Posted inଜାତୀୟ

୩ ବର୍ଷର ଝିଅକୁ କାର୍‌ ଭିତରେ ଛାଡି ମା’ବାପା ଗଲେ ବିବାହ ଭୋଜି: ପରେ ଆସି ଦେଖିବାରୁ…

କୋଟା, ୧୭।୫:ରାଜସ୍ଥାନର କୋଟାରେ ଗୁରୁବାର ଏକ ବନ୍ଦ କାର୍‌ରେ ଜଣେ ୩ ବର୍ଷୀୟା ଝିଅର ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ଘଟିଛି। ସ୍ଥାନୀୟ ବାସିନ୍ଦା ପ୍ରଦୀପ ନାଗର ୨ ଝିଅ ଓ ସ୍ତ୍ରୀଙ୍କ ସହ ଏକ ବିବାହ ଉତ୍ସବକୁ ଯାଇଥିଲେ। ସେଠାରେ ପହଞ୍ଚିବା ପରେ ପ୍ରଥମେ ପ୍ରଦୀପଙ୍କ ବଡ଼ଝିଅ ଓ ସ୍ତ୍ରୀ କାର୍‌ରୁ ବାହାରି ଯାଇଥିଲେ। ପ୍ରଦୀପ କାର୍‌ ପାର୍କ କରି ସାନଝିଅ ଗୋର୍ବିକା(୩)କୁ କାର୍‌ ମଧ୍ୟରେ ଲକ୍‌ କରି ବିବାହ ଉତ୍ସବରେ ସାମିଲ ହୋଇଥିଲେ। ପ୍ରାୟ ୨ ଘଣ୍ଟା ପରେ ସାନଝିଅ ସାଥିରେ ନ ଥିବା ଜାଣିପାରି ସେମାନେ ଖୋଜାଖୋଜି କରିଥିଲେ। ଝିଅକୁ ନ ପାଇବାରୁ କାର୍‌ ନିକଟକୁ ଯାଇ ବେହୋସ ଅବସ୍ଥାରେ ଉଦ୍ଧାର କରି ମେଡିକାଲକୁ ନେଇଥିବାବେଳେ ଡାକ୍ତର ମୃତ ଘୋଷଣା କରିଥିଲେ। ସ୍ତ୍ରୀଙ୍କ ସହ ୨ ଝିଅ ଚାଲିଯାଇଥିବା ଭାବି ସେ କାର୍‌ ଲକ୍‌ କରିଥିଲେ ବୋଲି ପୋଲିସ ସମ୍ମୁଖରେ ପ୍ରଦୀପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri