ଗଞ୍ଜାମ ଜିଲାରେ ପାସ୍‌ ହାର ୮୪.୨୦ ପ୍ରତିଶତ

ବ୍ରହ୍ମପୁର ଅଫିସ,୨୦ା୮- ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ଗଞ୍ଜାମ ଜିଲା ରାଜ୍ୟସ୍ତରରେ ଉତ୍କର୍ଷତା ହାସଲ କରିଛି। ୯୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ରାଜ୍ୟର ମୋଟ ୪୦ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ଗଞ୍ଜାମ ଜିଲାର ୯ ଛାତ୍ରୀଛାତ୍ରଙ୍କ ନାମ ଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦକ୍ଷିଣାଞ୍ଚଳ ଉପସଚିବ ଡ. କୁଳମଣି ଓଝା ସୂଚନା ଦେଇଛନ୍ତି। ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖିଥିବା ୯ ପରୀକ୍ଷାର୍ଥୀଙ୍କ ମଧ୍ୟରେ ବ୍ରହ୍ମପୁର ନୀଳକଣ୍ଠନଗର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୭ ଓ ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨ ବିଦ୍ୟାର୍ଥୀ ରହିଥିବା ସେ ସୂଚାଇଛନ୍ତି। ଏହାବ୍ୟତୀତ ଜିଲାରେ ଚଳିତ ଯୁକ୍ତ ୨ ବାଣିଜ୍ୟ ପାସ୍‌ ହାର ୮୪.୨୦ ପ୍ରତିଶତ ରହିଛି। ଯାହା ରାଜ୍ୟର ମୋଟ ପାସ୍‌ ହାରଠାରୁ ଅଧିକ ବୋଲି ଡ. ଓଝା କହିଛନ୍ତି। ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଦେଇଥିବା ୨,୧୨୭ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧,୭୯୧ ପାସ ହୋଇଛନ୍ତି। ସେଥିମଧ୍ୟରୁ ୮୦୨ ପ୍ରଥମ, ୩୭୯ ଦ୍ୱିତୀୟ, ୬୦୪ ଜଣ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୬ ପରୀକ୍ଷାର୍ଥୀ କମ୍ପାର୍ଟମେଣ୍ଟାଲରେ ପାସ୍‌ କରିଛନ୍ତି। ୩ ପରୀକ୍ଷାର୍ଥୀ ମାଲପ୍ରାକ୍ଟିସ ଅଭିଯୁକ୍ତ ହୋଇଥିବାରୁ ସେମାନଙ୍କ ଫଳ ପ୍ରକାଶ ପାଇ ନ ଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଦକ୍ଷିଣାଞ୍ଚଳ ଅଧୀନ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, ବୌଦ୍ଧ, କନ୍ଧମାଳ ଆଦି ୮ ଜିଲାରେ ୪,୫୩୨ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ୩,୧୨୫ ଛାତୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri