ସତସଙ୍ଗ ପ୍ରତିଯୋଗିତା: ଜିଲାସ୍ତରରେ କୃତକାର୍ଯ୍ୟ ହେବା ଦଳ ଯିବେ ଅଯୋଧ୍ୟା

ଜି.ଉଦୟଗିରି,୧୩।୧( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଫୁଲବାଣୀ ଅଞ୍ଚଳ ଏକଲ ଅଭିଯାନ ସଂସ୍କାର ଶିକ୍ଷା ତରଫରୁ ସୋମବାର ସ୍ଥାନୀୟ ଧବଳେଶ୍ୱର ମନ୍ଦିର ପରିସରରେ ସତସଙ୍ଗ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ବିଭିନ୍ନ ଅଞ୍ଚଳରୁ ୧୪ଟି ସତସଙ୍ଗମଣ୍ଡଳୀ ଯୋଗ ଦେଇଥିବାବେଳେ ବଡ ଡାକପଲା ପ୍ରଥମ, ରିସିଗୁଡା ଦ୍ୱିତୀୟ, କଟଡ଼ଗଣ୍ଡା ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଏହା ସହିତ ଏହି ତିନୋଟି ସତସଙ୍ଗମଣ୍ଡଳୀ ବାଲିଗୁଡ଼ାରେ ହେବାକୁ ଥିବା ଜିଲାସ୍ତରୀୟ ପ୍ରତିଯୋଗୀତାରେ ଭାଗ ନେବେ ବୋଲି ସୂଚନା ମିଳିଛି। ଜିଲାସ୍ତରରେ କୃତକାର୍ଯ୍ୟ ହେବା ଦଳ ଅଯୋଧ୍ୟା ଯିବାର କାର୍ଯ୍ୟକ୍ରମ ରହିଛି। ଏହି ପ୍ରତିଯୋଗିତାରେ ରାୟଗଡ଼ା ଅଞ୍ଚଳ ବ୍ୟାସ ଅଞ୍ଜଳି ପ୍ରଧାନ, ଫୁଲବାଣୀ ଅଞ୍ଚଳ ବ୍ୟାସ ଇନ୍ଦିରା ନାୟକ, ଫିରିଙ୍ଗିଆ ଅଞ୍ଚଳ ବ୍ୟାସ ପ୍ରିୟତମା ପ୍ରଧାନ, ଜି.ଉଦୟଗିରି ସଞ୍ଚ ପ୍ରମୁଖ ମଧୁସ୍ମିତା ପ୍ରଧାନ, ଫୁଲବାଣୀ ଅଞ୍ଚଳ ଏକଲ ଅଭିଯାନ ପ୍ରମୁଖ ଯାକରସ ପ୍ରଧାନ, ଏକଲ ଅଭିଯାନ ସମ୍ପାଦକ ପ୍ରିୟବ୍ରତ ସାହୁ, ସଂସ୍କାର ଶିକ୍ଷା ସଭାପତି ରାଜେନ୍ଦ୍ର ମହାପାତ୍ର, ବିଜେପି ନଗର ସଭାପତି ଭେଙ୍କଟେଶ୍ୱର ବେହେରା ପ୍ରମୁଖ ମଞ୍ଚାସୀନ ଥିବାବେଳେ ସରକାରୀ କଳା ସଂସ୍କୃତି ଜିଲା ଉପସଭାପତି ବିଜେନ୍ଦ୍ର ପ୍ରଧାନ, ସମାଜସେୀ ଅନିଲ କୁମାର ପଟ୍ଟନାୟକ ବିଚାରକ ଭାବେ ଯୋଗ ଦେଇଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ ଏନଇଇଟିରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri