ପରୀ ମାମଲା ଶୁଣାଣି ୨ ଦିନ ଘୁଞ୍ଚିଲା

ନୂଆଦିଲ୍ଲୀ,୧୪ା୭: ନୟାଗଡ଼ ଜିଲା ଯଦୁପୁର ଗ୍ରାମର ୫ବର୍ଷୀୟା ଶିଶୁ କନ୍ୟା ପରୀ ଅପହରଣ ଓ ହତ୍ୟା ଘଟଣାର ସିବିଆଇ ତଦନ୍ତ ନିମନ୍ତେ ସୁପ୍ରିମକୋର୍ଟରେ ହୋଇଥିବା ଆବେଦନର ଶୁଣାଣି ଗୁରୁବାରକୁ ଘୁଞ୍ଚତ୍ଛି। ପରୀର ମା’ ସୌଦାମିନୀ ଝିଅର ହତ୍ୟା ଘଟଣାର ସିବିଆଇ ତଦନ୍ତ ନିମନ୍ତେ କରିଥିବା ଆବେଦନର ଶୁଣାଣି ମଙ୍ଗଳବାର ବିଚାରପତି ଏ.ଏମ୍‌. ଖାନ୍‌ଓ୍ବିଲ୍‌କର ଏବଂ ସଞ୍ଜୀବ ଖାନାଙ୍କୁ ନେଇ ଗଠିତ ଖଣ୍ଡପୀଠରେ ହେବାର ଥିଲା। ହେଲେ କୌଣସି କାରଣରୁ ଏହା ହୋଇ ନ ପାରି ଗୁରୁବାରକୁ ଘୁଞ୍ଚତ୍ଛି।
ମା’ ସୌଦାମିନୀ ତାଙ୍କ ଆବେଦନରେ ଝିଅ ପରୀର ହତ୍ୟା ଏବଂ ତା’ ଶରୀରର ବିଭିନ୍ନ ଅଙ୍ଗ ଚାଲାଣ କରାଯିବା ଘଟଣାରେ ବାବୁଲି ନାୟକଙ୍କୁ ଦାୟୀ କରିଛନ୍ତି। ଏପରି କି ପୋଲିସ ଅଭିଯୁକ୍ତଙ୍କୁ ଘଣ୍ଟ ଘୋଡ଼ାଉଥିବାବେଳେ ପରୀର ପରିବାର ଲୋକଙ୍କୁ ଅପରାଧୀ ଭଳି ବ୍ୟବହାର କରୁଛି ବୋଲି ଉଲ୍ଲେଖ କରିଛନ୍ତି। ଘଟଣାର ପ୍ରାଥମିକ ତଦନ୍ତ ପୋଲିସ, କ୍ରାଇମବ୍ରାଞ୍ଚ ଓ ଏସ୍‌ଆଇଟି ଦ୍ୱାରା କରାଯାଇଛି। ସମସ୍ତେ ତଦନ୍ତ ପ୍ରକ୍ରିୟାକୁ ବାଟବଣା କରିବାକୁ ଚେଷ୍ଟା କରିବା ସହ ଅଭିଯୋଗକାରୀ ଏବଂ ତାଙ୍କ ପରିବାର ଲୋକଙ୍କ ଉପରେ ଚାପ ପକାଇ ଅଭିଯୋଗକୁ ମିଥ୍ୟା ଏବଂ କପୋଳକଳ୍ପିତ ବୋଲି ପ୍ରମାଣିତ କରିବାକୁ ଚେଷ୍ଟା କରୁଛନ୍ତି। ଏପରି କି ସ୍ଥାନୀୟ ପୋଲିସ ଅଧିକାରୀ ଏବଂ ଅଭିଯୁକ୍ତଙ୍କ ମଧ୍ୟରେ ଥିବା ସମ୍ପର୍କକୁ ନେଇ ହେଉଥିବା ଅଭିଯୋଗକୁ ଏସ୍‌ଆଇଟି ତଦନ୍ତ ପରିସରଭୁକ୍ତ କରି ନାହାନ୍ତି। ତେଣୁ ଏସ୍‌ଆଇଟିଙ୍କ ତଦନ୍ତ ଉପରେ ଭରସା ନ କରି ଘଟଣାର ସିବିଆଇ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେବା ପାଇଁ ସୁପ୍ରିମକୋର୍ଟରେ ସୌଦାମିନୀ ଆବେଦନ କରିଛନ୍ତି।
ପ୍ରକାଶ ଯେ, ୨୦୨୦ ଜୁଲାଇ ୧୪ରେ ଯଦୁପୁର ଗ୍ରାମର ୫ବର୍ଷୀୟା ଶିଶୁ କନ୍ୟା ପରୀ ଘର ନିକଟରେ ଖେଳୁଥିବାବେଳେ ତାକୁ କେହି ଅପହରଣ କରି ନେଇଥିଲେ। ଏନେଇ ପରିବାର ଲୋକ ପୋଲିସ ନିକଟରେ ଅଭିଯୋଗ କରିଥିଲେ ସୁଦ୍ଧା ପୋଲିସ ପରୀର ସନ୍ଧାନ ପାଇ ନ ଥିଲା। ୧୦ଦିନ ପରେ ଏକ ଜରି ଅଖା ଭିତରେ ପରୀର ମୃତ ଦେହ ବାଡ଼ି ପଛପଟ ଏକ ବୁଦା ମୂଳରୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?