶ୍ୱର-ପୁରୀ ମଧ୍ୟରେ ୮ଲେନ୍‌ ବିଶିଷ୍ଟ ଏକ୍ସପ୍ରେସ୍‌ ୱେ, ବନ୍ଦରରୁ ରାସ୍ତା ସଂଯୋଗ ଅଧୀନରେ ଧାମରା, ଗୋପାଳପୁର, ସୁବର୍ଣ୍ଣରେଖା ବନ୍ଦର ଏବଂ ଅମ୍ପନୀ-ଜୟପୁର ଓ ରାୟପୁର- ବିଶାଖାପାଟଣା ଜାତୀୟ ରାଜପଥ ପ୍ରକଳ୍ପ ଉପରେ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri