ଏପ୍ରିଲ ୧ ପର୍ଯ୍ୟନ୍ତ ଚାଲିବ ପାର୍ବଣ ଟ୍ରେନ

ଭୁବନେଶ୍ୱର, ୧୭ା୧(ବ୍ୟୁରୋ): ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ସେବା ଯୋଗାଉଥିବା ୨୧ ଯୋଡ଼ା ପାର୍ବଣ ସ୍ପେଶାଲ ଟ୍ରେନଗୁଡ଼ିକର ଚଳାଚଳ ଅବଧି ଏପ୍ରିଲ ୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଭୁବନେଶ୍ୱରରୁ ପ୍ରତି ବୁଧବାର ଓ ରବିବାର ଏବଂ ଆନନ୍ଦ ବିହାରରୁ ପ୍ରତି ମଙ୍ଗଳବାର ଓ ଶୁକ୍ରବାର ଛାଡୁଥିବା ଭୁବନେଶ୍ୱର-ଆନନ୍ଦ ବିହାର-ଭୁବନେଶ୍ୱର ସ୍ପେଶାଲ ଟ୍ରେନ ଭୁବନେଶ୍ୱରରୁ ମାର୍ଚ୍ଚ ୩୧ ପର୍ଯନ୍ତ ଓ ଆନନ୍ଦ ବିହାରରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ଚଳାଚଳ କରିବ। ଭୁବନେଶ୍ୱରରୁ ସୋମବାର ଓ ଗୁରୁବାର ଏବଂ ମୁମ୍ବାଇ ଲୋକମାନ୍ୟ ତିଳକ ଟର୍ମିନସରୁ ବୁଧବାର ଓ ଶନିବାର ଛାଡୁଥିବା ଭୁବନେଶ୍ୱର-ମୁମ୍ବାଇ ଲୋକମାନ୍ୟ ତିଳକ ଟର୍ମିନସ-ଭୁବନେଶ୍ୱର ସ୍ପେଶାଲ ଟ୍ରେନ ଭୁବନେଶ୍ୱରଠାରୁ ମାର୍ଚ୍ଚ ୨୯ ପର୍ଯ୍ୟନ୍ତ ଓ ଏଲଟିଟିଠାରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚଳାଚଳ କରିବ। ସେହିପରି ଭୁବନେଶ୍ୱର-ତିରୁପତି-ଭୁବନେଶ୍ୱର ସାପ୍ତାହିକ ସ୍ପେଶାଲ ଶନିବାର ଦିନ ଭୁବନେଶ୍ୱରରୁ ଓ ରବିବାର ତିରୁପତିରୁ ମାର୍ଚ୍ଚ ୨୮ ପର୍ଯ୍ୟନ୍ତ, ଭୁବନେଶ୍ୱର-ଚେନ୍ନାଇ-ଭୁବନେଶ୍ୱର ସାପ୍ତାହିକ ସ୍ପେଶାଲ ଗୁରୁବାର ଭୁବନେଶ୍ୱରରୁ ଓ ଶୁକ୍ରବାର ଚେନ୍ନାଇରୁ ମାର୍ଚ୍ଚ ୨୬ ପର୍ଯ୍ୟନ୍ତ, ଭୁବନେଶ୍ୱର-ବେଙ୍ଗାଲୁର କ୍ୟାଣ୍ଟ-ଭୁବନେଶ୍ୱର ସାପ୍ତାହିକ ସ୍ପେଶାଲ ରବିବାର ଭୁବନେଶ୍ୱରରୁ ଓ ମଙ୍ଗଳବାର ବେଙ୍ଗାଲୁର କ୍ୟାଣ୍ଟରୁ ମାର୍ଚ୍ଚ ୨୯ ପର୍ଯ୍ୟନ୍ତ, ଭୁବନେଶ୍ୱର-ପୁଡୁଚେରୀ-ଭୁବନେଶ୍ୱର ସାପ୍ତାହିକ ମଙ୍ଗଳବାର ଭୁବନେଶ୍ୱରରୁ ଓ ବୁଧବାର ପୁଡୁଚେରୀରୁ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ, ଭୁବନେଶ୍ୱର-ରାମେଶ୍ୱରମ୍‌-ଭୁବନେଶ୍ୱର ସାପ୍ତାହିକ ଶୁକ୍ରବାର ଭୁବନେଶ୍ୱରରୁ ଓ ରବିବାର ରାମେଶ୍ୱରମ୍‌ରୁ ମାର୍ଚ୍ଚ ୨୮ ପର୍ଯ୍ୟନ୍ତ, ସମ୍ବଲପୁର-ହାଓଡ଼ା-ସମ୍ବଲପୁର ସାପ୍ତାହିକ ସାମ୍ବଲପୁରରୁ ଶୁକ୍ରବାର ଓ ଶନିବାର ହାଓଡ଼ାରୁ ମାର୍ଚ୍ଚ ୨୭ ପର୍ଯ୍ୟନ୍ତ, ସମ୍ବଲପୁର-ମାଣ୍ଡୁଆଡିହ-ସମ୍ବଲପୁର ଦ୍ୱି-ସାପ୍ତାହିକ ସ୍ପେଶାଲ ବୁଧବାର ଓ ରବିବାର ସମ୍ବଲପୁରରୁ ଏବଂ ସୋମବାର ଓ ଗୁରୁବାର ମାଣ୍ଡୁଆଡିହରୁ ଏପ୍ରିଲ ପହିଲା ପର୍ଯ୍ୟନ୍ତ, ପୁରୀ-ପାଟନା-ପୁରୀ ସ୍ପେଶାଲ ସୋମବାର ପୁରୀରୁ ଓ ବୁଧବାର ପାଟନାରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ, ପୁରୀ-ଜୟନଗର-ପୁରୀ ସ୍ପେଶାଲ ଗୁରୁବାର ପୁରୀରୁ ଓ ଶନିବାର ଜୟନଗରରୁ ମାର୍ଚ୍ଚ ୨୭ ପର୍ଯ୍ୟନ୍ତ, ପୁରୀ-ସୁରଟ-ପୁରୀ ସ୍ପେଶାଲ ରବିବାର ପୁରୀରୁ ଓ ମଙ୍ଗଳବାର ସୁରଟରୁ ମାର୍ଚ୍ଚ ୩୦ ପର୍ଯ୍ୟନ୍ତ, ପୁରୀ-ଲୋକମାନ୍ୟ ତିଲକ ଟର୍ମିନସ୍‌-ପୁରୀ ସାପ୍ତାହିକ ମଙ୍ଗଳବାର ପୁରୀରୁ ଓ ଗୁରୁବାର ଏଲଟିଟିରୁ ଏପ୍ରିଲ ପହିଲା ପର୍ଯ୍ୟନ୍ତ, ପୁରୀ-ଚେନ୍ନାଇ-ପୁରୀ ସ୍ପେଶାଲ ରବିବାର ପୁରୀରୁ ଓ ପ୍ରତି ସୋମବାର ଚେନ୍ନାଇରୁ ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ସେହିପରି ଅନ୍ୟ ସ୍ପେଶାଲ ଟ୍ରେନ୍‌ଗୁଡ଼ିକ ହେଲା ବିଶାଖାପଟନମ୍‌-ନିଜାମୁଦ୍ଦିନ-ବିଶାଖାପଟନମ୍‌ ଦ୍ୱିସାପ୍ତାହିକ,ବିଶାଖାପଟନମ୍‌-ନିଜାମୁଦ୍ଦିନ-ବିଶାଖାପାଟନମ୍‌ ସ୍ପେଶାଲ,ବିଶାଖାପାଟନମ୍‌-ଚେନ୍ନାଇ-ବିଶାଖାପାଟନମ୍‌ ସ୍ପେଶାଲ, ବିଶାଖାପଟନମ୍‌-ଲୋକମାନ୍ୟ ତିଲକଟର୍ମିନସ୍‌-ବିଶାଖାପଟନମ୍‌ ସ୍ପେଶାଲ,ବିଶାଖାପଟନମ୍‌-ଗାନ୍ଧୀଧାମ-ବିଶାଖାପଟନମ୍‌ ସ୍ପେଶାଲ, ବିଶାଖାପଟନମ୍‌-କଡପା-ବିଶାଖାପଟନମ୍‌ ସ୍ପେଶାଲଓବିଶାଖାପଟନମ୍‌-ଲିଙ୍ଗମପଲ୍ଲୀ-ବିଶାଖାପଟନମ୍‌ ସ୍ପେଶାଲ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?