Posted inUncategorized

ଓଡ଼ିଶାରେ ପାସ୍‌ ହାର ଉତ୍ସାହଜନକ

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ସିଆଇଏସ୍‌ସିଇ ବୋର୍ଡ ପକ୍ଷରୁ ରବିବାର ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ରବିବାର ଅପରାହ୍ନରେ ପ୍ରକାଶ ପାଇଛି। ଏଥିରେ ଓଡ଼ିଶାର ଛାତ୍ରୀଛାତ୍ର ଉତ୍ସାହଜନକ ପ୍ରଦର୍ଶନ କରିଛନ୍ତି। ରାଜ୍ୟରେ ଦଶମ ପାସ୍‌ ହାର ୯୮.୫୪ ପ୍ରତିଶତ (ଦେଶରେ ୯୮.୯୪%) ଓ ଦ୍ୱାଦଶ ପାସ୍‌ ହାର ୯୬.୫୦ ପ୍ରତିଶତ (ଦେଶରେ ୯୬.୯୩%) ରହିଛି। ଉଭୟରେ ଛାତ୍ରଙ୍କଠାରୁ ଛାତ୍ରୀ ଆଗରେ ରହିଛନ୍ତି।
ଚଳିତବର୍ଷ ଓଡ଼ିଶାରୁ ଆଇସିଏସ୍‌ଇ ପରିଚାଳିତ ୯୩ଟି ବିଦ୍ୟାଳୟର ୯୧୬୧ ବିଦ୍ୟାର୍ଥୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରେ ୫,୦୪୪ଜଣ ଛାତ୍ର ଓ ୪୧୧୭ଜଣ ଛାତ୍ରୀ ଥିଲେ। ତେବେ ଛାତ୍ରୀଙ୍କ ପାସ୍‌ ହାର ୯୮.୯୧ ପ୍ରତିଶତ ରହିଥିବାବେଳେ ଛାତ୍ରଙ୍କ ପାସ୍‌ ହାର ୯୮.୨୪ ରହିଛି। ଅନ୍ୟପଟେ ୨୮ଟି ବିଦ୍ୟାଳୟର ୧୮୩୧ ବିଦ୍ୟାର୍ଥୀ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରେ ୯୩୪ଜଣ ଛାତ୍ର ଓ ୮୯୭ ଜଣ ଛାତ୍ରୀ ଥିଲେ। ଛାତ୍ରୀଙ୍କ ପାସ୍‌ ହାର ୯୭.୭୭ ପ୍ରତିଶତ ରହିଥିବାବେଳେ ଛାତ୍ରଙ୍କ ପାସ୍‌ ହାର ୯୫.୨୯ ପ୍ରତିଶତ ରହିଛି।
ଆଇସିଏସ୍‌ଇ ଦଶମରେ ଓଡ଼ିଶାରୁ ପ୍ରଥମ ସ୍ଥାନରେ ଭୁବନେଶ୍ୱରର ପ୍ରିୟଙ୍କା ପରାଶର ଓ ଛତ୍ରପୁରର ବିଷ୍ଣୁ ପ୍ରସାଦ ଶତପଥୀ ରହିଛନ୍ତି। ଉଭୟ ୪୯୭ (୯୯.୪୦%) ମାର୍କ ହାସଲ କରିଛନ୍ତି। ସେହିପରି ରାଉରକେଲାର ସଞ୍ଜନା ପଲାଇ, ପ୍ରେମା ମଞ୍ଜରୀ, ଭୁବନେଶ୍ୱରର ପ୍ରୀତିକା ମିଶ୍ର, ଆୟୁଶ ନନ୍ଦ ୪୯୬(୯୯.୨୦%) ମାର୍କ ସହ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେହିପରି ରାଉରକେଲାର ଓଜଲ ଆକାଶ, ଓମ୍‌କାର ମହାପାତ୍ର ଓ ଅମରେନ୍ଦ୍ର ସ୍ବାଇଁ ୪୯୫(୯୯%) ମାର୍କ ସହ ତୃତୀୟ ସ୍ଥାନରେ ରହିଛନ୍ତି।
ଆଇଏସ୍‌ସି ଦ୍ୱାଦଶରେ ରାଉରକେଲାର ଦିଶା ଗୋୟଲ ୩୯୩ (୯୮.୨୫%) ମାର୍କ ସହ ରାଜ୍ୟ ଟପ୍ପର ହୋଇଥିବାବେଳେ ଦ୍ୱିତୀୟ ସ୍ଥାନରେ ଥିବା ସ୍ତୁତିଲେଖା ପଟ୍ଟନାୟକ ୩୯୨ (୯୮%) ପ୍ରତିଶତ ମାର୍କ ରଖିଛନ୍ତି। ରାଉରକେଲାର ସୁଦୀପା ଅଧିକାରୀ ଓ ଶ୍ରେୟା ଦତ୍ତା ଯୁଗ୍ମ ଭାବେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଉଭୟ ୩୯୦(୯୭.୫) ମାର୍କ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଇସ୍ରାଏଲକୁ ସାଂଘାତିକ ଧମକ ଦେଲା ପାକିସ୍ତାନ, ନେତାନ୍ୟାହୁଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରି କହିଲା…

ଇସଲାମବାଦ,୨୮।୩: ଇରାନର ରାଜଧାନୀ ତେହେରାନରେ ପାକିସ୍ତାନୀ ଦୂତାବାସ ନିକଟରେ ଇସ୍ରାଏଲୀ-ଆମେରିକୀୟ ଆକ୍ରମଣର ରିପୋର୍ଟ ପରେ, ଇସଲାମାବାଦ ଇସ୍ରାଏଲକୁ ଏକ କଡ଼ା ଚେତାବନୀ ଦେଇଛି। ପାକିସ୍ତାନ କହିଛି ଯେ…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri