ଗଞ୍ଜାମ ଜିଲାରେ ପାସ୍‌ ହାର ୮୪.୨୦ ପ୍ରତିଶତ

ବ୍ରହ୍ମପୁର ଅଫିସ,୨୦ା୮- ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ଗଞ୍ଜାମ ଜିଲା ରାଜ୍ୟସ୍ତରରେ ଉତ୍କର୍ଷତା ହାସଲ କରିଛି। ୯୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ରାଜ୍ୟର ମୋଟ ୪୦ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ଗଞ୍ଜାମ ଜିଲାର ୯ ଛାତ୍ରୀଛାତ୍ରଙ୍କ ନାମ ଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦକ୍ଷିଣାଞ୍ଚଳ ଉପସଚିବ ଡ. କୁଳମଣି ଓଝା ସୂଚନା ଦେଇଛନ୍ତି। ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖିଥିବା ୯ ପରୀକ୍ଷାର୍ଥୀଙ୍କ ମଧ୍ୟରେ ବ୍ରହ୍ମପୁର ନୀଳକଣ୍ଠନଗର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୭ ଓ ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨ ବିଦ୍ୟାର୍ଥୀ ରହିଥିବା ସେ ସୂଚାଇଛନ୍ତି। ଏହାବ୍ୟତୀତ ଜିଲାରେ ଚଳିତ ଯୁକ୍ତ ୨ ବାଣିଜ୍ୟ ପାସ୍‌ ହାର ୮୪.୨୦ ପ୍ରତିଶତ ରହିଛି। ଯାହା ରାଜ୍ୟର ମୋଟ ପାସ୍‌ ହାରଠାରୁ ଅଧିକ ବୋଲି ଡ. ଓଝା କହିଛନ୍ତି। ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଦେଇଥିବା ୨,୧୨୭ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧,୭୯୧ ପାସ ହୋଇଛନ୍ତି। ସେଥିମଧ୍ୟରୁ ୮୦୨ ପ୍ରଥମ, ୩୭୯ ଦ୍ୱିତୀୟ, ୬୦୪ ଜଣ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୬ ପରୀକ୍ଷାର୍ଥୀ କମ୍ପାର୍ଟମେଣ୍ଟାଲରେ ପାସ୍‌ କରିଛନ୍ତି। ୩ ପରୀକ୍ଷାର୍ଥୀ ମାଲପ୍ରାକ୍ଟିସ ଅଭିଯୁକ୍ତ ହୋଇଥିବାରୁ ସେମାନଙ୍କ ଫଳ ପ୍ରକାଶ ପାଇ ନ ଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଦକ୍ଷିଣାଞ୍ଚଳ ଅଧୀନ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, ବୌଦ୍ଧ, କନ୍ଧମାଳ ଆଦି ୮ ଜିଲାରେ ୪,୫୩୨ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ୩,୧୨୫ ଛାତୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri