‘ପରୀ’ ଶୁଣାଣି ଘୁଞ୍ଚିଲା

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ଗୁରୁବାର ସୁପ୍ରିମକୋର୍ଟରେ ବହୁ ଚର୍ଚ୍ଚିତ ପରୀ ମାମଲାର ଶୁଣାଣି କରାଯାଇଛି। ତେବେ ପରୀ ମା’ଙ୍କ ପକ୍ଷର ଓକିଲଙ୍କ ଯୁକ୍ତି ଶୁଣି ସାରିବା ପରେ ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣିକୁ ଆସନ୍ତାକାଲି ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଛନ୍ତି।

ପରୀ ମା’ଙ୍କ ପକ୍ଷରୁ ଓକିଲ ତଥା ବରିଷ୍ଠ ଆଇନଜୀବୀ ମହେଶ ଜେଠମାଲାନୀଙ୍କ ଯୁକ୍ତିକୁ କୋର୍ଟ ଶୁଣିଥିଲେ। ଯୁକ୍ତି ଶୁଣିବା ପରେ ସୁପ୍ରିମକୋର୍ଟ ଓଡ଼ିଶା ହାଇକୋର୍ଟ ଦେଇଥିବା ରାୟ କପି ମାଗିଥିଲେ। ତେବେ ରାୟ କପି ପାଇଲା ପରେ ଆସନ୍ତାକାଲି ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ କହିଥିବା ଜଣାପଡ଼ିଛି।