ଦେକଣୀ ନଦୀରେ ଯାତ୍ରୀବାହୀ ଡଙ୍ଗା ଓଲଟିଲା

ବାଲିକୁଦା,୨୩ା୧(ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅନ୍ତର୍ଗତ କୁଶୁପୁର ପଞ୍ଚାୟତର ସମୁଦ୍ରକୂଳ ଆକାଶିଆ ଜଙ୍ଗଲରୁ ବଣଭୋଜି ସାରି ଫେରୁଥିବାବେଳେ ରବିବାର ସନ୍ଧ୍ୟାରେ ଦେକଣୀ ନଦୀରେ ଯାତ୍ରୀବାହୀ ଡଙ୍ଗା ଓଲଟି ପଡ଼ିବାରୁ ବୁଡ଼ି ଯାଇଥିଲା। ସୌଭାଗ୍ୟବଶତଃ ସେଥିରେ ଥିବା ସମସ୍ତ ଯାତ୍ରୀ ରକ୍ଷା ପାଇଥିବାବେଳେ ୨ ଜଣ ଆହତ ହୋଇଛନ୍ତି। ବାଲିକୁଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉଭୟଙ୍କ ଚିକିତ୍ସା କରାଯାଇଛି। ସରକାରୀ ନିୟମ ଅନୁସାରେ ଯାତ୍ରୀଙ୍କୁ ଡଙ୍ଗାରେ ବସାଇବା ସମୟରେ ନାଉରିଆ ସମସ୍ତଙ୍କୁ ଲାଇଫ ଜ୍ୟାକେଟ ପିନ୍ଧାଇବା କଥା। ହେଲେ ଯାତ୍ରୀମାନେ କେହି ଲାଇଫ ଜ୍ୟାକେଟ ପିନ୍ଧି ନ ଥିବା ଜଣାପଡିଛି।
ସ୍ଥାନୀୟ ନେନ୍ଦେରା ଗଁାର କେତେଜଣ ଯୁବକଙ୍କ ସହ ବାଲିକୁଦା, ଜଗତ୍‌ସିଂହପୁର, କଟକ ଓ ଭୁବନେଶ୍ୱରରରୁ ମୋଟ ୨୮ ଜଣ ବଣଭୋଜି ପାଇଁ ଆକାଶିଆ ଜଙ୍ଗଲକୁ ଯାଇଥିଲେ। ବଣଭୋଜି ସାରି ସନ୍ଧ୍ୟାରେ ଫେରିବା ବେଳେ ଡଙ୍ଗାରେ ପରିବହନ କ୍ଷମତାଠାରୁ ଅଧିକ ଯାତ୍ରୀ ବସିଥିଲେ। ଡଙ୍ଗାର ମୋଟର ଷ୍ଟାର୍ଟ ମାରିବା ସମୟରେ ନାଉରିଆ ଭାରସାମ୍ୟ ହରାଇ ନଦୀ ଭିତରକୁ ଖସି ପଡ଼ିଥିଲେ। ସେତେବେଳକୁ ଡଙ୍ଗା ଚାଲିବା ଆରମ୍ଭ କରି ଦେଇଥିଲା। ନାଉରିଆ ନ ଥିବାରୁ ଡଙ୍ଗାଟି କିଛି ବାଟ ଗଲା ପରେ ଓଲଟି ପଡ଼ିଥିଲା। ଉକ୍ତ ସ୍ଥାନରେ ପାଣି କମ୍‌ ଥିବାରୁ ୨୮ଜଣ ଯାତ୍ରୀ ରକ୍ଷା ପାଇ ଯାଇଥିଲେ। ଯାତ୍ରୀମାନଙ୍କ ଭିତରୁ କେହି ଜଣେ ଅଗ୍ନିଶମ ବାହିନୀକୁ ମୋବାଇଲ୍‌ରେ ଫୋନ୍‌ କରିଥିଲେ। ଖବରପାଇ ବାଲିକୁଦା ଦମକଳ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ସମସ୍ତଙ୍କୁ ପାଣିରୁ ଉଦ୍ଧାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri