ଇଲେକ୍ଟ୍ରିପୋଲ୍‌କୁ ଧକ୍କା ଦେଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌

ଖୋର୍ଦ୍ଧା,୧୬ା୧୨: ୫୭ ନଂ ରାଜପଥ ବାଘମାରୀ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍‌ । ଛୋଟ ପିଲା ସମେତ ୭ରୁ ୮ଜଣ ଯାତ୍ରୀ ଆହତ ହୋଇ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି ହୋଇଥିବା ସ୍ଥାନୀୟ ଲୋକ କହିଛନ୍ତି।

ସୂଚନାନୁଯାୟୀ, ଗଞ୍ଜାମ ସୋରଡ଼ାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଚକାଡୋଳା ନାମକ ଯାତ୍ରୀବାହୀ ବସ୍‌ଟି ଖୋର୍ଦ୍ଧା ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ବାଘମାରୀ ନିକଟରେ ରାସ୍ତାକଡ଼ରେ ଥିବା ଏକ ଇଲେକ୍ଟ୍ରିପୋଲ୍‌କୁ ଧକ୍କା ଦେଇ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣା ରାତି ପ୍ରାୟ ଅଢ଼େଇଟା ସମୟରେ ହୋଇଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତ। ବସ୍‌ ଜରୁରିକାଳୀନ ଗେଟ୍‌ ଦେଇ ଯାତ୍ରୀ ବାହାରକୁ ବାହାରିଥିଲେ। ଜଣେ ୧୨ ବର୍ଷ ନାବାଳକ ହାତ ତଳେ ଚାପି ହୋଇ ରହିଯାଇଥିଲା। ଜେସିବି ଲଗାଇ ବାହାର କରାଯାଇଛି। ଆହତମାନଙ୍କୁ ସ୍ଥାନୀୟ ଯୁବକ ଓ ପୋଲିସ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ଜଣାପଡ଼ିଛି। ବସ୍‌ରେ ପ୍ରାୟ ୬୦ ଯାତ୍ରୀ ଥିବାବେଳେ ଦୁର୍ଘଟଣାରେ ଜଣେ ଶିଶୁ ସହ ୮ଜଣ ଆହତ ହୋଇଥିବା ଜଣାପଡ଼ିଛି। ତେବେ ଦୁର୍ଘଟଣାର କାରଣ କ’ଣ ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ ଡ୍ରାଇଭରଙ୍କ ଆଖି ଲାଗିଯିବା କିମ୍ବା କୁହୁଡ଼ି କାରଣ ହୋଇଥାଇ ପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri