ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରିଲେ ଅଭିଭାବକ

ଭୁବନେଶ୍ୱର,୧୪ା୧୨(ବ୍ୟୁରୋ):ସ୍କୁଲ୍‌ ଫି’ ଛାଡ଼ ପ୍ରସଙ୍ଗକୁ ନେଇ ଅର୍ଗାନାଇଜେଶନ ଅଫ୍‌ ପ୍ୟାରେଣ୍ଟ୍‌ସ ଫେଡ଼େରେଶନ(ଓଫାଫ୍‌) ପକ୍ଷରୁ ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ବାସଭବନକୁ ଘେରାଉ କରାଯାଇଥିଲା। ଅଭିଭାବକମାନେ ଘଣ୍ଟ ହୁଳହୁଳି ପକାଇ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଘରୋଇ ସ୍କୁଲ୍‌ ଫି’ ବିବାଦରେ ଗଣଶିକ୍ଷା ମନ୍ତ୍ରୀ ହସ୍ତକ୍ଷେପ କରିବାକୁ ଦାବି କରିଥିଲେ। ସେମାନେ କହିଛନ୍ତି, ମହାମାରୀ କରୋନା ପାଇଁ ପ୍ରାୟ ୯ମାସ ହେବ ବିଦ୍ୟାଳୟ ବନ୍ଦ ରହିଛି। ଅନ୍‌ଲାଇନ୍‌ରେ ପାଠପଢ଼ା ହେଉଛି। ଯେଉଁ ଅଭିଭାବକ ସ୍କୁଲ୍‌ ଫି’ ଦେଇପାରିନାହାନ୍ତି, ସେମାନଙ୍କ ପିଲାଙ୍କୁ ଅନ୍‌ଲାଇନ୍‌ କ୍ଲାସ୍‌ରୁ ବାହାର କରି ଦିଆଯାଉଛି। ଟିସି ନେଇଯିବାକୁ ଶ୍ରେଣୀ ଶିକ୍ଷକଙ୍କ ଜରିଆରେ ଛାତ୍ରୀଛାତ୍ରଙ୍କୁ ଧମକ ଦେଇ ମାନସିକ ନିର୍ଯାତନା ଦିଆଯାଉଛି। ତେଣୁ ଘରୋଇ ସ୍କୁଲ ଫି’ ଉପରେ ସରକାର ଅଙ୍କୁଶ ଲଗାଇବାକୁ ସଂଘ ଦାବି କରିଛି। ଏ ନେଇ ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ଘରୋଇ ସ୍କୁଲ ଫି’କୁ ନେଇ ହାଇକୋର୍ଟରେ ମାମଲା ବିଚାରାଧୀନ ରହିଛି। ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ କରାଯାଇଛି। ତେଣୁ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଅପେକ୍ଷା କରିବା ପାଇଁ ମନ୍ତ୍ରୀ ଅନୁରୋଧ କରିଛନ୍ତି।
ରାଜ୍ୟ ସରକାର ଓଡ଼ିଶା ହାଇକୋର୍ଟରେ ସତ୍ୟପାଠ ଦେଇଛନ୍ତି ଯେ, ଘରୋଇ ସ୍କୁଲଗୁଡ଼ିକ ଉପରେ ସରକାରଙ୍କର କୌଣସି କର୍ତ୍ତୃତ୍ୱ ନାହିଁ। କିନ୍ତୁ ଅଭିଭାବକଙ୍କ କହିବା କଥା, ଓଡ଼ିଶା ଶିକ୍ଷା ଆଇନ୍‌ ଓ ୧୯୯୬ ସେପ୍ଟେମ୍ବର ୨୩ ରିଜୋଲ୍ୟୁଶନରେ ଘରୋଇ ସ୍କୁଲ୍‌ ଉପରେ ସରକାରଙ୍କ ନିୟନ୍ତ୍ରଣ କଥା ଉଲ୍ଲେଖ ରହିଛି। ଏଥିସହ ଯେତିକି ସେବା, ସେତିକି ଫି’ ନେବାକୁ ନିୟମ ରହିଛି। ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ସ୍କୁଲ୍‌ ଫି’ ନେବା ଉଚିତ। କିନ୍ତୁ ସରକାର ଜାଣିଶୁଣି ଏହି ଅଧିନିୟମକୁ ଲୁକ୍କାୟିତ ରଖି କୋର୍ଟ ନିଷ୍ପତ୍ତି ପ୍ରକ୍ରିୟାରେ ବାଧା ସୃଷ୍ଟି କରୁଛନ୍ତି। ଘରୋଇ ବିଦ୍ୟାଳୟଗୁଡ଼ିକ ସହିତ ସରକାରଙ୍କ ମଧୁଚନ୍ଦ୍ରିକା ସମ୍ପର୍କ ରହିଥିବା ଜଣାପଡୁଛି। ଯଦି ସରକାର ଅଭିଭାବକଙ୍କ ଏହି ସମସ୍ୟାକୁ ତୁରନ୍ତ ସମାଧାନ ନ କରନ୍ତି, ତେବେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ର ରୂପ ନେବ ବୋଲି ଓଫାଫ୍‌ ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri